Posted inଖେଳ

ଧୋନୀଙ୍କ ସହ ପ୍ରଥମ ସାକ୍ଷାତ୍‌କୁ ମନେ ପକାଇଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ, ୨୬।୭: ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ଲେଗ୍‌ ସ୍ପିନର ଇମ୍ରାନ ତାହିର ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସହ ପ୍ରଥମ ସାକ୍ଷାତ୍‌କାରକୁ ମନେ ପକାଇଛନ୍ତି। ତାହିର ୨୦୧୪ରେ ଆଇପିଏଲ୍‌ ପଦାର୍ପଣ କରିଥିଲେ। କିନ୍ତୁ ଯେତେବେଳେ ସେ ୨୦୧୭ରେ ରାଇଜିଂ ପୁନେ ସୁପର୍‌ ଜିଆଣ୍ଟ୍ସ ପକ୍ଷରୁ ଖେଳିବାର ସୁଯୋଗ ପାଇଥିଲେ ସେତେବେଳେ ପ୍ରଥମଥର ଲାଗି ଧୋନୀଙ୍କ ସହ ସାକ୍ଷାତ୍‌ କରିବାର ସୁଯୋଗ ପାଇଥିଲେ। ଏକ ଲାଇଭ୍‌ ସୋ ପ୍ରୋଗ୍ରାମ ଅବସରରେ ତାହିର କହିଛନ୍ତି, ଧୋନୀଙ୍କୁ ସାକ୍ଷାତ୍‌ କରିବା ପୂର୍ବରୁ ମୁଁ ବହୁତ ନର୍ଭସ ଥିଲି। ମୁଁ ତାଙ୍କୁ ପୂର୍ବରୁ ଟିଭିରେ ଦେଖିଥିଲେ ମଧ୍ୟ କେବେ ଭେଟିବାର ସୁଯୋଗ ପାଇ ନ ଥିଲି। ମୋତେ ଯେତେବେଳେ ପୁନେ ପକ୍ଷରୁ ଖେଳିବା ଲାଗି ଚୟନ କରାଗଲା ସେତେବେଳେ ତାଙ୍କୁ ପ୍ରଥମଥର ଭେଟିଲି। ହୋଟେଲରେ ମୋ ରୁମ୍‌ କବାଟ ଖୋଲିବା ପରେ ସେ ମୋ ପାଖକୁ ଆସିଲେ। ମୋତେ କହିଲେ ଇମ୍ରାନ ଭାଇ ତୁମକୁ ସ୍ବାଗତ। ତାଙ୍କ ରୁମ୍‌ରେ ବସି ଆଲୋଚନା କରିବା ପାଇଁ ମୋତେ ଡାକିଥିଲେ। ସେ ମୋତେ ଏ ଅଫର୍‌ ଦେଇଥିବାରୁ ଏଥିରେ ମୁଁ ଆଶ୍ଚର୍ଯ୍ୟ ହୋଇଯାଇଥିଲି। ମୋତେ କ୍ରିକେଟ୍‌ ବିଷୟରେ ବହୁତ କିଛି ତାଙ୍କ ନିକଟରୁ ଜାଣିବାକୁ ଥିବାରୁ ଏହି ଅଫରରେ ରାଜି ହୋଇଯାଇଥିଲି’ ବୋଲି ଇମ୍ରାନ କହିଛନ୍ତି। ୪୧ ବର୍ଷୀୟ ଇମ୍ରାନ ଦକ୍ଷିଣ ଆଫ୍ରିକା ପକ୍ଷରୁ ୨୦ ଟେଷ୍ଟ, ୧୦୭ ଦିନିକିଆ ଓ ୩୮ ଟି୨୦ ମ୍ୟାଚ୍‌ ଖେଳି ଯଥାକ୍ରମେ ୫୭, ୧୭୩ ଓ ୬୩ ଉଇକେଟ୍‌ ଅକ୍ତିଆର କରିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri