ପ୍ରଥମ ଦଳ ଭାବେ ଆଇପିଏଲ୍‌ ଖେଳିବା ପାଇଁ ୟୁଏଇ ଗଲା ଏହି ଫ୍ରାଞ୍ଚାଇଜ୍‌

ନୂଆଦିଲ୍ଲୀ, ୨୦।୮: ସେପ୍ଟେମ୍ବର ୧୯ରୁ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆରମ୍ଭ ହେବ। କରୋନା ମହାମାରୀ ଲାଗି ଚଳିତ ବର୍ଷ ଆଇପିଏଲ୍‌ ପ୍ରତିଯୋଗିତା ୟୁଏଇରେ ଖେଳାଯିବ। ଏଥିଲାଗି ଗୁରୁବାର ପ୍ରଥମ ଦୁଇ ଫ୍ରାଞ୍ଚାଇଜ ଭାବେ ରାଜସ୍ଥାନ ରୟାଲ୍ସ ଓ କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବ ଦଳ ଦୁବାଇ ଅଭିମୁଖେ ଗସ୍ତ କରିଛନ୍ତି। ତେବେ ଟାଇମିଂ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ କିଙ୍ଗ୍ସ ଇଲେଭେନ ଦଳର ଦ୍ରୁତ ବୋଲର ମହମ୍ମଦ ସାମି ଏକ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଯେଉଁଥିରେ ସାଥୀ ଖେଳାଳିଙ୍କ ସହ ସେ ବିମାନରେ ବସିଥିବାର ଦେଖିବାକୁ ମିଳିଛି। ପଞ୍ଜାବ ଦଳ ଅଫିସିଆଲ ଟୁଇଟର୍‌ ଆକାଉଣ୍ଟରେ ମଧ୍ୟ ଏକ ଭିଡିଓ ପୋଷ୍ଟ କରାଯାଇଛି ଯେଉଁଥିରେ ଖେଳାଳିଙ୍କ ସହ ଦୁଇ କୋଚିଂ ଷ୍ଟାଫ୍‌ ଅନିଲ କୁମ୍ବଲେ ଓ ଓ୍ବାସିମ ଜାଫର ମଧ୍ୟ ବିମାନର ଆଗଧାଡ଼ିରେ ବସିଥିବାର ଦେଖାଯାଇଛି।


ପ୍ରଥମ ସଂସ୍କରଣ ଚାମ୍ପିୟନ ରାଜସ୍ଥାନ ରୟାଲ୍ସ ଦଳ ମଧ୍ୟ ଏକ ସ୍ବତନ୍ତ୍ର ବିମାନ ଯୋଗେ ଦୁବାଇ ଅଭିମୁଖେ ଯାତ୍ରା କରିଛି। ଦଳର ସମସ୍ତ ଖେଳାଳି ସୁରକ୍ଷା ଦୃଷ୍ଟିରୁ ପିପିଇ କିଟ୍‌ ପରିଧାନ କରି ବିମାନରେ ଯାତ୍ରା କରିଥିଲେ। ତୃତୀୟ ଦଳ ଭାବେ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଶୁକ୍ରବାର ଗସ୍ତ କରିବ ବୋଲି ଫ୍ରାଞ୍ଚାଇଜ ସିଇଓ କାସି ବିଶ୍ୱନାଥନ ସୂଚନା ଦେଇଛନ୍ତି। ଆଇପିଏଲ୍‌-୧୩ ସେପ୍ଟେମ୍ବର ୧୯ରୁ ୫୩ ଦିନ ଧରି ଖେଳାଯିବ। ଫାଇନାଲ ମ୍ୟାଚ୍‌ ନଭେମ୍ବର ୧୦ରେ ଅନୁଷ୍ଠିତ ହେବ। ୟୁଇଏଇର ୩ଟି ଭେନ୍ୟୁ ଆବୁଧାବି, ଶାରଜା ଓ ଦୁବାଇରେ ସମସ୍ତ ମ୍ୟାଚ୍‌ ଖେଳାଯିବାର କାର୍ଯ୍ୟସୂଚୀ ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri