Posted inଖେଳ

ଗୋଟିଏ ହାତରେ ଛକା ମାରିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌; ବଲ୍‌ ପହଞ୍ଚିଲା ଷ୍ଟାଡିୟମ ବାହାରେ: ଦେଖନ୍ତୁ ଭିଡିଓ

ସେଣ୍ଟ ଲୁସିଆ, ୧୧।୭: ୱେଷ୍ଟଇଣ୍ଡିଜ-ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଘରୋଇ ଦଳ ୫୬ରନ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ ଅଗ୍ରଣୀ ହାସଲ କରିଛି। ଏହି ମ୍ୟାଚ୍‌ରେ ଟସ ଜିତିବା ପରେ ଅଷ୍ଟ୍ରେଲିଆ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ୨୦ ଓଭରରେ ୪ ଉଇକେଟ ହରାଇ ୧୯୬ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆର ପୁରା ଦଳ ୧୪୦ ରନରେ ଅଲଆଉଟ ହୋଇଥିଲେ। ମିଚେଲ ମାର୍ଶ (୫୪)ଙ୍କ ବ୍ୟତୀତ କୌଣସି ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଭଲ ସ୍କୋର କରି ନଥିଲେ। ସିରିଜର ତୃତୀୟ ମ୍ୟାଚ ଜୁଲାଇ ୧୩ରେ ସେଣ୍ଟ ଲୁସିଆରେ ଖେଳାଯିବ। ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ମ୍ୟାଚରେ ଭଲ ଆରମ୍ଭ କରିନଥିଲା। ଲେଣ୍ଡଲ ସିମନ୍ସ, ଆଣ୍ଡ୍ରେ ଫ୍ଲେଟର ଏବଂ କ୍ରିସ ଗେଲ ୫୯ ରନ ମଧ୍ୟରେ ପାଭିଲିୟନକୁ ଫେରିଥିଲେ। ଏହା ପରେ ଶିମ୍ରନ ହେଟମିୟର ଏବଂ ଡ୍ବେନ ବ୍ରାଭୋ ଭଲ ଇନିଂସ ଖେଇଥିଲେ। ଉଭୟ ଚମତ୍କାର ବ୍ୟାଟିଂ କରିଥିଲେ। ଏହି ମ୍ୟାଚ୍‌ରେ ବ୍ରାଭୋଙ୍କୁ ଉପର ଅର୍ଡରରେ ବ୍ୟାଟିଂ କରିବାକୁ ପଠାଯାଇଥିଲା ଏବଂ ସେ ଏହି ସୁଯୋଗର ସମ୍ପୂର୍ଣ୍ଣ ଫାଇଦା ଉଠାଇଥିଲେ। ବ୍ରାଭୋ ୩୪ ବଲରୁ ୪୭ ରନ ସଂଗ୍ରହ କରିଥିଲେ।
ଏହି ସମୟରେ ସେ ତିନୋଟି ଛକା ମଧ୍ୟ ମାରିଥିଲେ। ଏଥିମଧ୍ୟରୁ ଗୋଟିଏ ଛକା ସେ କେବଳ ଗୋଟିଏ ହାତରେ ମାରିଥିଲେ। ଛକାଟି ସିଧାସଳଖ ଷ୍ଟାଡିୟମରେ ବାହାରେ ପଡିଥିଲା। ବ୍ରାଭୋଙ୍କର ଏହି ଶକ୍ତିଶାଳୀ ଛକାଟି ଆଷ୍ଟନ ଅଗରଙ୍କ ବଲକୁ ମାରିଥିଲେ। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri