Posted inଖେଳ

କରୋନାରୁ ସୁସ୍ଥ ହେଲେ ଏହି କ୍ରିକେଟର୍‌

ଢାକା, ୧୫।୭- ବିଶ୍ୱରେ ଅନେକ କ୍ରୀଡ଼ାବିତ୍‌ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ଆରୋଗ୍ୟ ଲାଭ କରିଛନ୍ତି। ଏହିକ୍ରମରେ ବାଂଲାଦେଶ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମାଶ୍ରାଫି ମୋର୍ତାଜା ଏହି ମହାମାରୀରୁ ସୁସ୍ଥତା ଲାଭ କରିଛନ୍ତି। ସୁସ୍ଥ ହୋଇଥିବା ନେଇ ମୋର୍ତାଜା ନିଜେ ତାଙ୍କ ଟୁଇଟର୍‌ ପୃଷ୍ଠାରେ ସ୍ପଷ୍ଟ କରିଛନ୍ତି। ‘ଆଶା କରୁଛି ସମସ୍ତେ ସୁସ୍ଥ ଅଛନ୍ତି। ଭଗବାନଙ୍କ କୃପା ଏବଂ ସମସ୍ତଙ୍କ ଆଶୀର୍ବାଦା ଯୋଗୁ ବର୍ତ୍ତମାନ ମୋର କରୋନା ଭାଇରସ୍‌ ରିପୋର୍ଟ ନେଗେଟିଭ ଆସିଛି। ଏଭଳି କଠିନ ସମୟରେ ମୋର ସାଥୀରେ ରହିଥିବା ଏବଂ ସ୍ବାସ୍ଥ୍ୟ ପ୍ରତି ଚିନ୍ତା ପ୍ରକଟ କରିଥିବାରୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରୁଛି’ ବୋଲି ୩୬ ବର୍ଷୀୟ ମୋର୍ତାଜା ଟୁଇଟର୍‌ ପୃଷ୍ଠାରେ ଉଲ୍ଲେଖ କରିଛନ୍ତି। ତେବେ ମୋର୍ତାଜା ସୁସ୍ଥ ହୋଇଥିଲେ ମଧ୍ୟ ତାଙ୍କ ସ୍ତ୍ରୀ ସୁମୋନା ହକ୍‌ଙ୍କ କରୋନା ରିପୋର୍ଟ କିନ୍ତୁ ପୁନର୍ବାର ପଜିଟିଭ ଆସିଛି। ‘ଦୁଇ ସପ୍ତାହର ଚିକିତ୍ସା ପରେ ମୋ ସ୍ତ୍ରୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ସେ ଆରୋଗ୍ୟ ଲାଭ କରୁଛନ୍ତି। ତାଙ୍କ ପାଇଁ ପ୍ରାର୍ଥନା କର’ ବୋଲି ମୋର୍ତାଜା ଆଉ ଏକ ପୋଷ୍ଟରେ ଏହା କହିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ବାଂଲାଦେଶ ପକ୍ଷରୁ ଏହି ଡାହାଣହାତୀ ଦ୍ରୁତ ବୋଲର ୩୬ ଟେଷ୍ଟ, ୨୨୦ ଦିନିକିଆ ଓ ୫୪ ଟି୨୦ ମ୍ୟାଚ୍‌ ଖେଳି ଯଥାକ୍ରମେ ୭୮, ୨୭୦ ଓ ୪୨ ଉଇକେଟ୍‌ ଅକ୍ତିଆର କରିଛନ୍ତି। ଅନ୍ୟତମ ବାଂଲଦେଶ ଖେଳାଳି ନଜମୁଲ ଇସଲାମ ଯିଏକି ୩ ସପ୍ତାହ ତଳେ କରୋନାରେ ଆକ୍ରାନ୍ତ ହୋଇଥିଲେ ସେ ମଧ୍ୟ ଆରୋଗ୍ୟ ଲାଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri