Posted inUncategorized

ସରକାର ସମସ୍ତ ଭ୍ରଷ୍ଟ ନେତାଙ୍କର ଯାଞ୍ଚ କରିବେ: ରାଜନାଥ

ବେଲଗାଓ୍ବି,୨୬।୪: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣକୁ ଆଉ ୨ ସପ୍ତାହରୁ ବି କମ ସମୟ ବାକି ରହିଛି। ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ନେତାମାନେ ନିର୍ବାଚନ ପ୍ରଚାର ଅଭିଯାନରେ ଖୁବ ବଳ ଖଟାଉଛନ୍ତି। ଦୁଇ ଦଳ ମଧ୍ୟରେ ପରସ୍ପର ବିରୋଧି ବୟାନବାଜି ବି ଚରମ ସୀମାରେ ପହଞ୍ଚିଲାଣି। ଇତିମଧ୍ୟରେ ପ୍ରତିରକ୍ଷାମନ୍ତ୍ରୀ ତଥା ଭାଜପା ନେତା ରାଜନାଥ ସିଂ ବୁଧବାର କର୍ନାଟକର ଧାରଓ୍ବାଡରେ ଏକ ଜନସଭାକୁ ସମ୍ବୋଧିତ କରି କଂଗ୍ରେସ ଉପରେ ଖୁବ ବର୍ଷିଛନ୍ତି।

ରାଜନାଥ କହିଛନ୍ତି, ଆଜି ଭ୍ରଷ୍ଟାଚାର ଉପରେ ଆକ୍ରମଣ ହୋଇଛି, ବଡ ବଡ ନେତା ଜେଲ ଯାଉଛନ୍ତି। ସେମାନେ(ବିରୋଧୀ) ଦାବି କରୁଛନ୍ତି କି ଯାଞ୍ଚ ଜାଣିଶୁଣି କରାଯାଉଛି। ଏହି ସରକାର ସମସ୍ତ ଭ୍ରଷ୍ଟ ନେତାଙ୍କର ଯାଞ୍ଚ କରିବେ, ସେ ଯେତେ ବି ବଡ ହୁଅନ୍ତୁନା କାହିଁକି। ସେ କହିଛନ୍ତି କଂଗ୍ରେସ ଧର୍ମ ନାଁରେ ଆରକ୍ଷଣ ଦେଇ ଭାରତୀୟ ସମ୍ବିଧାନର ଅବମାନନା କରିଛି। ୧୯୭୫ରେ ମନଇଚ୍ଛା ଭାବେ ସମ୍ବିଧାନରେ ସଂଶୋଧନ କରି ଏମରଜେନ୍ସି ଲଗାଇ ଲକ୍ଷ ଲକ୍ଷ ଜନତାଙ୍କୁ ଜେଲ ପଠାଇ ଦେଲା। ଭାଜପା କେବେବି ଏମିତି ପାପ କରିପାରିବ ନାହିଁ, ଶାସନ କ୍ଷମତା ମିଳୁ ଅବା ନ ମିଳୁ।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

BCCI ଆଗରେ ଏମିତି ଡିମାଣ୍ଡ ରଖିଲେ ଅଜିତ ଅଗରକର: ହେବ କି ପୂରଣ

ନୂଆଦିଲ୍ଲୀ,୧୯।୩: ଟି୨୦ ବିଶ୍ୱକପରେ ଭାରତର ବିଜୟ ପରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବିସିସିଆଇ ସାମ୍ନାରେ ଏକ ଡିମାଣ୍ଡ ରଖିଛନ୍ତି। ଅଗରକର ୨୦୨୭ ଏକଦିବସୀୟ ବିଶ୍ୱକପ ପର୍ଯ୍ୟନ୍ତ…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri