Posted inଖେଳ

ଅଚାନକ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ସିଡନୀ,୭।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଫେବୃଆରୀ ୯ରେ ନାଗପୁର ଗ୍ରାଉଣ୍ଡରେ ଆରମ୍ଭ ହେବ। କିନ୍ତୁ ଏହାପୂର୍ବରୁ କଙ୍ଗାରୁ ଦଳର ପୂର୍ବତନ ଅଧିନାୟକ ଆରୋନ ଫିଞ୍ଚ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଫିଞ୍ଚ ୨୦୨୨ରେ ଦିନିକିଆ ଫର୍ମାଟକୁ ବିଦାୟ ନେଇଥିଲେ।
ଆରୋନ ଫିଞ୍ଚଙ୍କ ଅଧିନାୟକତ୍ୱରେ ଅଷ୍ଟ୍ରେଲିଆ ଦଳ ୨୦୨୧ରେ ପ୍ରଥମ ଥର ପାଇଁ ଟି-୨୦ ବିଶ୍ୱକପ ଜିତିଥିଲା। ୨୦୧୫ରେ କଙ୍ଗାରୁ ଦଳ ଦିନିକିଆ ବିଶ୍ୱକପ ଜିତିଥିବାବେଳେ ଫିଞ୍ଚ ମଧ୍ୟ ସେହି ସମୟରେ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଥିଲେ। ଫିଞ୍ଚ ଜଣେ ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ। ତାଙ୍କର ୧୨ ବର୍ଷର କ୍ୟାରିୟରରେ ମାତ୍ର ୫ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି।
ଫିଞ୍ଚ ତାଙ୍କ ଅବସର ସମ୍ପର୍କରେ କହିଛନ୍ତି, ମୁଁ ଅନୁଭବ କରିଛି ଯେ ୨୦୨୪ରେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପରେ ମୁଁ ଖେଳି ପାରିବି ନାହିଁ। ଏଭଳି ପରିସ୍ଥିତିରେ ବର୍ତ୍ତମାନ ଅବସର ନେବା ପାଇଁ ମୋର ଉପଯୁକ୍ତ ସମୟ, ତେଣୁ ଦଳ ଆଗକୁ ବଢିପାରିବ। ରଣନୀତି ଉପରେ କାର୍ଯ୍ୟ କରିବାବେଳେ ଅନ୍ୟ ଖେଳାଳି ପ୍ରସ୍ତୁତ ହୋଇପାରିବେ। ମୁଁ ଅଷ୍ଟ୍ରେଲୀୟ ଖେଳାଳି, ମୋ ଦଳ, ପରିବାର ଏବଂ ସ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛି, ଯେଉଁମାନେ ମୋତେ ସବୁବେଳେ ସମର୍ଥନ କରିଛନ୍ତି। ଏଥି ସହିତ ମୁଁ ପ୍ରଶଂସକମାନଙ୍କୁ ମଧ୍ୟ ହୃଦୟର ଅନ୍ତରରୁ ଧନ୍ୟବାଦ ଜଣାଉଛି। ୨୦୨୧ରେ ଟି-୨୦ ବିଶ୍ୱକପ ଏବଂ ୨୦୧୫ରେ ଦିନିକିଆ ବିଶ୍ୱକପ ଜିତିବା ମୋ କ୍ୟାରିୟରର ସର୍ବୋତ୍ତମ ସ୍ମୃତି ହେବ
ତାଙ୍କ ଅଧିନାୟକତ୍ୱରେ ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ ଦଳକୁ ଟି-୨୦ ବିଶ୍ୱକପ ବିଜେତା କରିଥିବା ଆରୋନ ଫିଞ୍ଚଙ୍କ ଅନ୍ତର୍ଜାତୀୟ କ୍ୟାରିୟର ବେଶ୍‌ ଭଲ ଥିଲା। ସେ ୧୪୬ଟି ଦିନିକିଆରେ ୧୭ ଶତକ ସହିତ ହାରାହାରି ୩୮.୮୯ରେ ମୋଟ ୫୪୦୬ ରନ ସଂଗ୍ରହ କରିଛନ୍ତି। ଅନ୍ୟପକ୍ଷରେ, ଫିଞ୍ଚ ୧୦୩ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ହାରାହାରି ୩୪.୨୯ ୩୧୨୦ ରନ ସଂଗ୍ରହ କରିଛନ୍ତି। ଏଥିରେ ୨ଟି ଶତକ ସାମିଲ ଅଛି। ଏହା ବ୍ୟତୀତ ଫିଞ୍ଚ କଙ୍ଗାରୁ ଦଳ ପାଇଁ ୫ଟି ଟେଷ୍ଟ ମ୍ୟାଚ ଖେଳି ହାରାହାରି ୨୭.୦୮ରେ ମାତ୍ର ୨୭୮ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri