Posted inଖେଳ

ଧୋନୀଙ୍କ ସହ ପ୍ରଥମ ସାକ୍ଷାତ୍‌କୁ ମନେ ପକାଇଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ, ୨୬।୭: ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ଲେଗ୍‌ ସ୍ପିନର ଇମ୍ରାନ ତାହିର ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସହ ପ୍ରଥମ ସାକ୍ଷାତ୍‌କାରକୁ ମନେ ପକାଇଛନ୍ତି। ତାହିର ୨୦୧୪ରେ ଆଇପିଏଲ୍‌ ପଦାର୍ପଣ କରିଥିଲେ। କିନ୍ତୁ ଯେତେବେଳେ ସେ ୨୦୧୭ରେ ରାଇଜିଂ ପୁନେ ସୁପର୍‌ ଜିଆଣ୍ଟ୍ସ ପକ୍ଷରୁ ଖେଳିବାର ସୁଯୋଗ ପାଇଥିଲେ ସେତେବେଳେ ପ୍ରଥମଥର ଲାଗି ଧୋନୀଙ୍କ ସହ ସାକ୍ଷାତ୍‌ କରିବାର ସୁଯୋଗ ପାଇଥିଲେ। ଏକ ଲାଇଭ୍‌ ସୋ ପ୍ରୋଗ୍ରାମ ଅବସରରେ ତାହିର କହିଛନ୍ତି, ଧୋନୀଙ୍କୁ ସାକ୍ଷାତ୍‌ କରିବା ପୂର୍ବରୁ ମୁଁ ବହୁତ ନର୍ଭସ ଥିଲି। ମୁଁ ତାଙ୍କୁ ପୂର୍ବରୁ ଟିଭିରେ ଦେଖିଥିଲେ ମଧ୍ୟ କେବେ ଭେଟିବାର ସୁଯୋଗ ପାଇ ନ ଥିଲି। ମୋତେ ଯେତେବେଳେ ପୁନେ ପକ୍ଷରୁ ଖେଳିବା ଲାଗି ଚୟନ କରାଗଲା ସେତେବେଳେ ତାଙ୍କୁ ପ୍ରଥମଥର ଭେଟିଲି। ହୋଟେଲରେ ମୋ ରୁମ୍‌ କବାଟ ଖୋଲିବା ପରେ ସେ ମୋ ପାଖକୁ ଆସିଲେ। ମୋତେ କହିଲେ ଇମ୍ରାନ ଭାଇ ତୁମକୁ ସ୍ବାଗତ। ତାଙ୍କ ରୁମ୍‌ରେ ବସି ଆଲୋଚନା କରିବା ପାଇଁ ମୋତେ ଡାକିଥିଲେ। ସେ ମୋତେ ଏ ଅଫର୍‌ ଦେଇଥିବାରୁ ଏଥିରେ ମୁଁ ଆଶ୍ଚର୍ଯ୍ୟ ହୋଇଯାଇଥିଲି। ମୋତେ କ୍ରିକେଟ୍‌ ବିଷୟରେ ବହୁତ କିଛି ତାଙ୍କ ନିକଟରୁ ଜାଣିବାକୁ ଥିବାରୁ ଏହି ଅଫରରେ ରାଜି ହୋଇଯାଇଥିଲି’ ବୋଲି ଇମ୍ରାନ କହିଛନ୍ତି। ୪୧ ବର୍ଷୀୟ ଇମ୍ରାନ ଦକ୍ଷିଣ ଆଫ୍ରିକା ପକ୍ଷରୁ ୨୦ ଟେଷ୍ଟ, ୧୦୭ ଦିନିକିଆ ଓ ୩୮ ଟି୨୦ ମ୍ୟାଚ୍‌ ଖେଳି ଯଥାକ୍ରମେ ୫୭, ୧୭୩ ଓ ୬୩ ଉଇକେଟ୍‌ ଅକ୍ତିଆର କରିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ…

ବିହାର ଅସଦାଚରଣ ମାମଲା: ୩ ଗିରଫ

ପାଟନା, ୨୨।୯: ବିହାରର ଜାମୁଇ ଜିଲାରେ ୧୦ମ ଶ୍ରେଣୀର ୨ଜଣ ଛାତ୍ରୀଛାତ୍ରଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାରେ ପୋଲିସ ୩ ଜଣ ନାବାଳକଙ୍କୁ ଗିରଫ କରିଛି।…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?