Posted inଖେଳ

ପ୍ରାଇମେରୀ ସ୍କୁଲରେ ପାଠ ପଢ଼ାନ୍ତି ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ନୂଆଦିଲ୍ଲୀ: ଇଂଲଣ୍ଡ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ବେନ୍‌ ଷ୍ଟୋକ୍ସ ଏକାକୀ ଦମ୍‌ଦାର ପ୍ରଦର୍ଶନ କରି ଗତବର୍ଷ ଦଳକୁ ବିଶ୍ୱକପ୍‌ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେହିଭଳି ଆଶେସ ସିରିଜରେ ଅଷ୍ଟ୍ରେଲିଆ ନିକଟରୁ ଦଳକୁ ପରାଜୟରୁ ରକ୍ଷା କରିବା ସହ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଗତ ୨ୟ ଟେଷ୍ଟ ମ୍ୟାଚ୍‌ ବିଜୟରେ ଷ୍ଟୋକ୍ସଙ୍କ ପ୍ରଦର୍ଶନ ବେଶ୍‌ ଉଲ୍ଲେଖନୀୟ ରହିଥିଲା। କୁହାଯାଏ ୨୯ ବର୍ଷୀୟ ଷ୍ଟୋକ୍ସ ଯଦି ପଡ଼ିଆରେ ଠିଆ ହୁଅନ୍ତି ତେବେ ଦଳକୁ ଜିତାଇବା ପରେ ହିଁ ଆସିଥାନ୍ତି। ଇଂଲଣ୍ଡ ଦଳର ଏହି ଅଭିଜ୍ଞ ଅଲ୍‌ରାଉଣ୍ଡ ୨୦୧୭ରେ ତାଙ୍କ ପିଲାଦିନର ସାଥୀ କ୍ଲାରେଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। କ୍ଲାରେ ଓ ଷ୍ଟୋକ୍ସ ପରସ୍ପରକୁ ପିଲାଦିନରୁ ଚିହ୍ନିଥିବାବେଳେ ପ୍ରଥମେ ବହୁଦିନ ଧରି ଲିଭ୍‌ ଇନ୍‌ ରିଲେଶନରେ ରହିଥିଲେ। ଏହାପରେ ୨୦୧୩ରେ ଷ୍ଟୋକ୍ସଙ୍କ ବାପାଙ୍କ ମୃତ୍ୟୁ ପରେ କ୍ଲାରେଙ୍କ ସହ ତାଙ୍କର ନିର୍ବନ୍ଧ ଅନୁଷ୍ଠିତ ହୋଇଥିଲା। ଷ୍ଟୋକ୍ସଙ୍କ ପ୍ରତିଟି କଠିନ ମୁହୂର୍ତ୍ତରେ ସର୍ବଦା ସାଥୀରେ ଠିଆ ହେଉଥିବା କ୍ଳାରେ ଜଣେ ସ୍କୁଲ ଶିକ୍ଷୟତ୍ରୀ। ଏକ ପ୍ରାଇମେରୀ ସ୍କୁଲରେ ପିଲାଙ୍କୁ ସେ ଶିକ୍ଷାଦାନ କରିଥାନ୍ତି। କ୍ଲାରେ ଓ ଷ୍ଟୋକ୍ସଙ୍କ ଲେଟନ ଓ ଲିବି ନାମରେ ଗୋଟିଏ ପୁଅ ଓ ଝିଅ ସନ୍ତାନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri