ଆଇପିଏଲ୍‌ ଆୟୋଜନ କରିବାକୁ ଏହି ଦେଶ ଆଗ୍ରହୀ

ନୂଆଦିଲ୍ଲୀ,୬।୭(ପି.ଟି.): ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ଓ ଶ୍ରୀଲଙ୍କା ପରେ ନ୍ୟୁଜିଲାଣ୍ଡ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ କରିବାକୁ ପ୍ରସ୍ତାବ ଦେଇଛି। ଏନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଅଷ୍ଟ୍ରେଲିଆରେ ଅକ୍ଟୋବର-ନଭେମ୍ବରରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ସ୍ଥଗିତ ହେବା ନେଇ ଘୋଷଣା ନିକଟତର ହେଉଛି। ଫଳରେ ଆଇପିଏଲ୍‌ ପାଇଁ ସୁଯୋଗ ସୃଷ୍ଟି ହୋଇଛି।
ଅନ୍ୟପଟେ ସେପ୍ଟେମ୍ବର ଶେଷ ଓ ନଭେମ୍ବର ଆରମ୍ଭରେ ଆଇପିଏଲ୍‌ ଆୟୋଜନ କରିବାକୁ ବିସିସିଆଇ ନଜର କେନ୍ଦ୍ରୀଭୂତ କରିଛି। ଭାରତରେ ଆଇପିଏଲ୍‌ ଆୟୋଜନ କରିବାକୁ ବିସିସିଆଇ ପ୍ରଥମେ ଚାହିଁବ। କିନ୍ତୁ କୋଭିଡ୍‌-୧୯ ମହାମାରୀ ପାଇଁ ଏହା ସମ୍ଭବ ମନେ ହେଉନାହିଁ। ତେବେ ୟୁଏଇ, ଶ୍ରୀଲଙ୍କା ଓ ନ୍ୟୁଜିଲାଣ୍ଡ ଆଇପିଏଲ୍‌ ଆୟୋଜନ ନେଇ ପ୍ରସ୍ତାବ ଦେଇଛନ୍ତି। ବୈଠକ ବସି ଏ ନେଇ ଆମେ ନିଷ୍ପତ୍ତି ନେବୁ। ବ୍ରଡ୍‌କାଷ୍ଟର ଓ ଦଳଗୁଡିକ ସହିତ ଆମେ ଆଲୋଚନା କରିବୁ ଓ ଏ ନେଇ କୌଣସି ବୁଝାମଣା କରାଯିବ ନାହିଁ ବୋଲି ଅଧିକାରୀ ଜଣକ କହିଛନ୍ତି।
ଅତୀତରେ ଆଇପିଏଲ୍‌ ଭାରତ ବାହାରେ ଖେଳାଯିବାର ଉଦାହରଣ ରହିଛି। ଦେଶରେ ସାଧାରଣ ନିର୍ବାଚନ ପାଇଁ ୨୦୦୯ ସଂସ୍କରଣ ଦକ୍ଷିଣ ଆଫ୍ରିକାରେ ଖେଳାଯାଇଥିଲା। ସେହିପରି ୨୦୧୪ରେ ମଧ୍ୟ ସମାନ କାରଣ ପାଇଁ ୟୁଏଇରେ ଆଇପିଏଲ୍‌ ଆୟୋଜନ ହୋଇଥିଲା। କିନ୍ତୁ ୨୦୧୯ରେ ନିର୍ବାଚନ ସତ୍ତ୍ୱେ ବିସିସିଆଇ ଆଇପିଏଲ୍‌ ଆୟୋଜନ କରିବାକୁ ସକ୍ଷମ ହୋଇଥିଲା। ଆୟୋଜନ ଦୌଡ଼ରେ ୟୁଏଇ ସର୍ବାଗ୍ରେ ରହିଛି। ଶ୍ରୀଲଙ୍କାରେ ଆୟୋଜନ ହେଲେ ଖର୍ଚ୍ଚ କମ୍‌ ହେବ। ଅନ୍ୟପଟେ ନ୍ୟୁଜିଲାଣ୍ଡରେ କରୋନା ପ୍ରଭାବ କମ୍‌ ରହିଛି। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସାଢେ ୭ ଘଣ୍ଟାର ଫରକ ରହିଛି। ତେଣୁ ସମସ୍ୟା ରହିଛି। ଖୁବ୍‌ଶୀଘ୍ର ଏ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?