ଆଇପିଏଲ୍‌ ଖେଳିବା ଲାଗି ଅନ୍ତିମ ଦଳ ଭାବେ ଦୁବାଇରେ ପହଞ୍ଚିଲା ଏହି ଫ୍ରାଞ୍ଚାଇଜ୍‌

ଦୁବାଇ, ୨୪।୮: କରୋନା ମହାମାରୀ ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ କରୋନା ଲାଗି ଆଇପିଏଲ୍‌ର ତ୍ରୟୋଦଶ ସଂସ୍କରଣ ଭାରତ ବଦଳରେ ୟୁଏଇରେ ସେପ୍ଟେମ୍ବର ୧୯ରୁ ନଭେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ଖେଳାଯିବ। ଏଥିଲାଗି ଆଇପିଏଲ୍‌ର ସମସ୍ତ ୮ଟି ଯାକ ଫ୍ରାଞ୍ଚାଇଜ୍‌ ପର୍ଯ୍ୟାୟକ୍ରମେ ୟୁଏଇରେ ପହଞ୍ଚି ସାରିଛନ୍ତି। ପୂର୍ବରୁ ୬ଟି ଫ୍ରାଞ୍ଚାଇଜ ଦୁବାଇରେ ପହଞ୍ଚିଥିବାବେଳେ ଦିଲ୍ଲୀ କ୍ୟାପିଟାଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦର ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ ରବିବାର ଆଇପିଏଲ୍‌ରେ ଅଂଶଗ୍ରହଣ କରିବା ଲାଗି ସେଠାରେ ପହଞ୍ଚିଛନ୍ତି। ହାଇଦ୍ରାବାଦ ପରେ ଦିଲ୍ଲୀ ଖେଳାଳି ଦୁବାଇରେ ଅବତାରଣ କରିଥିଲା। ଫଳରେ ସର୍ବଶେଷ ଦଳ ଭାବେ ଦୁବାଇରେ ପାଦ ଥାପିଛି ଦିଲ୍ଲୀ କ୍ୟାପିଟାଲ୍ସ। ଏଥିପୂର୍ବରୁ ଚେନ୍ନାଇ ସୁପର୍‌ କିଙ୍ଗ୍ସ, ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର, କିଙ୍ଗ୍ସ ଇଲେଭେନ ପଞ୍ଜାବ, କୋଲକାତା ନାଇଟ୍‌ ରାଇଡର୍ସ ଓ ମୁମ୍ବାଇ ଇଣ୍ଡିଆନ୍ସର ଖେଳାଳିମାନେ ଦୁବାଇରେ ପହଞ୍ଚି ସାରିଥିଲେ। ବିସିସିଆଇର କରୋନ ନିୟମ ଅନୁଯୟେୀ ସମସ୍ତ ଖେଳାଳି ଓ ଷ୍ଟାଫ୍‌ ହୋଟେଲ ରୁମ୍‌ରେ ୬ ଦିନ ଲାଗି କ୍ୱାରାଣ୍ଟାଇନରେ ରହିବେ। ଏହି ଅବସରରେ ଖେଳାଳିଙ୍କ କରୋନା ଟେଷ୍ଟ ୩ଥର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri