Posted inଜାତୀୟ

ଆଇପିଏସଙ୍କ ନିଷ୍ପତ୍ତିକୁ କରାଯାଉଛି ପ୍ରଶଂସା

ଗାନ୍ଧିନଗର,୨୯ ।୭: ଗୁଜରାଟରେ ବିଷାକ୍ତ ମଦ ପିଇ ଏବେ ପର୍ଯ୍ୟନ୍ତ ୪୨ ଜଣଙ୍କ ଜୀବନ ଯାଇଥିବା ଜଣାପଡିଛି । ଏହି ବିଷାକ୍ତ ମଦ କନୁଭାଇ ନାମକ ଜଣେ ବ୍ୟକ୍ତିଙ୍କ ଜୀବନ ନେଇଛି । ଏହାପରେ କିନ୍ତୁ ତାଙ୍କର ପିଲାମାନେ ଅନାଥ ହୋଇ ଯାଇଛନ୍ତି । କନୁଭାଇଙ୍କ ୪ଟି ସନ୍ତାନ ହୋଇଥିବା ବେଳେ ଆଉ ତାଙ୍କ ପତ୍ନୀ ତାଙ୍କ ନିକଟରେ ରହୁ ନ ଥିବା ବେଳେ ଏବେ ତାଙ୍କର ୪ଟି ପିଲା କନୁଭାଇଙ୍କ ମୃତ୍ୟୁ ପରେ ସମ୍ପୂର୍ଣ୍ଣ ବେସାହାରା ହୋଇ ଯାଇଛନ୍ତି । ଏହା ଜଣାପଡିବା ପରେ ପୋଲିସ ଏହି ୪ ଶିଶୁଙ୍କ ପାଳନ ପୋଷଣ ଦାୟିତ୍ୱ ନେଇଥିବା ଜଣାପଡିଛି । ବୋଟାଦର ଏସ୍‌ପି ୪ ଅନାଥ ଶିଶୁଙ୍କ ପାଠପଢା ଖର୍ଚ୍ଚ ବହନ କରିବେ ବୋଲି କହିଛନ୍ତି ।
ସୂଚନାଯୋଗ୍ୟ ୪୦ ବର୍ଷିୟ କନୁଭାଇ ତାଙ୍କ ୪ ପିଲାଙ୍କ ସହ ରହୁଥିଲେ ହେଲେ ପତ୍ନୀ ତାଙ୍କ ସହ ରହୁ ନ ଥିଲେ । ପିଲାମାନଙ୍କ ସମସ୍ତ ଦାୟିତ୍ୱ କନୁଭାଇ ନେଉଥିଲେ । ଦୁଇ ଦିନ ପୂର୍ବେ ବିଷାକ୍ତ ମଦ ପିଇବାରୁ ତାଙ୍କର ମୃତ୍ୟୁ ହୋଇଥିଲା । ଏହାପରେ ପ୍ରଶ୍ନ ଉଠିଥିଲା କି ତାଙ୍କ ଅନାଥ ପିଲାମାନଙ୍କର ଯତ୍ନ କିଏ ନେବ । ପୋଲିସ ଏବେ ଏହି ୪ ପିଲାଙ୍କ ଦାୟିତ୍ୱ ବହନ କରିବ ବୋଲି କହିଛି ।
ଏସପି କରନରାଜ ସିଂ ବାଘେଲା କହିଛନ୍ତି ପିଲାମାନଙ୍କ ପିତାମାତା ନ ଥିବାରୁ ଓ ଏମାନେ ଅତ୍ୟନ୍ତ ଗରିବ ହୋଇଥିବାରୁ ଏବେ ସେମାନଙ୍କ ସମସ୍ତ ଖର୍ଚ୍ଚ ପୋଲିସ ବହନ କରିବ । ସୂଚନାଯୋଗ୍ୟ, ଗୁଜରାଟରେ ବିଷାକ୍ତ ମଦ ପିଇ ଏବେ ପର୍ଯ୍ୟନ୍ତ ୪୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯୭ ଜଣ ଏବେ ଚିକିତ୍ସିତ ହେଉଛନ୍ତି । ଗୁଜରାଟ ଗୃହମନ୍ତ୍ରୀ ହର୍ଷ ସାଂଧୱି ଏହି ମାମଲାରେ ୧୦ ଦିନ ମଧ୍ୟରେ ପୋଲିସକୁ ଚାର୍ଜସିଟ ଦାଖଲ କରିବାକୁ କହିବା ସହ ଫାଷ୍ଟ ଟ୍ରାକ୍ କୋର୍ଟରେ ଏହାର ଶୁଣାଣି କରି ପୀଡିତ ପରିବାରକୁ ତୁରନ୍ତ ନ୍ୟାୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri