Odisha Elections 2024
Posted inଜାତୀୟ

ଭାଜପାରେ ବିଲୟ ହେଲା ଏହି ଦଳ

ଥିରୁଭାନନ୍ତପୁରମ୍‌,୩୧।୧: ଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ଦଳଗୁଡିକ ମଧ୍ୟ ତତ୍ପରତା ପ୍ରକାଶ ପାଇଛି। ଗୋଟିଏ ପଟେ ବିରୋଧୀ ଦଳ ‘ଇଣ୍ଡିଆ’ ନିଜର ସହଯୋଗୀମାନଙ୍କ ସହ ସିଟ ବାଣ୍ଟିବା ନେଇ ମନ୍ଥନ କରୁଛି। ଅନ୍ୟପଟେ ଭାଜପା ‘୪୦୦’ ପାର୍‌ ସ୍ଲୋଗାନ ଦେଇ ନିର୍ବାଚନ ବିଗୁଲ ବଜାଇଛି। ଏହି ସମୟରେ ଦକ୍ଷିଣ ରାଜନୀତିରେ ହଲଚଲ ମଧ୍ୟ ତୀବ୍ର ହୋଇଛି। କିଛି ଦିନ ପୂର୍ବରୁ ଡିଏମକେ ଏବଂ କଂଗ୍ରେସ ମଧ୍ୟରେ ଆସନ ବାଣ୍ଟିବା ନେଇ ଆଲୋଚନା ହୋଇଥିଲା। କେରଳ ଜନପକ୍ଷମ (ସିକୁଲାର୍‌) ଦଳ ବୁଧବାର ଭାଜପାରେ ବିଲୟ ଘଟିଛି।
ବୁଧବାର ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ପିସି ଜର୍ଜଙ୍କ ଦଳ କେରଳ ଜନପକ୍ଷମ (ସିକୁଲାର) ଶେଷରେ ଭାଜପା ସହିତ ମିଶିଛି। ଦୀର୍ଘ ଦିନ ଧରି କେରଳ ବିଧାନସଭାରେ ପୁଞ୍ଜର ଆସନରୁ ପ୍ରତିନିଧିତ୍ୱ କରୁଥିବା ଜର୍ଜ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବହୁତ ପ୍ରଶଂସା କରିଥିଲେ। ଏହି ସମୟରେ ସେ ପ୍ରଶଂସା କରି କହିଛନ୍ତି, ଦେଶର ବିକାଶ ପାଇଁ ସବୁବେଳେ କାର୍ଯ୍ୟ କରୁଥିବା ଭାରତକୁ ଏପରି ପ୍ରଧାନମନ୍ତ୍ରୀ କେବେ ପାଇ ମିଳିନାହିଁ। ମୋ ଦଳର କର୍ମୀଙ୍କ ମଧ୍ୟରେ ସମାନ ମତ ରହିଛି ଯେ ପିଏମ ମୋଦୀଙ୍କୁ ସମର୍ଥନ କରାଯିବା ଉଚିତ। ପିସି ଜର୍ଜ ତାଙ୍କ ପୁଅ ଶୌନ ଏବଂ ଅନ୍ୟ କେରଳ ଜନପକ୍ଷମ (ସିକୁଲାର) ନେତାଙ୍କ ସହ ଭାଜପା ନେତା ପ୍ରକାଶ ଜାଭଡେକର ଏବଂ ଅନ୍ୟାନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଭାଜପାରେ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ କେନ୍ଦ୍ରରୁ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ମୁମ୍ବାଇ ୱର୍ଲି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ମତଦାନ ବୁଥ ଟଏଲେଟରୁ ଜଣେ ପୋଲିଂ ଏଜେଣ୍ଟଙ୍କ ମୃତଦେହ ପୋଲିସ ଜବତ...

ରାହୁଲଙ୍କୁ ଝଟ୍‌କା: ଅମିତ ଶାହାଙ୍କ ଉପରେ ଟିପ୍ପଣି ମାମଲାରେ ସମନ ଜାରି

ନୂଆଦିଲ୍ଲୀ,୨୧।୫: ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ...

କେଜରିଓ୍ବାଲ ଏବେ କାହିଁକି ଆଳାପ କରୁଛନ୍ତି ପାକିସ୍ତାନୀ-ପାକିସ୍ତାନୀ?

ନୂଆଦିଲ୍ଲୀ,୨୧।୫: ଏକ ଖବରଦାତା ସମ୍ମିଳନୀରେ ଅରବିନ୍ଦ କେଜରିୱାଲ କହିଛନ୍ତି, ଆଜି ମୁଁ ଆପଣଙ୍କୁ ତିନୋଟି କଥା କହିବାକୁ ଚାହେଁ। ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଶେଷ ହୋଇଥିବାରୁ...

କାହିଁକି ଏଥର ୪୦୦ ପାର୍‌ କଥା କହୁଛି ଭାଜପା? ୨୪ ଘଣ୍ଟାରେ ମୋଦି କ’ଣ କ’ଣ କରିଛନ୍ତି ସେଥିରୁ ବୁଝାପଡିବ…

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ। ଏହି କାରଣରୁ ସମସ୍ତ ରାଜନୈତିକ ଦଳ କଠିନ ପରିଶ୍ରମ କରୁଛନ୍ତି ଏବଂ ରାଲି କରୁଛନ୍ତି। କିନ୍ତୁ...

ବଡ଼ କଥା କହିଦେଲେ କେଜ୍‌ରିଓ୍ବାଲ, ଜୁନ୍‌ ୪ରେ ଇଣ୍ଡିଆ ମେଣ୍ଟ…

ନୂଆଦିଲ୍ଲୀ,୨୧।୫: ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ବଡ ଦାବି କରିଛନ୍ତି। ସେ କହିଛନ୍ତି ଯେ ମୋଦି ସରକାର ଜୁନ୍‌ ୪ ତାରିଖରେ ଯାଉଛନ୍ତି।...

ସ୍ବାତି ମାଲିଓ୍ବାଲ ମାମଲାର ଯାଞ୍ଚ କରିବ ଏସଆଇଟି, ଏହି ମହିଳା ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

ନୂଆଦିଲ୍ଲୀ,୨୧।୫: ସ୍ବାତି ମାଲିୱାଲ ଆମ ଆଦମୀ ପାର୍ଟିରୁ ରାଜ୍ୟ ସଭା ଏମପିଙ୍କ ଉପରେ ଆକ୍ରମଣ ମାମଲାରେ ଏକ ବଡ ଅପଡେଟ ଆସିଛି। ଏହି ଆକ୍ରମଣ ଘଟଣାର...

ଯେ କୌଣସି ସ୍ତରକୁ ଯାଇପାରେ ‘ଇଣ୍ଡିଆ’ ମେଣ୍ଟ: ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ପରେ ମୋଦି କହିଲେ ଏମିତି

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟ ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଧନ୍ୟବାଦ ଜଣାଇବା ସହ ଭାଜପା ନେତୃତ୍ୱାଧୀନ ନ୍ୟାସନାଲ...

ମତଦାନ କେନ୍ଦ୍ର ଶୌଚାଳୟରେ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ଶିବସେନା (ୟୁବିଟି)ର ପୋଲିଂ ବୁଥ ଏଜେଣ୍ଟ ମନୋହର ନାଲେଜ(୬୨)ଙ୍କ ମୃତଦେହ ମୁମ୍ବାଇର ୱର୍ଲି ଅଞ୍ଚଳରେ ଥିବା ଏକ ମତଦାନ ବୁଥର ଶୌଚାଳୟ ଭିତରୁ ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri