Posted inଖେଳ

କରାଟେରେ ବ୍ଲାକ୍‌ ବେଲ୍ଟ ଜିତିଛନ୍ତି ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ନୂଆଦିଲ୍ଲୀ, ୨୧।୭- ଅଷ୍ଟ୍ରେଲିଆ କ୍ରିକେଟ୍‌ ଦଳର ପୂର୍ବତନ ଦ୍ରୁତ ବୋଲର ମିଚେଲ ଜନସନ ନିଜର ଶାଣିତ ବୋଲିଂ ଲାଗି ବିଶ୍ୱ କ୍ରିକେଟରେ ବେଶ୍‌ ପରିଚିତ ଲାଭ କରିଥିଲେ। ସେ ଅଷ୍ଟ୍ରେଲିଆ ପକ୍ଷରୁ ୭୩ ଟେଷ୍ଟ, ୧୫୩ ଦିନିକିଆ ଓ ୩୦ ଟି୨୦ ମ୍ୟାଚ୍‌ ଖେଳି ଯଥାକ୍ରମେ ୩୧୩, ୨୩୯ ଓ ୩୮ ଉଇକେଟ୍‌ ଅକ୍ତିଆର କରିଛନ୍ତି। ହୁଏତ ଅନେକ ଲୋକ ଜାଣି ନ ଥିବେ ଯେ ୨୦୧୫ରୁ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନସ୍ୟା ନେଇସାରିଥିବା ଜନସନଙ୍କ ସ୍ତ୍ରୀ ଜେସିକା ଜଣେ ଜଣାଶୁଣା କରାଟେ ଖେଳାଳି। ସ୍ବାମୀ ଯେମିତି କ୍ରିକେଟ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି ଜେସିକା ମଧ୍ୟ ଅନେକ ଜାତୀୟ ଓ ଅନ୍ତର୍ଜାତୀୟ କରାଟେ ପ୍ରତିଯୋଗୀତାରେ ଅଂଶଗ୍ରହଣ କରି ସଫଳତା ପାଇଛନ୍ତି। ୨୦୧୧ରେ ଉଭୟ ଜନସନ ଓ ଜେସିକା ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। କିନ୍ତୁ ଏଥିପୂର୍ବରୁ ୩୭ ବର୍ଷୀୟା ଜେସିକା କରାଟେ ପ୍ରତିଯୋଗିତାରେ ବେଶ୍‌ ସକ୍ରିୟ ଥିଲେ। ସେ କରାଟେରେ ସମ୍ମାନଜନକ ବ୍ଲାକ୍‌ ବେଲ୍ଟ ହାସଲ କରିବା ସହ ଜାତୀୟସ୍ତରରେ ୩୦ ଓ ଅନ୍ତର୍ଜାତୀୟସ୍ତରରେ ୧୪ ଟାଇଟଲ ଜିତିଛନ୍ତି। ଯାହା ମଧ୍ୟରେ ୨୦୦୬ କରାଟେ ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ଅନ୍ୟତମ। ଜେସିକାଙ୍କ ବାପାଙ୍କର ପର୍ଥରେ ଏକ କରାଟେ ସ୍କୁଲ ରହିଛି। ଏହି କାରଣରୁ ସେ ମାତ୍ର ୯ ବର୍ଷ ବୟସରେ କରାଟେ ଶିଖିବା ଆରମ୍ଭ କରିଥିଲେ। ଏହାପରେ ସେଠାରେ ସେ ୧୫ ବର୍ଷ ଧରି ପିଲାଙ୍କୁ ମଧ୍ୟ କରାଟେ ଶିଖାଇଥିଲେ। ଗଣମାଧ୍ୟମ ପାଠ୍ୟକ୍ରମରେ ଶିକ୍ଷା ଗ୍ରହଣ କରିଥିବା ଜେସିକା ଯେ କେବଳ ଜଣେ କରାଟେ ଖେଳାଳି ଏହା ନୁହେଁ, ସେ ମଧ୍ୟ ଜଣେ ସଫଳ ବିଜନେସଓମ୍ୟାନ। ସେ ନିଜ ନାମରେ ଏକ ଫ୍ୟାଶନ ଆସେସୋରିଜ ଓ ହ୍ୟାଣ୍ଡ୍‌ ବ୍ୟାଗ୍‌ ଷ୍ଟୋର୍‌ ଖୋଲିଛନ୍ତି। ଯାହାର ନାମ ‘ଜେସିକା ବାର୍ଟିକ୍‌’ ରହିଛି। ସେଲିବ୍ରିଟିଙ୍କ ମଧ୍ୟରେ ତାଙ୍କ ବ୍ରାଣ୍ଡ୍‌ ବେଶ୍‌ ଲୋକପ୍ରିୟ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri