Posted inଖେଳ

୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୬।୨: ନିକଟରେ ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ରାଚିନ ରବିନ୍ଦ୍ର ଦିନିକିଆ ବିଶ୍ୱକପ୍‌ରେ ଭଲ ଫର୍ମରେ ଥିଲେ। ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟରେ ଦ୍ୱିଶତକ ହାସଲ କରିଛନ୍ତି। ରାଚିନ ରବିନ୍ଦ୍ର ୩୬୬ ବଲରେ ୨୪୦ ରନ ସଂଗ୍ରହ କରିଥିଲେ। ସେ ତାଙ୍କ ଇନିଂସରେ ୨୬ ଚୌକା ଓ ୩ ଛକା ମାରିଥିଲେ। ଏହା ହେଉଛି ରାଚିନ ରବିନ୍ଦ୍ରଙ୍କ ପ୍ରଥମ ଟେଷ୍ଟ ଶତକ, କିନ୍ତୁ ଏହି ଯୁବ ବ୍ୟାଟ୍ସମ୍ୟାନ ତାଙ୍କର ପ୍ରଥମ ଟେଷ୍ଟ ଶତକରେ ସବୁଠୁ ବଡ ଇନିଂସ ଖେଳି ଥିବା କିୱି ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ଏହି ପ୍ରସଙ୍ଗରେ ରାଚିନ ରବିନ୍ଦ୍ର ମାଥ୍ୟୁ ସିଙ୍ଗକ୍ଲେୟାରଙ୍କୁ ପଛରେ ପକାଇଛନ୍ତି।
ପୂର୍ବତନ କିୱି ଖେଳାଳି ମାଥ୍ୟୁ ୧୯୯୯ରେ ତାଙ୍କର ପ୍ରଥମ ଟେଷ୍ଟ ଶତକ ହାସଲ କରିଥିଲେ, ସେ ଏହି ଶତକୀୟ ଇନିଂସରେ ୨୧୪ ରନ ସ୍କୋର କରିଥିଲେ। ଏହା ବ୍ୟତୀତ ରାଚିନ ରବିନ୍ଦ୍ର ଏକ ସ୍ବତନ୍ତ୍ର ତାଲିକାରେ ଯୋଗ ଦେଇଛନ୍ତି। ରାଚିନ ରବିନ୍ଦ୍ର ୨୪ ବର୍ଷ ୭୯ ଦିନ ବୟସରେ ଦ୍ୱିଶତକ ହାସଲ କରିଥିଲେ। ଏହିପରି ଭାବରେ ନ୍ୟୁଜିଲାଣ୍ଡ ପାଇଁ ଟେଷ୍ଟ ଦ୍ୱିଶତକ ହାସଲ କରିଥିବା ରବିନ୍ଦ୍ର ହେଉଛନ୍ତି ଦ୍ୱିତୀୟ କନିଷ୍ଠ ଖେଳାଳି। ମାଥ୍ୟୁ ୨୪ ବର୍ଷ ୪୭ ଦିନ ବୟସରେ ଏକ ଦ୍ୱିଶତକ ହାସଲ କରିଥିଲେ। ଏହି ତାଲିକାରେ ମାଥ୍ୟୁ ଶୀର୍ଷରେ ଅଛନ୍ତି।
ନିକଟରେ ହୋଇଥିବା ଏକଦିବସୀୟ ବିଶ୍ୱକପ୍‌ରେ ରାଚିନ ରବିନ୍ଦ୍ରଙ୍କ ପ୍ରଦର୍ଶନ ଅତ୍ୟନ୍ତ ଭଲ ଥିଲା। ଏହି ଟୁର୍ନାମେଣ୍ଟର ୧୦ଟି ମ୍ୟାଚରେ ରାଚିନ ରବିନ୍ଦ୍ର ହାରାହାରି ୧୦୬.୪୪ ରେ ୫୭୮ ରନ ସଂଗ୍ରହ କରିଛନ୍ତି। ୩ ଶତକ ସ୍କୋର କରିବା ବ୍ୟତୀତ ରାଚିନ ରବିନ୍ଦ୍ର ବିଶ୍ୱକପରେ ଦୁଇଥର ଅର୍ଦ୍ଧଶତକ ହାସଲ କରିଥିଲେ। ଏଥି ସହିତ ରାଚିନ ରବିନ୍ଦ୍ର ଏହି ଟୁର୍ନାମେଣ୍ଟରେ ସର୍ବାଧିକ ରନ ସଂଗ୍ରହ କରିଥିବା ବ୍ୟାଟ୍ସମ୍ୟାନ ତାଲିକାରେ ଚତୁର୍ଥ ସ୍ଥାନରେ ରହିଛନ୍ତି। ଏଥିସହ ଗତ ବର୍ଷ ରାଚିନ ରବିନ୍ଦ୍ରଙ୍କୁ ଆଇସିସି ଏମର୍ଜିଂ କ୍ରିକେଟର ଅଫ ଦି ଇୟର ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାମ୍ପିଅନ୍ସ ଟ୍ରଫି: ଲାହୋରରେ ଭାରତର ସମସ୍ତ ମ୍ୟାଚ୍ ଆୟୋଜନ କରିବାକୁ ପ୍ରସ୍ତାବ ଦେଲା ପାକିସ୍ତାନ

ଭବାନୀପାଟଣା,୧।୫: ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ଆସନ୍ତା ବର୍ଷ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତର ସମସ୍ତ ମ୍ୟାଚ୍କୁ ଗୋଟିଏ ସ୍ଥାନରେ ଆୟୋଜନ କରିବାକୁ...

ମୟଙ୍କ ଯାଦବଙ୍କୁ ବଡ ଉପହାର ଦେଲା ବିସିସିଆଇ, କିନ୍ତୁ ରହିଛି ଖରାପ ଖବର

ମୁମ୍ବାଇ,୧ା୫: ପେସ୍‌ ବୋଲିଂ ସେନ୍‌ସେସନ୍‌ ମୟଙ୍କ ଯାଦବ ଅବଶିଷ୍ଟ ଆଇପିଏଲ୍‌ ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ନେଇ ସନ୍ଦେହ ଉପୁଜିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ସମୟରେ...

ସେଲିବ୍ରେସନ୍‌ ପାଇଁ ବାଣ, ମିଠା କିଣି ଘରକୁ ଆଣିଥିଲେ ରିଙ୍କୁ ସିଂ’ଙ୍କ ବାପା, ପୁଅର ହେଲାଣି ସିଲେକ୍‌ସନ୍‌

ନୂଆଦିଲ୍ଲୀ,୧ା୫: ମଙ୍ଗଳବାର ପୁରୁଷ ଟି୨୦ ବିଶ୍ୱକପ ପାଇଁ ୧୫ ଜଣ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ନିମ୍ନକ୍ରମର ଦୁର୍ଦଶ ବ୍ୟାଟର ରିଙ୍କୁ ସିଂଙ୍କୁ ଦଳରେ...

ଲକ୍ଷ୍ନୌ ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ହେଲା ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଲକ୍ଷ୍ନୌର ଘରୋଇ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ...

ପାଣ୍ଡ୍ୟାଙ୍କ ଏହି ଭୁଲ ଯୋଗୁ ମୁମ୍ବାଇକୁ ପଡ଼ିଲା ଭାରି, ଅଧିନାୟକ ସମେତ ଖେଳାଳିଙ୍କ ଉପରେ ଲାଗିଲା ମୋଟା ଅଙ୍କର ଫାଇନ୍‌

ନୂଆଦିଲ୍ଲୀ,୧।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଡବଲ ଝଟକା ଲାଗିଛି। ଟୁର୍ନାମେଣ୍ଟର ୪୮ତମ ମ୍ୟାଚରେ ମୁମ୍ବାଇକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ୪ ଉଇକେଟ୍‌ରେ ହରାଇଛି। ଏହି...

ବିରାଟ କୋହଲି ଆମର ଜ୍ୱାଇଁ…କାହିଁକି ଏମିତି କହିଲେ ଶାହରୁଖ

କୋଲକାତା,୧।୫: ଆଇପିଏଲ ଦଳ କୋଲକାତା ନାଇଟ ରାଇଡର୍ସ ମାଲିକ ତଥା ବଲିଉଡ ଅଭିନେତା ଶାହାରୁଖ ଖାନ ବିରାଟ କୋହଲିଙ୍କ ଉପରେ ନିଜର ମତ ରଖିଛନ୍ତି। କୋହଲିଙ୍କୁ...

ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍‌ରୁ ବିଦା! ଜାଣନ୍ତୁ କ’ଣ ରହିଛି ସମୀକରଣ

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ସୁପର ଜଏଣ୍ଟସ ଏହି ମ୍ୟାଚ ସହଜରେ ଜିତିଲା।...

ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ଜାଣନ୍ତୁ ଦଳରେ କାହାକୁ ମିଳିଲା ସ୍ଥାନ

ସିଡନୀ,୧।୫: ଅଷ୍ଟ୍ରେଲିଆ ମଧ୍ୟ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ବିଶ୍ୱକପ୍‌ରେ ଦଳ ଅନ୍ତର୍ଜାତୀୟ ଟି-୨୦ ଅଧିନାୟକ ମିଚେଲ ମାର୍ଶଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri