ଏହି ଦିନ ବରଗଡ଼ ଧନୁଯାତ୍ରା: ଘୋଷଣା ହେଲା ତାରିଖ, ଏଥର ନୂଆ କରି ଚୟନ ହେବେ କଳାକାର

ବରଗଡ଼,୧୩।୧୦(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପି ଆସନ୍ତା ୨୦୨୬ ଜାନୁଆରୀ ମାସ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଏଥର ଧନୁଯାତ୍ରା ମହୋତ୍ସବ ପୂର୍ବରୁ କଂସ ସମେତ ଅନ୍ୟ କଳାକାରଙ୍କ ପାଇଁ ଚୟନ ପ୍ରକ୍ରିୟା ଅନୁଷ୍ଠିତ ହେବ। ସେହିପରି ଅନ୍ୟବର୍ଷ ତୁଳନାରେ ଏଥର ମହୋତ୍ସବରେ ଅଧିକ ନୂତନତା ଏବଂ ଆକର୍ଷଣକୁ ଗୁରୁତ୍ୱ ଦିଆଯିବ ବୋଲି ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ଧନୁଯାତ୍ରା ମହୋତ୍ସବ ସମିତିର କାର୍ଯ୍ୟକାରୀ ଓ ଉପଦେଷ୍ଟା କମିଟିର ବୈଠକରେ ନିଷ୍ପତ୍ତି ନିଆଯାଇଛି । ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ସମିତିର ସମ୍ପାଦକ ତଥା ଆବାହକ ବୈଠକର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ । ବୈଠକରେ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ, ମହେନ୍ଦ୍ର ମହାପାତ୍ର, ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ତଥା ଆବାହକ ସୁରେଶ୍ୱର ଶତପଥୀ ପ୍ରମୁଖ ଯୋଗ ଦେଇଥିଲେ। ମହୋତ୍ସବକୁ ଏଥର ଗତବର୍ଷ ଅପେକ୍ଷା ଅଧିକ ଆକର୍ଷଣୀୟ କରାଯିବ ବୋଲି କହିଥିଲେ। ସେହିପରି ମହୋତ୍ସବକୁ ଅଧିକ ସୁସଂଘଟିତ, ଗୌରବମୟ ଓ ଆକର୍ଷଣୀୟ କରିବା ପାଇଁ ଜିଲାପାଳ ଗୋୟଲ ମୂଲ୍ୟବାନ ପରାମର୍ଶ ଦେଇଥିଲେ । ବରଗଡ଼ର ଧନୁଯାତ୍ରା ବିଶ୍ୱର ସବୁଠାରୁ ବଡ଼ ଖୋଲା ମଞ୍ଚ ନାଟକ ଭାବେ ଏବଂ ଏହା ଜିଲାର ଗୌରବ, ସଂସ୍କୃତି ଓ ଐତିହ୍ୟର ପ୍ରତିକ। ତେଣୁ ସମସ୍ତ ଏକତ୍ରିତ ହୋଇ ସମନ୍ବିତ ଉଦ୍ୟମ ଦ୍ୱାରା ଧନୁଯାତ୍ରାର ଐତିହ୍ୟ, ଗୌରବ ଓ ମହିମାକୁ ଅକ୍ଷୁର୍ଣ୍ଣ ରଖିବାରେ କାର୍ଯ୍ୟ କରିବା। ପାଇଁ ଜିଲାପାଳ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ମହୋତ୍ସବର ସଫଳ ଆୟୋଜନ ପାଇଁ ବିଭିନ୍ନ ବିଷୟରେ ଚର୍ଚ୍ଚା ହୋଇଥିଲା। ଗତ ବର୍ଷର ଆୟବ୍ୟୟର ସମୀକ୍ଷା, ଆଇନ ଶୃଙ୍ଖଳା ପରିସ୍ଥିତି ଓ ଭିଡ଼ ନିୟନ୍ତ୍ରଣ ବ୍ୟବସ୍ଥାର ଦୃଢୀକରଣ, କଳାକାର ଚୟନ ପ୍ରକ୍ରିୟାରେ ସ୍ପଚ୍ଛତା, ବଜେଟ ପ୍ରସ୍ତୁତି ଓ କାର୍ଯ୍ୟ ସଂଚାଳନ ଯୋଜନା ପ୍ରସ୍ତୁତି ଆଦି ଉପରେ ବୈଠକରେ ଆଲୋଚନା ହୋଇଥିଲା । ସେହିପରି ମହୋତ୍ସବକୁ ସୁରକ୍ଷିତ ଓ ନିରାପଦଭାବେ ସମାପନ କରିବା ପାଇଁ ବୈଠକରେ ମତପ୍ରକାଶ ପାଇଥିଲା। । ସମ୍ପାଦକ ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ ।

-ଏସପିଙ୍କ ଅନୁପସ୍ଥିତିକୁ ନେଇ ବୈଠକରେ ଉଦବେଗ

ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଏସପି ମହୋତ୍ସବ ସମିତିର ଉପସଭାପତି ଅଟନ୍ତି । ତେବେ ମହୋତ୍ସବରେ ସୁରକ୍ଷା ବ୍ୟବସ୍ଥାର ଅଧିକ ଗୁରୁତ୍ୱ ଥିବାବେଳେ ବୈଠକରେ ତାଙ୍କ ଅନୁପସ୍ଥିତି ନେଇ ବୈଠକରେ ଉଦବେଗ ପ୍ରକାଶ ପାଇଥିଲା। ପଦ୍ମପୁର ବିଧାୟିକା ବରିହା କହିଥିଲେ, ଗତ ଧନୁଯାତ୍ରା ମହୋତ୍ସବରେ ସୁରକ୍ଷା ବ୍ୟବସ୍ଥା ପଦାରେ ପଡିଥିଲା। ଧନୁଯାତ୍ରା ମହୋତ୍ସବ ଚାଲିଥିବା ବେଳେ ଜଣେ ଯୁବତୀଙ୍କ ପ୍ରତି ଅତ୍ୟାଚାର ହୋଇଥିଲା। ବିଭିନ୍ନ ଗାଁ ଗହଳିରୁ ବହୁ ସଂଖ୍ୟକ ମହିଳା, ପୁରୁଷ ଧନୁଯାତ୍ରା ମହୋତ୍ସବ ଦେଖିବା ପାଇଁ ଆସନ୍ତି। ସେମାନଙ୍କୁ ସୁରକ୍ଷା ନିଶ୍ଚିତ କରାଯିବା ଦରକାର। ମାତ୍ର ଏଭଳି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏସପିଙ୍କ ଅନୁପସ୍ଥିତି ବିଡ଼ମ୍ବନାର ବିଷୟ। ସେହିପରି ଅତାବିରା ବିଧାୟକ ମହାନନ୍ଦ ମଧ୍ୟ ବୈଠକରେ ଏସପିଙ୍କ ଅନୁପସ୍ଥିତିକୁ ନାପସନ୍ଦ କରିଥିଲେ। ଅନ୍ୟପକ୍ଷରେ ଏସଡିପିଓ ପଦାରବିନ୍ଦ ତ୍ରିପାଠୀ ଉପସ୍ଥିତ ରହି ଧନୁଯାତ୍ରା ମହୋତ୍ସବ ସମୟରେ ନିଆଯାଉଥିବା ସୁରକ୍ଷା ବ୍ୟବସ୍ଥା ଉପରେ ସୂଚନା ଦେଇଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri