Posted inଖେଳ

ଇଦ୍‌ରେ ସ୍ତ୍ରୀଙ୍କୁ ମର୍ସିଡିଜ୍‌-ବେଞ୍ଜ କାର୍‌ ଉପହାର ଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ, ୧।୮: ବାଂଲାଦେଶ କ୍ରିକେଟ୍‌ ଦଳର ପ୍ରାକ୍ତନ ଅଧିନାୟକ ତଥା ଅଭିଜ୍ଞ ଅଲ୍‌ରାଉଣ୍ଡର ଶାକିବ ଅଲ୍‌ ହାସାନ ଇଦ୍‌ ଅବସରେ ସ୍ତ୍ରୀ ଉମି ଅହମ୍ମଦ ଶିଶିରଙ୍କୁ ଏକ ସ୍ବତନ୍ତ୍ର ଉପହାର ପ୍ରଦାନ କରିଛନ୍ତି। ଇଦ୍‌ ଉପଲକ୍ଷେ ଶାକିବ ଏକ ନୂଆ ମର୍ସିଡିଜ୍‌-ବେଞ୍ଜ କାର୍‌ ତାଙ୍କ ସ୍ତ୍ରୀଙ୍କୁ ଭେଟି ଦେଇଛନ୍ତି। କରୋନା ମହାମାରୀ ଲାଗି ଗତ ମାର୍ଚ୍ଚ ମାସରୁ ଏହି ଦମ୍ପତି ଆମେରିକାରେ ଅବସ୍ଥାପିତ ରହିଛନ୍ତି। ଏଭଳି କଠିନ ସମୟ ସତ୍ତ୍ୱେ ଶାକିବ ସ୍ତ୍ରୀଙ୍କ ପାଇଁ ଏହି ପର୍ବକୁ ଅଧିକ ସ୍ମରଣୀୟ କରିବା ଲାଗି ଭୁଲି ନ ଥିଲେ। ୩୧ ବର୍ଷୀୟା ଶିଶିର ଏହି ସୌଖିନ କାର୍‌ର ୨ଟି ଫଟୋ ତାଙ୍କ ଫେସ୍‌ବୁକ୍‌ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି। ‘ସ୍ବାମୀଙ୍କଠାରୁ ମୋର ଇଦ୍‌’ ବୋଲି ଶିଶିର ଫଟୋର କ୍ୟାପସନରେ ସେ ଉଲ୍ଲେଖ କରିଛନ୍ତି।

୧୨ ଡିସେମ୍ବର ୨୦୧୨ରେ ଶାକିବଙ୍କୁ ବିବାହ କରିଥିବା ଶିଶିର ଜଣେ ସଫ୍ଟଓ୍ବେର ଇଞ୍ଜିନିୟର ଏବଂ ମଡେଲିଂରେ ମଧ୍ୟ ରୁଚି ରଖନ୍ତି। ଏହି ଦମ୍ପତିଙ୍କର ୨ଟି କନ୍ୟା ସନ୍ତାନ ରହିଛି। ଏଠାରେ ଉଲ୍ଲେଖଯୋଗ୍ୟ, ଗତବର୍ଷ ଅକ୍ଟୋବରରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଶାକିବଙ୍କୁ ଗୋଟିଏ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟ୍‌ରୁ ବାସନ୍ଦ କରିଛି। ଫିକ୍ସିଂ ମାମଲରେ ସେ ତଥ୍ୟ ପ୍ରକାଶ କରି ନ ଥିବାରୁ ଆଇସିସି ତାଙ୍କୁ ଏହି ବାସନ୍ଦାଦେଶ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri