Posted inଖେଳ

ଗୋଟିଏ ହାତରେ ଛକା ମାରିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌; ବଲ୍‌ ପହଞ୍ଚିଲା ଷ୍ଟାଡିୟମ ବାହାରେ: ଦେଖନ୍ତୁ ଭିଡିଓ

ସେଣ୍ଟ ଲୁସିଆ, ୧୧।୭: ୱେଷ୍ଟଇଣ୍ଡିଜ-ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଘରୋଇ ଦଳ ୫୬ରନ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ ଅଗ୍ରଣୀ ହାସଲ କରିଛି। ଏହି ମ୍ୟାଚ୍‌ରେ ଟସ ଜିତିବା ପରେ ଅଷ୍ଟ୍ରେଲିଆ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ୨୦ ଓଭରରେ ୪ ଉଇକେଟ ହରାଇ ୧୯୬ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆର ପୁରା ଦଳ ୧୪୦ ରନରେ ଅଲଆଉଟ ହୋଇଥିଲେ। ମିଚେଲ ମାର୍ଶ (୫୪)ଙ୍କ ବ୍ୟତୀତ କୌଣସି ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଭଲ ସ୍କୋର କରି ନଥିଲେ। ସିରିଜର ତୃତୀୟ ମ୍ୟାଚ ଜୁଲାଇ ୧୩ରେ ସେଣ୍ଟ ଲୁସିଆରେ ଖେଳାଯିବ। ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ମ୍ୟାଚରେ ଭଲ ଆରମ୍ଭ କରିନଥିଲା। ଲେଣ୍ଡଲ ସିମନ୍ସ, ଆଣ୍ଡ୍ରେ ଫ୍ଲେଟର ଏବଂ କ୍ରିସ ଗେଲ ୫୯ ରନ ମଧ୍ୟରେ ପାଭିଲିୟନକୁ ଫେରିଥିଲେ। ଏହା ପରେ ଶିମ୍ରନ ହେଟମିୟର ଏବଂ ଡ୍ବେନ ବ୍ରାଭୋ ଭଲ ଇନିଂସ ଖେଇଥିଲେ। ଉଭୟ ଚମତ୍କାର ବ୍ୟାଟିଂ କରିଥିଲେ। ଏହି ମ୍ୟାଚ୍‌ରେ ବ୍ରାଭୋଙ୍କୁ ଉପର ଅର୍ଡରରେ ବ୍ୟାଟିଂ କରିବାକୁ ପଠାଯାଇଥିଲା ଏବଂ ସେ ଏହି ସୁଯୋଗର ସମ୍ପୂର୍ଣ୍ଣ ଫାଇଦା ଉଠାଇଥିଲେ। ବ୍ରାଭୋ ୩୪ ବଲରୁ ୪୭ ରନ ସଂଗ୍ରହ କରିଥିଲେ।
ଏହି ସମୟରେ ସେ ତିନୋଟି ଛକା ମଧ୍ୟ ମାରିଥିଲେ। ଏଥିମଧ୍ୟରୁ ଗୋଟିଏ ଛକା ସେ କେବଳ ଗୋଟିଏ ହାତରେ ମାରିଥିଲେ। ଛକାଟି ସିଧାସଳଖ ଷ୍ଟାଡିୟମରେ ବାହାରେ ପଡିଥିଲା। ବ୍ରାଭୋଙ୍କର ଏହି ଶକ୍ତିଶାଳୀ ଛକାଟି ଆଷ୍ଟନ ଅଗରଙ୍କ ବଲକୁ ମାରିଥିଲେ। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri