Posted inଜାତୀୟ

ଚପଲ ମାଳ ପିନ୍ଧି ନିର୍ବାଚନ ପ୍ରଚାର କରୁଛନ୍ତି ଏହି ପ୍ରାର୍ଥୀ, କାରଣ ଜାଣିଲେ ହୋଇଯିବେ ତାଜୁବ

ଆଲିଗଡ,୯।୪: ମୁଣ୍ଡ ଉପରେ ନିର୍ବାଚନ। ଏଥିପାଇଁ ସଜବାଜ ଆରମ୍ଭ କଲେଣି ସବୁ ଦଳ। ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ସବୁ ଦଳ ଭିନ୍ନ ଭିନ୍ନ ଉପାୟ ଆପଣାଉଛନ୍ତି। ତେବେ ଏପରି ଏକ ଭିନ୍ନ ଧରଣର ନିର୍ବାଚନୀ ପ୍ରଚାର ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ଆଲିଗଡରେ। ଆଲିଗଡରେ ଜଣେ ସ୍ବାଧୀନ ପ୍ରାର୍ଥୀ ପଣ୍ଡିତ କେଶବ ଦେବ ଚପଲ ମାଳ ପିନ୍ଧି ଭୋଟ୍‌ ମାଗୁଥିବାର ଦେଖାଯାଇଛନ୍ତି।

କହିରଖୁଛୁ କି, ନିର୍ବାଚନ ଆୟୋଗଙ୍କ ଦ୍ୱାରା କେଶବଙ୍କୁ ଚପଲର ନିର୍ବାଚନ ଚିହ୍ନ ଦିଆଯାଇଛି। ପାରମ୍ପରିକ ଫୁଲର ମାଳ ବଦଳରେ ପଣ୍ଡିତ କେଶବ ଦେବ ତାଙ୍କ ବେକରେ ସାତୋଟି ଚପଲ ମାଳ ପିନ୍ଧି ସହରରେ ପ୍ରଚାର କରୁଛନ୍ତି। ଏହି ଦୃଶ୍ୟ ସୋସିଆଲ ମିଡିଆରେ ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି ଏବଂ ସହରରେ ମଧ୍ୟ ଏହା ଉପରେ ଆଲୋଚନା ହେଉଛି ।

ପଣ୍ଡିତ କେଶବ ଦେବ ନିଜକୁ ଜଣେ ଆରଟିଆଇ କାର୍ଯ୍ୟକର୍ତ୍ତା ବୋଲି କହିଛନ୍ତି। ଏହାପୂର୍ବରୁ ସେ ବିଧାନସଭା ନିର୍ବାଚନରେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ବର୍ତ୍ତମାନ ସେ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସହରରେ ଏକ ଗୁଜବ ସୃଷ୍ଟି ହୋଇଛି ଯେ, ସେ ବେକରେ ଚପଲ ମାଳ ପିନ୍ଧି ଚପଲ ଚିହ୍ନକୁ ଭୋଟ ଦେବାକୁ ଜନସାଧାରଣଙ୍କୁ ନିବେଦନ କରୁଛନ୍ତି।

ତେବେ ଏହା ପ୍ରଥମ ଘଟଣା ନୁହେଁ ଯେ, ପଣ୍ଡିତ କେଶବ ଦେବ ତାଙ୍କ ନିର୍ବାଚନ ପ୍ରଚାର ପାଇଁ ଏହି ଅନନ୍ୟ ପଦ୍ଧତି ଆପଣାଇଛନ୍ତି। ସେ ୨୦୨୨ ବିଧାନସଭା ନିର୍ବାଚନରେ ଜୋତା ମାଳ ପିନ୍ଧି ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା। ସୂଚନାଯୋଗ୍ୟ, ପଣ୍ଡିତ କେଶବ ଦେବ ଦୁର୍ନୀତି ନିବାରଣ ସେନାର ରାଷ୍ଟ୍ରୀୟ ସଭାପତି ଓ ମାନବିକ ଅଧିକାର ଯୁଦ୍ଧ ହେଉଛି ତାଙ୍କ ଦଳର ପଞ୍ଚଲାଇନ।

ଆଲିଗଡ ଲୋକ ସଭା ଆସନରେ ୧୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ଏକ ପ୍ରତିଯୋଗିତା ହେବାକୁ ଯାଉଛି। ମାର୍ଚ୍ଚ ୨୮ ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ମୋଟ ୨୧ ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ଏହି ଅବଧି ମଧ୍ୟରେ ୫ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ପ୍ରତ୍ୟାଖ୍ୟାନ କରାଯାଇଥିଲା ଏବଂ ଦୁଇ ଜଣ ପ୍ରାର୍ଥୀ ସେମାନଙ୍କ ନାମ ପ୍ରତ୍ୟାହାର କରିଥିଲେ। ସତୀଶ କୁମାର ଗେତମ ଭାଜପାରୁ ଏହି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri