ରୁଷିଆ ଭ୍ୟାକ୍ସିନ ପାଇଁ ୧ ବିଲିୟନ ଡୋଜର ଅର୍ଡର ଦେଲେ ଏହି ଦେଶ

ମସ୍କୋ,୧୧।୮: ଗତ କିଛି ମାସରୁ ବିଶ୍ୱରେ ମହାମାରୀ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। କରୋନା ଯୋଗୁଁ କୋଟି କୋଟି ଲୋକଙ୍କ ଜୀବନ ଯାଇଥିବା ବେଳେ ଏହା ସବୁ ଦେଶର ଅର୍ଥନୀତି ଅବସ୍ଥାକୁ ଦୋହଲାଇ ଦେଇଛି। ଏହାର ମୁକାବିଲା ପାଇଁ ସବୁ ଦେଶ ନିଜ ଆଡୁ ପ୍ରଚେଷ୍ଟା ଚଳାଇଛନ୍ତି। ହେଲେ ରୁଷ ପ୍ରଥମ ଦେଶ ଯିଏ କରୋନା ମୁକାବିଲା ପାଇଁ ଭ୍ୟାକ୍ସିନ ପ୍ରସ୍ତୁତ କରିବାରେ ସଫଳ ହୋଇଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ଭ୍ୟାକ୍ସିନକୁ ମଞ୍ଜୁରୀ କରାଯାଇଥିବା ନେଇ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଘୋଷଣା କରିଛନ୍ତି। ଏହି ଭ୍ୟାକ୍ସିନକୁ ମଞ୍ଜୁରୀ ମିଳିବା ପରେ ପୁଟିନ ପ୍ରଥମେ ନିଜ ଝିଅକୁ ଏହି ଟିକା ଦେଇଛନ୍ତି। କିନ୍ତୁ ଏହି ଟିକା ସେ ନିଜେ ନେଇଛନ୍ତି କି ନାହିଁ ତାହା ସ୍ପଷ୍ଟ କରିନାହାନ୍ତି। ରୁଷ ଯୋଜନା କରିଛି ଯେ, ପ୍ରଥମେ ସ୍ବାସ୍ଥ୍ୟକର୍ମୀଙ୍କୁ ଏବଂ ପରେ ବୃଦ୍ଧଙ୍କୁ ଏହି ଭ୍ୟାକ୍ସିନ ପ୍ରଦାନ କରାଯିବ। ଏଥିସହ ଅନ୍ୟ ଦେଶଗୁଡ଼ିକୁ ମଧ୍ୟ ଟିକା ଯୋଗାଇଦିଆଯିବ। ଇତିମଧ୍ୟରେ ରୁଷ ଦାବି କରିଛି ଯେ, ଏହି ଟିକା ପାଇଁ ଏବେଠାରୁ ବିଶ୍ୱର ୨୦ଟି ଦେଶ ୧ବିଲିୟନ ଡୋଜ ପ୍ରସ୍ତୁତ କରିବାକୁ ଅର୍ଡର ଦେଇଛି। ତେବେ ସେପ୍ଟେମ୍ବର ସୁଦ୍ଧା ଅଧିକ ସଂଖ୍ୟାରେ ଏହି କରୋନା ଟିକାର ଉତ୍ପାଦନ କରାଯିବ ବୋଲି ରୁଷ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ: ସେପ୍ଟେମ୍ବର ପ୍ରଥମରୁ ଏହି ୩ ରାଶିଙ୍କ ସୁବର୍ଣ୍ଣ ଦିନ ଆରମ୍ଭ! ମନଚାହାଁ ଫଳ ମିଳିବ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଗୋଚର ଏବଂ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଆସନ୍ତା ୨ ସେପ୍ଟେମ୍ବର ୨୦୨୬, ଦିନ ୧ଟା ୨୫ ମିନିଟରେ ମଙ୍ଗଳ ପୁନର୍ବସୁ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଜାରି, ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗିରହିଛି। ଦିନରାତି ଝିପିଝିପି ବର୍ଷା ହେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri