Posted inଖେଳ

ପ୍ରେମ ପାଇଁ ଦେଶ ଛାଡିଥିଲେ ଏହି କ୍ରିକେଟର୍‌

ଆଇପିଏଲ୍‌ରେ ଏମଏସ ଧୋନୀଙ୍କ ଦଳ ଚେନ୍ନାଇ ସୁପର କିଙ୍ଗ୍ସ ତାରକା ବୋଲର ଇମ୍ରାନ ତାହିର ପାକିସ୍ଥାନର ଅଟନ୍ତି। ଭାରତୀୟ ମୂଳ ଦକ୍ଷିଣ ଆଫ୍ରିକୀୟ ସୁମାୟା ଦିଲଦାରଙ୍କୁ ତାଙ୍କ ଜାବନସାଥୀ ଭାବରେ ବାଛିଥିଲେ ସେ। ତାହିର ଆଜି ଯେଉଁ ସ୍ଥାନରେ ଅଛନ୍ତି, ସେଥିରେ ତାଙ୍କ ସ୍ତ୍ରୀଙ୍କର ଏକ ବଡ଼ ହାତ ଅଛି। ସୁମାୟା ପେଶାରେ ଜଣେ ମେକଅପ୍‌ ଆର୍ଟିଷ୍ଟ। ଏଥିରେ ସେ ଅନେକ ଲୋକପ୍ରିୟତା ମଧ୍ୟ ହାସଲ କରିଛନ୍ତି। ତାହିର ପାକିସ୍ତାନ ପକ୍ଷରୁ ଅଣ୍ଡର -୧୯ ଏବଂ ପାକିସ୍ତାନ ଏ ପକ୍ଷରୁ ଖେଲିବା ପାଇଁ ଦକ୍ଷିଣ ଆଫ୍ରିକା ଗସ୍ତ କରିଥିଲେ। ସେତେବେଳେ ସୁମାୟାଙ୍କୁ ପ୍ରଥମ ଥର ଦେଖିଥିଲେ। ପ୍ରଥମ ଦେଖାରେ ତାଙ୍କ ପ୍ରେମରେ ପଡିଯାଇଥିଲେ ତାହିର। ଗସ୍ତ ସାରି ଘରକୁ ଫେରିବା ପରେ ମଧ୍ୟ ସୁମାୟାଙ୍କୁ ଭୁଲି ନ ଥିଲେ। ତାଙ୍କୁ ଭେଟିବାକୁ ପୁଣି ଥରେ ଦକ୍ଷିଣ ଆଫ୍ରିକା ଯାଇଥିଲେ। ସୁମାୟାଙ୍କ ନିକଟରେ ନିଜର ପ୍ରେମ ବ୍ୟକ୍ତ କରିଥିଲେ। ଏଥିପାଇଁ ଏକ ସର୍ତ୍ତ ରଖିଥିଲେ ସୁମାୟା। ସେ କହିଥିଲେ ମୁଁ ଯଦି ପ୍ରେମ ସ୍ବୀକାର କରିବି ତେବେ ତୁମେ ଦକ୍ଷିଣ ଆଫ୍ରିକା କେବେ ଛାଡିକି ଯିବ ନାହିଁ। ଏହି ସର୍ତ୍ତରେ ତାହିର ରାଜି ହୋଇଥିଲେ। ତାହିର ନିଜ ପ୍ରେମ ପାଇଁ ପାକିସ୍ତାନ ଛାଡି ଦକ୍ଷିଣ ଆଫ୍ରିକାରେ ରହିବାକୁ ନିଷ୍ପତ୍ତି ନେଇଥିଲେ। ଏହା ପରେ ତାହିର ଦକ୍ଷିଣ ଆଫ୍ରିକା ପକ୍ଷରୁ କ୍ରିକେଟ୍‌ ଖେଲିବା ଆରମ୍ଭ କଲେ। ଏବେ ସେ ବିଶ୍ୱର ଶ୍ରେଷ୍ଠ ବୋଲରମାନଙ୍କ ମଧ୍ୟରୁ ଅନ୍ୟତମ। ତାହିର ଦକ୍ଷିଣ ଆଫ୍ରିକା ପାଇଁ ୨୦ଟି ଟେଷ୍ଟ, ୧୦୭ଟି ଏକଦିବସୀୟ ମ୍ୟାଚ୍‌ ଏବଂ ୩୮ଟି ଟି-୨୦ ଅନ୍ତର୍ଜାତୀୟ ଖେଳିଛନ୍ତି। ୨୦୧୯ ଆଇସିସି ବିଶ୍ୱକପ ପରେ ସେ ଏକଦିବସୀୟରୁ ଅବସର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?