Posted inଖେଳ

ନିଜ ବ୍ୟାଟିଂକୁ ନେଇ ପ୍ରଶ୍ନ ଉଠାଇଲେ ଏହି କ୍ରିକେଟର୍‌

ଇସଲାମାବାଦ୍‌,୨୪।୧: ଆଇସିସି ୨୦୨୨ ବର୍ଷ ପାଇଁ ପୁରୁଷ ଟି-୨୦ ଦଳ ଘୋଷଣା କରିଛି। ପାକିସ୍ତାନର ଷ୍ଟାର ଉଇକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜୱାନ ମଧ୍ୟ ଏଥିରେ ସ୍ଥାନ ପାଇଛନ୍ତି। ତେବେ ରିଜୱାନଙ୍କ ସମୟ ଏବେ ଭଲ ଚାଲିନାହିଁ। ସେ ସବୁ ଦିଗରୁ କଠିନ ଆହ୍ବାନର ସମ୍ମୁଖୀନ ହେଉଛନ୍ତି। ପାକିସ୍ତାନର ଟେଷ୍ଟ ଦଳରୁ ବାଦ୍‌ ପଡିଥିବା ରିଜୱାନ ନିଜେ ଟି-୨୦ ଫର୍ମାଟରେ ତାଙ୍କ ଭୂମିକା ଉପରେ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, କ୍ରିକେଟର ସବୁଠୁ ଛୋଟ ଫର୍ମାଟରେ ଆଙ୍କର୍‌ ଭୂମିକା ଗ୍ରହଣ କରିବା ତାଙ୍କୁ ଲଜ୍ଜାଜନକ ସ୍ଥିତିରେ ନେଇ ପହଞ୍ଚାଇଛି, କାରଣ ପାକିସ୍ତାନର ବ୍ୟାଟ୍ସମ୍ୟାନ୍‌ମାନେ ପାୱାର୍‌ ହିଟ ପାଇଁ ଜଣାଶୁଣା।
ରିଜୱାନ ବର୍ତ୍ତମାନ ବାଂଲାଦେଶ ପ୍ରିମିୟର ଲିଗ (ବିପିଏଲ) ରେ କୋମିଲା ଭିକ୍ଟୋରିଆନ୍ସ ପାଇଁ ଖେଳୁଛନ୍ତି। ସେ ୧୩ ଫେବୃଆରୀରୁ ପାକିସ୍ତାନ ସୁପର ଲିଗରେ ମୁଲତାନ ସୁଲତାନର ଅଧିନାୟକ ଦାୟିତ୍ୱ ସମ୍ଭାଳିବେ। ରିଜୱାନ କହିଛନ୍ତି, ଟି-୨୦ କ୍ରିକେଟରେ ଆଙ୍କର୍‌ ଭୂମିକା ଗ୍ରହଣ କରିବା ଅତ୍ୟନ୍ତ କଷ୍ଟକର। ବେଳେବେଳେ ଏହା ଲଜ୍ଜାଜନକ ମନେହୁଏ। ଫ୍ରାଞ୍ଚାଇଜ ମୋତେ ଟି-୨୦ ଲିଗରେ ଆଙ୍କର୍‌ ଭୂମିକା ଗ୍ରହଣ କରିବାକୁ କୁହନ୍ତି, ଯେପରି ମୁଁ ପାକିସ୍ତାନ ପାଇଁ କରେ। ମୋତେ ଉଇକେଟ ବଞ୍ଚାଇ ରଖିବାକୁ କୁହାଯାଏ, ଯାହା ଦ୍ୱାରା ଅନ୍ୟ ବ୍ୟାଟ୍ସମ୍ୟାନ୍‌ମାନେ ଖୋଲା ସଟ୍‌ ଖେଲିପାରିବେ। ଏହା କରିବା ସର୍ବଦା କଷ୍ଟକର। ସମସ୍ତେ ଟି-୨୦ରେ ଛକା ମାରିବାକୁ ପସନ୍ଦ କରନ୍ତି କିନ୍ତୁ, ମୋତେ ୩୫-୪୫ ବଲରେ ୬୦-୭୦ ରନ ସ୍କୋର କରି ଉଇକେଟ ଉପରେ ଠିଆ ହେବାକୁ କୁହାଯାଏ।
ରିଜୱାନ ଆହୁରି ମଧ୍ୟ କହିଛନ୍ତି, ଦକ୍ଷିଣ ଆଫ୍ରିକାର ଭେଟେରାନ ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସ ତାଙ୍କର ଆଦର୍ଶ। କ୍ରିକେଟର ସମସ୍ତ ଫର୍ମାଟରେ ତାଙ୍କର ପ୍ରଦର୍ଶନକୁ ଅତି ନିକଟରୁ ଦେଖେ। ତାଙ୍କଠାରୁ ଅନେକ କିଛି ଶିଖିଛି। ମୁଁ ଦଳର ଆବଶ୍ୟକତା ଅନୁଯାୟୀ ଖେଳେ।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆନ୍ଦୋଳନ ଡାକରା ଦେଲା ଏହି ବଡ଼ ବ୍ୟାଙ୍କ୍‌, ଜାଣନ୍ତୁ ସେପ୍ଟେମ୍ୱର-ଅକ୍ଟୋବରରେ କେତେଦିନ ବନ୍ଦ ରହିବ ବ୍ୟାଙ୍କ୍‌?

ନୂଆଦିଲ୍‌ଲୀ,୧।୯: ଯଦି ଆପଣ ସେପ୍ଟେମ୍ୱର-ଅକ୍ଟୋବର ମାସରେ ବ୍ୟାଙ୍କ ସମ୍ୱନ୍ଧୀୟ କୌଣସି କାମ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମାସଗୁଡ଼ିକରେ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଚମତ୍କାର ବିଜୟ ସହ ଫାଇନାଲରେ ସିଧା ପହଞ୍ଚିଲା ବୈଭବଙ୍କ ଦଳ, ଦମ୍‌ଦାର ବ୍ୟାଟିଂ ସହିତ ଟିମ୍‌କୁ ଜିତାଇଲେ…

ନୂଆଦିଲ୍ଲୀ,୧।୯: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲରେ ଇଷ୍ଟ ଜୋନ ଚମତ୍କାର ବିଜୟ ହାସଲ କରିଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ବିସିସିଆଇ ସେଣ୍ଟର ଅଫ ଏକ୍ସିଲେନ୍ସରେ…

ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର

ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri