Posted inଖେଳ

ପଟିଆଲା ରାଜାଙ୍କ ନାମରେ ନାମିତ ହେବ ଏହି କ୍ରିକେଟ୍‌ ଷ୍ଟାଡିୟମ

ଚଣ୍ଡିଗଡ଼, ୧୦।୮: ମୁଲାନପୁରଠାରେ ନିର୍ମାଣ ଚାଲିଥିବା ନୂଆ କ୍ରିକେଟ୍‌ ଷ୍ଟାଡିୟମର ନାମ ପଟିଆଲାର ଅନ୍ତିମ ରାଜା ସ୍ବର୍ଗତ ମହାରାଜା ଯାଦବିନ୍ଦ୍ର ସିଂଙ୍କ ନାମରେ ନାମିତ କରାଯିବ। ପଞ୍ଜାବ କ୍ରିକେଟ୍‌ ଆସୋସିଏଶନ (ପିସିଏ) ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ମହାରାଜ ଯାଦବିନ୍ଦ୍ର ସିଂ ୧୯୩୪ରେ ଭାରତ ପକ୍ଷରୁ ଟେଷ୍ଟ ମ୍ୟାଚ୍‌ ଖେଳିଥିଲେ। ବର୍ତ୍ତମାନ ପଞ୍ଜାବର ମୁଖ୍ୟମନ୍ତ୍ରୀ ରହିଥିବା କ୍ୟାପ୍‌ଟେନ ଅମରିନ୍ଦର ସିଂଙ୍କ ପିତା ହେଉଛନ୍ତି ଯାଦବିନ୍ଦ୍ର। ମୁଲାନପୁରରେ ମୋଟ୍‌ ୪୧.୯୫ ଏକର ଜମିରେ ଏହି ଷ୍ଟାଡିୟମ ନିର୍ମାଣ ଚାଲିଛି। ପିସିଏର ପୂର୍ବତନ ସଭାପତି ଆଇଏସ୍‌ ବିନ୍ଦ୍ରା ଏହି ଷ୍ଟାଡିୟମର ରୂପରେଖ ପ୍ରସ୍ତୁତ କରିଥିଲେ। ମୋହାଲି ଜିଲାରେ ଅବସ୍ଥିତ ଏହି କ୍ରିକେଟ୍‌ ଷ୍ଟାଡିୟମର ଦର୍ଶକ କ୍ଷମତା ୪୦ ହଜାର ରଖାଯାଇଛି। ଷ୍ଟାଡିୟମ ନିର୍ମାଣ ଲାଗି ୨୩୦ କୋଟି ଟଙ୍କାର ବଜେଟ୍‌ ରଖାଯାଇଛି। ଏହି ବୈଠକରେ ପିସିଏର ଚୁକ୍ତିଭିତ୍ତିକ ଖେଳାଳିଙ୍କ ସଂଖ୍ୟା ୩୦ରୁ ୪୦କୁ ବୃଦ୍ଧି କରାଯିବାକୁ ନିଷ୍ପତ୍ତି ହୋଇଛି। ଯେଉଁଥିରେ ୧୦ଜଣ ମହିଳା କ୍ରିକେଟର୍‌ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri