Posted inଖେଳ

୮୭ ବର୍ଷର ରେକର୍ଡ ଭାଙ୍ଗିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୨।୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଟେଷ୍ଟ ଫର୍ମାଟରେ ଖେଳାଳିଙ୍କ ସର୍ବଶେଷ ର଼୍ୟାଙ୍କିଙ୍ଗ ପ୍ରକାଶ କରିଛି। ଟେଷ୍ଟ ବୋଲିଂରେ ୪୦ ବର୍ଷିୟ ଜେମ୍ସ ଆଣ୍ଡରସନଙ୍କ ଏକ ନମ୍ବର ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହା ସହିତ ଜେମ୍ସ ଆଣ୍ଡରସନ ମଧ୍ୟ ୮୭ ବର୍ଷର ରେକର୍ଡ ଭାଙ୍ଗିଛନ୍ତି, ଯେଉଁଥିରେ ସେ ବୋଲିଂ ର଼୍ୟାଙ୍କିଙ୍ଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବୟୋଜ୍ୟେଷ୍ଠ ଖେଳାଳି ହୋଇଛନ୍ତି। ଜେମ୍ସ ଆଣ୍ଡରସନଙ୍କ ପୂର୍ବରୁ ଏହି ରେକର୍ଡ ଅଷ୍ଟ୍ରେଲିଆର ପୂର୍ବତନ ଭେଟେରାନ ଖେଳାଳି କ୍ଲାରି ଗ୍ରିମେଣ୍ଟଙ୍କ ନାମରେ ଥିଲା, ଯିଏ ୧୯୩୬ରେ ସର୍ବଶ୍ରେଷ୍ଠ ନମ୍ବର-୧ ର଼୍ୟାଙ୍କିଙ୍ଗ ଖେଳାଳି ହୋଇଥିଲେ।
ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ନମ୍ବର-୧ ବୋଲରୁ ଏବେ ନମ୍ବର-୩ରେ ପହଞ୍ଚିଛନ୍ତି। କମିନ୍ସଙ୍କର ବର୍ତ୍ତମାନ ୮୫୮ ରେଟିଂ ପଏଣ୍ଟ ଥିବାବେଳେ ଭାରତୀୟ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନ ୮୬୪ ରେଟିଂ ପଏଣ୍ଟ ସହ ର଼୍ୟାଙ୍କିଙ୍ଗରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ୨ ଟେଷ୍ଟରେ ବଲ ସହିତ ଚମତ୍କାର ପ୍ରଦର୍ଶନ କରିଥିବା ରବିନ୍ଦ୍ର ଜାଡେଜା ଟେଷ୍ଟ ବୋଲିଂ ର଼୍ୟାଙ୍କିଙ୍ଗରେ ୭ ସ୍ଥାନ ଡେଇଁ ବର୍ତ୍ତମାନ ୭୬୩ ପଏଣ୍ଟ ସହ ସିଧା ୯ମ ସ୍ଥାନରେ ପହଞ୍ଚିଛନ୍ତି।
ଟେଷ୍ଟ ଫର୍ମାଟରେ ଅଲରାଉଣ୍ଡର ଖେଳାଳିଙ୍କ ସର୍ବଶେଷ ର଼୍ୟାଙ୍କିଙ୍ଗରେ ୪୬୦ ରେଟିଂ ପଏଣ୍ଟ ସହ ରବିନ୍ଦ୍ର ଜାଡେଜା ପ୍ରଥମ ସ୍ଥାନ ବଜାୟ ରଖିଥିବାବେଳେ ରବିଚନ୍ଦ୍ରନ ଅଶ୍ୱିନ ୩୭୬ ରେଟିଂ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନ ବଜାୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri