Posted inଖେଳ

କୋକେନ ବ୍ୟବହାର କରୁଥିଲେ ଏହି କ୍ରିକେଟର୍‌: ଲାଗିଲା ବ୍ୟାନ୍‌

ନୂଆଦିଲ୍ଲୀ,୧୮।୧୧:ନ୍ୟୁଜିଲାଣ୍ଡର ପୂର୍ବତନ ଦ୍ରୁତ ବୋଲର ଡଗ ବ୍ରେସୱେଲ କୋକେନ ବ୍ୟବହାରକୁ ନେଇ ପାଇଁ ନ୍ୟୁଜିଲାଣ୍ଡର ପୂର୍ବତନ ପେସ୍‌ ବୋଲର ଡଗ୍‌ ବ୍ରେସ୍‌ଓ୍ବେଲ ଇତିମଧ୍ୟରେ କ୍ରିକେଟରୁ ୧ମାସ ବାସନ୍ଦ ଦଣ୍ଡ ଭୋଗି ସାରିଛନ୍ତି। ମାତ୍ର ନ୍ୟୁଜିଲାଣ୍ଡ ସ୍ପୋର୍ଟ ଇଣ୍ଟିଗ୍ରିଟି କମିଶନ ସୋମବାର ପ୍ରଥମ ଥର ଏହା ସର୍ବସାଧାରଣରେ ପ୍ରକାଶ କରିଛନ୍ତି। ଚଳିତବର୍ଷ ଜାନୁଆରୀରେ ଓ୍ବେଲିଂଟନ ବିପକ୍ଷ ସେଣ୍ଟ୍ରାଲ ଡିଷ୍ଟ୍ରିକ୍ଟ ଟି୨୦ ମ୍ୟାଚ ପରେ ୩୪ ବର୍ଷୀୟ ବ୍ରେସ୍‌ଓ୍ବେଲଙ୍କ ଡୋପ୍‌ ଟେଷ୍ଟ ହୋଇଥିଲା। ତାଙ୍କଠାରୁ ନିଆଯାଇଥିବା ନମୁନାରେ ନିଷିଦ୍ଧ ଦ୍ରବ୍ୟ ଠାବ କରାଯାଇଥିଲା। ବ୍ରେସ୍‌ଓ୍ବେଲ ଏହି ମ୍ୟାଚରେ ପ୍ଲେୟର ଅଫ୍‌ ସି ମ୍ୟାଚ ବିବେଚିତ ହୋଇଥିଲେ। ସେ ୨୧ରନ ବିନିମୟରେ ୨ଟି ଉଇକେଟ ନେଇଥିବା ବେଳେ ମାତ୍ର ୧୧ ବଲ୍‌ରୁ ୩୦ ରନ କରି ଅପରାଜିତ ରହିଥିଲେ। ଏଥିସହିତ ସେ ଦୁଇଟି ସୁନ୍ଦର କ୍ୟାଚ ମଧ୍ୟ ନେଇଥିଲେ। ସ୍ପୋର୍ଟ ଇଣ୍ଟିଗ୍ରିଟି କମିଶନ ଟେ କାହୁ ରାଉନୁଇ କହିଛନ୍ତି। ନ୍ୟୁଜିଲାଣ୍ଡ ପକ୍ଷରୁ ୨୦ଟି ଟେଷ୍ଟରେ ପ୍ରତିନିଧିତ୍ୱ କରିଥିବା ବ୍ରେସ୍‌ଓ୍ବେଲ ପ୍ରତିଯୋଗିତା ବାହାରେ କୋକେନ ସେବନ କରିଥିବାରୁ ଏହା ଖେଳ ସମ୍ପର୍କିତ ନୁହେଁ। ଖବର ଅନୁସାରେ ବ୍ରେସ୍‌ଓ୍ବେଲଙ୍କୁ ପ୍ରକୃତରେ ୩ ମାସ ବାସନ୍ଦ କରାଯାଇଥିଲା। ମାତ୍ର ଏକ ଟ୍ରିଟ୍‌ମେଣ୍ଟ ପ୍ରୋଗ୍ରାମ୍‌ ଶେଷ କରି ବା ପରେ ମିଆଦକୁ ଏକ ମାସ ହ୍ରାସ କରାଯାଇଥିଲା। ଏହା ପିଛିଲା ୨୦୨୪ ଏପ୍ରିଲରୁ ଲାଗୁ କରାଯାଇଥିଲା। ବାସନ୍ଦ ଦଣ୍ଡ ଭୋଗି ସାରିଥିବାରୁ ବ୍ରେସ୍‌ଓ୍ବେଲ ଏଣିକି ପୁନର୍ବାର କ୍ରିକେଟ ଖେଳିପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri