Posted inଖେଳ

କରୋନାରୁ ସୁସ୍ଥ ହେଲେ ଏହି କ୍ରିକେଟର୍‌

ଢାକା, ୧୫।୭- ବିଶ୍ୱରେ ଅନେକ କ୍ରୀଡ଼ାବିତ୍‌ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ଆରୋଗ୍ୟ ଲାଭ କରିଛନ୍ତି। ଏହିକ୍ରମରେ ବାଂଲାଦେଶ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମାଶ୍ରାଫି ମୋର୍ତାଜା ଏହି ମହାମାରୀରୁ ସୁସ୍ଥତା ଲାଭ କରିଛନ୍ତି। ସୁସ୍ଥ ହୋଇଥିବା ନେଇ ମୋର୍ତାଜା ନିଜେ ତାଙ୍କ ଟୁଇଟର୍‌ ପୃଷ୍ଠାରେ ସ୍ପଷ୍ଟ କରିଛନ୍ତି। ‘ଆଶା କରୁଛି ସମସ୍ତେ ସୁସ୍ଥ ଅଛନ୍ତି। ଭଗବାନଙ୍କ କୃପା ଏବଂ ସମସ୍ତଙ୍କ ଆଶୀର୍ବାଦା ଯୋଗୁ ବର୍ତ୍ତମାନ ମୋର କରୋନା ଭାଇରସ୍‌ ରିପୋର୍ଟ ନେଗେଟିଭ ଆସିଛି। ଏଭଳି କଠିନ ସମୟରେ ମୋର ସାଥୀରେ ରହିଥିବା ଏବଂ ସ୍ବାସ୍ଥ୍ୟ ପ୍ରତି ଚିନ୍ତା ପ୍ରକଟ କରିଥିବାରୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରୁଛି’ ବୋଲି ୩୬ ବର୍ଷୀୟ ମୋର୍ତାଜା ଟୁଇଟର୍‌ ପୃଷ୍ଠାରେ ଉଲ୍ଲେଖ କରିଛନ୍ତି। ତେବେ ମୋର୍ତାଜା ସୁସ୍ଥ ହୋଇଥିଲେ ମଧ୍ୟ ତାଙ୍କ ସ୍ତ୍ରୀ ସୁମୋନା ହକ୍‌ଙ୍କ କରୋନା ରିପୋର୍ଟ କିନ୍ତୁ ପୁନର୍ବାର ପଜିଟିଭ ଆସିଛି। ‘ଦୁଇ ସପ୍ତାହର ଚିକିତ୍ସା ପରେ ମୋ ସ୍ତ୍ରୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ସେ ଆରୋଗ୍ୟ ଲାଭ କରୁଛନ୍ତି। ତାଙ୍କ ପାଇଁ ପ୍ରାର୍ଥନା କର’ ବୋଲି ମୋର୍ତାଜା ଆଉ ଏକ ପୋଷ୍ଟରେ ଏହା କହିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ବାଂଲାଦେଶ ପକ୍ଷରୁ ଏହି ଡାହାଣହାତୀ ଦ୍ରୁତ ବୋଲର ୩୬ ଟେଷ୍ଟ, ୨୨୦ ଦିନିକିଆ ଓ ୫୪ ଟି୨୦ ମ୍ୟାଚ୍‌ ଖେଳି ଯଥାକ୍ରମେ ୭୮, ୨୭୦ ଓ ୪୨ ଉଇକେଟ୍‌ ଅକ୍ତିଆର କରିଛନ୍ତି। ଅନ୍ୟତମ ବାଂଲଦେଶ ଖେଳାଳି ନଜମୁଲ ଇସଲାମ ଯିଏକି ୩ ସପ୍ତାହ ତଳେ କରୋନାରେ ଆକ୍ରାନ୍ତ ହୋଇଥିଲେ ସେ ମଧ୍ୟ ଆରୋଗ୍ୟ ଲାଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ

ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।…

ବାଂଲାଦେଶ ଫେରିବା ନେଇ ଶେଖ୍ ହାସିନାଙ୍କ ବଡ଼ ବୟାନ, ମୃତ୍ୟୁ ମଧ୍ୟ ଗ୍ରହଣୀୟ କିନ୍ତୁ….

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କ୍ଷମତା ଯିବା ପରଠାରୁ ଅର୍ଥାତ୍ ଅଗଷ୍ଟ ୨୦୨୪ରୁ ଭାରତରେ ରହି ଆସୁଛନ୍ତି । ସେ କହିଛନ୍ତି ଯେ, ଚଳିତ ବର୍ଷ…

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନଶମ ବିଭାଗ…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!

ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri