Posted inଖେଳ

ଆଇପିଏଲ୍‌ ଇତିହାସରେ ସବୁଠୁ ମହଙ୍ଗା ଅଧିନାୟକ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୪।୨: ସନରାଇଜର୍ସ ହାଇଦ୍ରାବାଦ୍‌ ଆଇପିଏଲ ୨୦୨୪ରେ ଅଧିନାୟକ ଭାବରେ ୨୦ କୋଟି ଟଙ୍କା ମୂଲ୍ୟର ଖେଳାଳି ପାଟ କମିନ୍ସଙ୍କୁ ନିଯୁକ୍ତ କରିଛି।
ଅଷ୍ଟ୍ରେଲୀୟ ଦଳର ବର୍ତ୍ତମାନର ଅଧିନାୟକ ପ୍ୟାଟ କମିନ୍ସଙ୍କୁ ଆଇପିଏଲ ୨୦୨୪ ନିଲାମରେ ସନରାଇଜର୍ସ ହାଇଦ୍ରାବାଦ ଦ୍ୱାରା ୨୦ କୋଟି ଟଙ୍କାରେ କିଣାଯାଇଥିଲା। କମିନ୍ସଙ୍କୁ ଆଇପିଏଲ ୨୦୨୪ରେ ସନରାଇଜର୍ସ ହାଇଦ୍ରାବାଦ୍‌ର ଅଧିନାୟକତ୍ୱ ଦିଆଯାଇଛି, ଏହି କାରଣରୁ ସେ ଆନୁଷ୍ଠାନିକ ଭାବରେ ଆଇପିଏଲ ଇତିହାସରେ ସବୁଠାରୁ ମହଙ୍ଗା ଅଧିନାୟକ ହୋଇପାରିଛନ୍ତି।
ପ୍ୟାଟ କମିନ୍ସ କିଛି ମାସ ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଏବଂ ଦିନିକିଆ କ୍ରିକେଟ ବିଶ୍ୱକପ ଜିତିଥିଲେ। ତେଣୁ ତାଙ୍କଠାରୁ ଆଶା କରାଯାଏ ଯେ, ସେ ଆଇପିଏଲ ୨୦୨୪ରେ ପୁଣି ଥରେ ଟ୍ରଫି ଜିତି ସନରାଇଜର୍ସ ହାଇଦ୍ରାବାଦକୁ ଦେବେ।
ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ୨୦୨୨ ନିଲାମରେ ଦିଲ୍ଲୀ କ୍ୟାପିଟାଲ୍ସ ୧୬ କୋଟି ଟଙ୍କାରେ କିଣିଛି। ଏହାପୂର୍ବରୁ ସେ ପାଇଥିବା ପରିମାଣ ୧୫ କୋଟି ଟଙ୍କା ଥିଲା। ତାଙ୍କ ଅଧିନାୟକତ୍ୱରେ ଦିଲ୍ଲୀ କ୍ୟାପିଟାଲ ଗତ ଦୁଇଟି ଆଇପିଏଲ ସିଜନରେ ପ୍ଲେ ଅଫରେ ପହଞ୍ଚିପାରିନାହିଁ।
ଗତ ୨ ସିଜିନ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁଜରାଟ ଟାଇଟାନ୍ସର ଅଧିନାୟକ ଥିଲେ, କିନ୍ତୁ ଆଇପିଏଲ ୨୦୨୪ ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ତାଙ୍କୁ ୧୫ କୋଟି ଟଙ୍କା ଦେଇ ଗୁଜରାଟ ଟାଇଟାନ୍ସଠାରୁ ଟ୍ରେଡ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri