Posted inଖେଳ

୮୭ ବର୍ଷର ରେକର୍ଡ ଭାଙ୍ଗିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୨।୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଟେଷ୍ଟ ଫର୍ମାଟରେ ଖେଳାଳିଙ୍କ ସର୍ବଶେଷ ର଼୍ୟାଙ୍କିଙ୍ଗ ପ୍ରକାଶ କରିଛି। ଟେଷ୍ଟ ବୋଲିଂରେ ୪୦ ବର୍ଷିୟ ଜେମ୍ସ ଆଣ୍ଡରସନଙ୍କ ଏକ ନମ୍ବର ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହା ସହିତ ଜେମ୍ସ ଆଣ୍ଡରସନ ମଧ୍ୟ ୮୭ ବର୍ଷର ରେକର୍ଡ ଭାଙ୍ଗିଛନ୍ତି, ଯେଉଁଥିରେ ସେ ବୋଲିଂ ର଼୍ୟାଙ୍କିଙ୍ଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବୟୋଜ୍ୟେଷ୍ଠ ଖେଳାଳି ହୋଇଛନ୍ତି। ଜେମ୍ସ ଆଣ୍ଡରସନଙ୍କ ପୂର୍ବରୁ ଏହି ରେକର୍ଡ ଅଷ୍ଟ୍ରେଲିଆର ପୂର୍ବତନ ଭେଟେରାନ ଖେଳାଳି କ୍ଲାରି ଗ୍ରିମେଣ୍ଟଙ୍କ ନାମରେ ଥିଲା, ଯିଏ ୧୯୩୬ରେ ସର୍ବଶ୍ରେଷ୍ଠ ନମ୍ବର-୧ ର଼୍ୟାଙ୍କିଙ୍ଗ ଖେଳାଳି ହୋଇଥିଲେ।
ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ନମ୍ବର-୧ ବୋଲରୁ ଏବେ ନମ୍ବର-୩ରେ ପହଞ୍ଚିଛନ୍ତି। କମିନ୍ସଙ୍କର ବର୍ତ୍ତମାନ ୮୫୮ ରେଟିଂ ପଏଣ୍ଟ ଥିବାବେଳେ ଭାରତୀୟ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନ ୮୬୪ ରେଟିଂ ପଏଣ୍ଟ ସହ ର଼୍ୟାଙ୍କିଙ୍ଗରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ୨ ଟେଷ୍ଟରେ ବଲ ସହିତ ଚମତ୍କାର ପ୍ରଦର୍ଶନ କରିଥିବା ରବିନ୍ଦ୍ର ଜାଡେଜା ଟେଷ୍ଟ ବୋଲିଂ ର଼୍ୟାଙ୍କିଙ୍ଗରେ ୭ ସ୍ଥାନ ଡେଇଁ ବର୍ତ୍ତମାନ ୭୬୩ ପଏଣ୍ଟ ସହ ସିଧା ୯ମ ସ୍ଥାନରେ ପହଞ୍ଚିଛନ୍ତି।
ଟେଷ୍ଟ ଫର୍ମାଟରେ ଅଲରାଉଣ୍ଡର ଖେଳାଳିଙ୍କ ସର୍ବଶେଷ ର଼୍ୟାଙ୍କିଙ୍ଗରେ ୪୬୦ ରେଟିଂ ପଏଣ୍ଟ ସହ ରବିନ୍ଦ୍ର ଜାଡେଜା ପ୍ରଥମ ସ୍ଥାନ ବଜାୟ ରଖିଥିବାବେଳେ ରବିଚନ୍ଦ୍ରନ ଅଶ୍ୱିନ ୩୭୬ ରେଟିଂ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନ ବଜାୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri