Posted inଖେଳ

ବିଶ୍ୱକପ୍‌ ମଝିରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧।୧୧: ବିଶ୍ୱକପ ମଝିରେ ହଠାତ୍‌ ଇଂଲଣ୍ଡ ବୋଲର ଡେଭିଡ ୱିଲି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ନେବାକୁ ନିଷ୍ପତ୍ତି ନେଇଛନ୍ତି। ସେ ସୋସିଆଲ ମିଡିଆରେ ପୋଷ୍ଟ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ଡେଭିଡ ୱିଲି ତାଙ୍କ ପୋଷ୍ଟରେ ଲେଖିଛନ୍ତି, ମୁଁ କେବେବି ଏହି ଦିନ ଆସିବାକୁ ଚାହେଁ ନାହିଁ … ଅଳ୍ପ ବୟସରୁ ଇଂଲଣ୍ଡ ପାଇଁ ଖେଳିବା ମୋର ସ୍ବପ୍ନ ଥିଲା। ଏହା ଘୋଷଣା କରିବା ମୋତେ ଭଲ ଲାଗୁନାହିଁ। ଏହି ବିଶ୍ୱକପ ପରେ ମୁଁ ସମସ୍ତ ପ୍ରକାର ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ନେବି।
ଡେଭିଡ ୱିଲି ଆହୁରି ଲେଖିଛନ୍ତି, ମୁଁ ସବୁବେଳେ ଇଂଲଣ୍ଡ ଜର୍ସି ପିନ୍ଧି ଗର୍ବିତ ଅନୁଭବ କରୁଥିଲି। ଏହି ମହାନ ଦଳର ଏକ ଅଂଶ ହୋଇ ମୁଁ ବହୁତ ଭାଗ୍ୟବାନ ଏବଂ ଅନେକ ବଡ଼ ଖେଳାଳିଙ୍କ ସହିତ ଖେଳିବାର ସୁଯୋଗ ପାଇଲି। ଏହି ଖେଳ ସହିତ ମୋର ଅନେକ ବିଶେଷ ସ୍ମୃତି ଅଛି। ଏହି ସମୟ ମଧ୍ୟରେ ମୁଁ ଅନେକ ଭଲ ବନ୍ଧୁ ପାଇଲି। ତଥାପି, ମୋ କ୍ୟାରିୟରରେ ଉତ୍ଥାନ-ପତନ ଘଟିଥିଲା। ଅନେକ ଥର କଠିନ ସମୟ ଦେଇ ଗଲେ। ଏଥିସହ ଡେଭିଡ ୱିଲି ତାଙ୍କ ପୋଷ୍ଟରେ ସ୍ପଷ୍ଟ କରିଛନ୍ତି ଯେ ଏହି ବିଶ୍ୱକପରେ ଇଂଲଣ୍ଡର ଖରାପ ପ୍ରଦର୍ଶନ ଜାରି ରହିଛି, କିନ୍ତୁ ମୋର ଅବସର ସହିତ ଏହାର କୌଣସି ସମ୍ପର୍କ ନାହିଁ।
ଡେଭିଡ ୱିଲି ୭୦ଟି ଦିନିକିଆ ମ୍ୟାଚ ବ୍ୟତୀତ ଡେଭିଡ ୱିଲି ୪୩ ଟି -୨୦ ମ୍ୟାଚରେ ଇଂଲଣ୍ଡକୁ ପ୍ରତିନିଧିତ୍ୱ କରିଛନ୍ତି। ଦିନିକିଆ ଫର୍ମାଟରେ ଡେଭିଡ ୱିଲି ୯୪ ଉଇକେଟ ନେଇଛନ୍ତି। ଟି-୨୦ ଫର୍ମାଟରେ ଡେଭିଡ ୱିଲିଙ୍କ ନାମରେ ୫୧ ଉଇକେଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri