Posted inଖେଳ

ଅବସର ଯୋଜନାକୁ ଖଣ୍ଡନ କଲେ ଏହି କ୍ରିକେଟର୍‌

ମାଞ୍ଚେଷ୍ଟର, ୧୦।୮- ନିକଟ ଅତୀତରେ ଦକ୍ଷତା ଅନୁସାରେ ପ୍ରଦର୍ଶନ କରିପାରି ନ ଥିଲେ ହେଁ ଏବେ ଅବସର ନେବାକୁ ତାଙ୍କର କୌଣସି ଯୋଜନା ନାହିଁ ବୋଲି ଇଂଲଣ୍ଡ ଫାଷ୍ଟ ବୋଲର ଜେମ୍ସ ଆଣ୍ଡରସନ ପ୍ରକାଶ କରିଛନ୍ତି। ୨୦୨୧-୨୨ ଆଶେସ ସିରିଜ ଖେଳିବା ତାଙ୍କ ଇଚ୍ଛା ବୋଲି ସେ ସ୍ପଷ୍ଟ କରିଛନ୍ତି। ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟରେ ସେ ୯୭ ରନ ଦେଇ ମାତ୍ର ୧ ଉଇକେଟ ପାଇଥିଲେ। ଚଳିତ ବର୍ଷ ସେ ୩ଟି ଟେଷ୍ଟ ଖେଳି ସାରିଥିବାବେଳେ ତାଙ୍କ ବୋଲିଂ ଆଭରେଜ ୪୧.୧୬ ରହିଛି। ତେଣୁ ୩୮ ବର୍ଷୀୟ ଏହି ଫାଷ୍ଟ ବୋଲର ଚଳିତ ବର୍ଷ ଶେଷରେ ଅବସର ନେବା ସମ୍ଭାବନା ଅଛି ବୋଲି ଗୁଜବ ଉଠିଛି। ଇଂଲଣ୍ଡ ପକ୍ଷରୁ ସର୍ବାଧିକ ଟେଷ୍ଟ ଉଇକେଟ ହାସଲକାରୀ ଆଣ୍ଡରସନ କହିଛନ୍ତି ଯେ ଏବେ ତାଙ୍କର ଅବସର ଯୋଜନା ନାହିଁ। ସେ ଏବେ ମଧ୍ୟ ଟେଷ୍ଟ ଖେଳିବା ପାଇଁ ଭୋକିଲା ଅଛନ୍ତି। ଗୋଟିଏ ଖରାପ ଗେମ୍‌ ଖେଳିବାଦ୍ୱାରା ବିଭିନ୍ନ କଥା ଶୁଣିବାକୁ ମିଳୁଛି। ଏହା ଠିକ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇ, ପୁଣି ଜଣେ ଅଭିଯୁକ୍ତ ଗିରଫ

ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପୋଲିସ ସାଇବର ଠକେଇ ପାଇଁ ଚାଲିଥିବା ଅପରେଶନ କବଚକୁ ଜୋରଦାର କରିଛି। ବୁଧବାର ଜିଲା ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରଥିଲା। ଗୁରୁବାର…

ମ୍ୟୁଚୁଆଲ୍‌ ଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ: ଏବେ ୪୦ କ୍ୟାଟେଗୋରିରେ ହେବ ନିବେଶ, ‘ଇକ୍ୱୁଟି ଫଣ୍ଡ’ ଟଙ୍କାରେ…

ନୂଆଦିଲ୍ଲୀ,୨୬।୨: ଭାରତୀୟ ପୁଞ୍ଜି ବଜାର ନିୟନ୍ତ୍ରକ ସେବି (SEBI) ମ୍ୟୁଚୁଆଲ ଫଣ୍ଡ ହାଉସ୍‌ଗୁଡ଼ିକୁ ପୂର୍ବ ଅପେକ୍ଷା ଅଧିକ ସ୍ବାଧୀନତା ପ୍ରଦାନ କରିଛନ୍ତି। ନିବେଶକଙ୍କ ବିପଦ (Risk) କମାଇବା…

ସମ୍ବଲପୁର କପ୍‌ ଫୁଟବଲ: ସମଲେଶ୍ୱରୀ ସ୍ପୋର୍ଟିଂକୁ ହରାଇ ଫାଇନାଲରେ କେରଳ

ସମ୍ବଲପୁର,୨୬ା୨(ବି.ଶଙ୍କର): ସମଲେଶ୍ୱରୀ ସ୍ପୋର୍ଟିଂ ପକ୍ଷରୁ ଆୟୋଜିତ ୧୪ତମ ସର୍ବଭାରତୀୟ ସମ୍ବଲପୁର କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଗୁରୁବାର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ କେରଳ ଷ୍ଟେଟ୍‌ ଇଲେଷ୍ଟ୍ରିସିଟି ବୋର୍ଡ ବିଜୟୀ…

ଏଚ୍‌ପିଭି ଟିକାକରଣର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୬ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୮ ତାରିଖ ଦେଶବ୍ୟାପୀ ହ୍ୟୁମ୍ୟାନ୍‌ ପାଭିଲୋମାଭାଇରସ୍‌ (ଏଚ୍‌ପିଭି) ଟିକାକରଣ ଅଭିଯାନ ରାଜସ୍ଥାନର ଆଜମେରରୁ ଶୁଭାରମ୍ଭ କରିବେ। ୧୪ ବର୍ଷ ବୟସର…

ପ୍ରଥମ ଥର ପାଇଁ ଏଭଳି କାରନାମା  କଲେ ଅଭିଷେକ ଶର୍ମା, ହତବାକ୍‌ ହୋଇଗଲା ଜିମ୍ବାଓ୍ବେ! 

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଷେକ ଶର୍ମା ଶେଷରେ ଜିମ୍ବାୱେ ବିପକ୍ଷରେ ନିଜର ରୌଦ୍ର ରୂପ ଦେଖାଇଛନ୍ତି। ସିକନ୍ଦର ରଜାଙ୍କ…

ଅଭିନେତ୍ରୀ ନିକିତା ହତ୍ୟା ମାମଲା: ସ୍ବାମୀ ଲିପନ ସାହୁଙ୍କୁ ଆଜୀବନ ଜେଲ

କଟକ,୨୬।୨(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ): ବହୁ ଚର୍ଚ୍ଚିତ ଅଭିନେତ୍ରୀ ନିକିତା ହତ୍ୟାକାଣ୍ଡ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ୍‌…

ପ୍ରଧାନାଚାର୍ଯ୍ୟ ଜାନକୀ ବଲ୍ଲଭଙ୍କ ପରଲୋକ

ଦିଗପହଣ୍ଡି,୨୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁ ବାସିନ୍ଦା ଜାନକୀ ବଲ୍ଲଭ ବିଷୋୟୀଙ୍କ ୫୭ ବର୍ଷ ବୟସରେ ହୃଦଘାତରେ ପରଲୋକ ଘଟିଛି। ଦିଗପହଣ୍ଡି…

T20 World Cup 2026: ଅଭିଷେକ-ସାମସନ ଭାଙ୍ଗିଲେ ଓପନିଂ ରେକର୍ଡ, ଜିମ୍ବାଓ୍ବେ ବିପକ୍ଷରେ…

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଟିମ ଇଣ୍ଡିଆର ଓପନିଂ ଯୋଡ଼ି ଶେଷରେ ନିଜର ପୁରୁଣା ରେକର୍ଡ ଭାଙ୍ଗିବାରେ ସଫଳ ହୋଇଛି। ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଅଭିଷେକ ଶର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri