Posted inଖେଳ

ଭାରତ ପକ୍ଷରୁ ଟେନିସ ଖେଳିଛନ୍ତି ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ନୂଆଦିଲ୍ଲୀ, ୨୨।୭: ଏକଦା ସୀମିତ ଓଭର କ୍ରିକେଟ୍‌ରେ ଭାରତୀୟ ଦଳର ଜଣେ ପ୍ରମୁଖ ସଦସ୍ୟ ରହିଥିବା ରବିନ୍‌ ଉଥ୍‌ପ୍ପା ମାର୍ଚ୍ଚ ୨୦୧୬ରେ ଶୀତଲ ଗୌତମଙ୍କୁ ଜୀବନ ସାଥୀ ରୂପେ ବାଛିଥିଲେ। ଜଣେ ଷ୍ଟାର୍‌ କ୍ରିକେଟର୍‌ଙ୍କ ସ୍ତ୍ରୀ ଭାବେ ପରିଚିତ ଲାଭ କରିବା ପୂର୍ବରୁ ଶୀତଲ ମଧ୍ୟ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ଅନେକ ହୁଏତ ଜାଣି ନ ଥିବେ ୪୦ ବର୍ଷୀୟା ଶୀତଲ ମଧ୍ୟ ଜଣେ ସଫଳ କ୍ରୀଡ଼ାବିତ୍‌। ୬ ଜୁନ୍‌ ୧୯୮୧ ବେଙ୍ଗାଲୁରୁରେ ଜନ୍ମଗ୍ରହଣ କରିଥିବା ଶୀତଲ ଜଣେ ପୂର୍ବତନ ଭାରତୀୟ ଟେନିସ ଖେଳାଳି। ସେ ଭାରତୀୟ ଦଳ ପକ୍ଷରୁ ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରି ଖବରର ଶିରୋନାମାରେ ରହିଛନ୍ତି। ଶୀତଲଙ୍କୁ ଯେତେବେଳେ ୯ ବର୍ଷ ବୟସ ହୋଇଥିଲା ସେତେବେଳେ ସେ ଟେନିସ ଖେଳିବା ଆରମ୍ଭ କରିଥିଲେ। ଶୀତଲଙ୍କ ଭାଇ ମଧ୍ୟ ଜଣେ ଟେନିସ ଖେଳାଳି ହୋଇଥିବାରୁ ସେ ତାଙ୍କୁ ଟ୍ରେନିଂରେ ସହାୟତା କରୁଥିଲେ। ପିଲାଦିନୁ କ୍ରୀଡ଼ା ସହ ଜଡ଼ିତ ଥିବାରୁ ଶୀତଲ ସର୍ବଦା ଫିଟ୍‌ନେସର ମହତ୍ତ୍ୱ ଜାଣନ୍ତି। ତେଣୁ ଆଜି ମଧ୍ୟ ସେ ସ୍ବାମୀ ଉଥପ୍ପାଙ୍କ ସହ ଜିମ୍‌ରେ ଝାଳ ବୁହାଉ ଥିବାର ଦେଖିବାକୁ ମିଳେ। ସେହିଭଳି ଯେତେବେଳେ ୩୪ ବର୍ଷୀୟ ଉଥପ୍ପା ଭାରତୀୟ ଦଳରୁ ବାଦ୍‌ ପଡ଼ିଥିଲେ ସେତେବେଳେ ଶୀତଲ ମାନସିକସ୍ତରରେ ତାଙ୍କୁ ବେଶ୍‌ ସହାୟତା କରିଥିଲେ। ଫଳରେ ରବିନ ପୁଣିଥରେ ସଫଳତାର ସହ କ୍ରିକେଟ୍‌ ପଡ଼ିଆକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଗତ କିଛିବର୍ଷ ହେବ ଉଥ୍‌ପ୍ପା ଘରୋଇ କ୍ରିକେଟ୍‌ ଓ ଆଇପିଏଲ୍‌ରେ ବେଶ୍‌ ପ୍ରଭାବୀ ପ୍ରଦର୍ଶନ କରିବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?