Posted inଖେଳ

୨୦୨୪ରେ ପ୍ରଥମଥର ଘଟିଲା ଏମିତି: ରୁଟ୍‌ଙ୍କୁ ପାଣି ପିଆଇଦେଲେ ଡେବ୍ୟୁଟାଣ୍ଟ୍‌

ଖ୍ରୀଷ୍ଟଚର୍ଚ୍ଚ,୨୯।୧୧: ଇଂଲଣ୍ଡ କ୍ରିକେଟ ଦଳ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଗସ୍ତରେ ଅଛି। ତିନି ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ନଭେମ୍ବର ୨୮ରୁ ଖ୍ରୀଷ୍ଟଚର୍ଚ୍ଚରେ ଖେଳାଯାଉଛି। ଏହି ଟେଷ୍ଟରେ ଇଂଲଣ୍ଡ ବ୍ୟାଟିଂର ମେରୁଦଣ୍ଡ କୁହାଯାଉଥିବା ଜୋ ରୁଟ ଶୂନରେ ଆଉଟ୍‌ ହୋଇଛନ୍ତି। ରୁଟଙ୍କ ଉଇକେଟ ମଧ୍ୟ ସ୍ମରଣୀୟ, କାରଣ କିୱି ଦଳ ପାଇଁ ଡେବ୍ୟୁ କରିଥିବା ନାଥାନ ସ୍ମିଥ ତାଙ୍କୁ ଆଉଟ୍‌ କରିଥିଲେ।

୨୦୨୪ରେ ଟେଷ୍ଟ କ୍ରିକେଟ ରେ ଜୋ ରୁଟ ସର୍ବାଧିକ ରନ ସ୍କୋରର ବ୍ୟାଟ୍ସମ୍ୟାନ୍‌। ଏପର୍ଯ୍ୟନ୍ତ ସେ ୧୫ଟି ମ୍ୟାଚର ୨୬ ଇନିଂସରେ ୧,୩୩୮ ରନ ସ୍କୋର କରିଛନ୍ତି। ଚଳିତ ବର୍ଷ ଏପର୍ଯ୍ୟନ୍ତ ସେ ପାଞ୍ଚ ଶତକ ଏବଂ ଚାରି ଅର୍ଦ୍ଧଶତକ ହାସଲ କରିଥିବାବେଳେ ହାରାହାରି ୫୩.୫୨ ରନ ସ୍କୋର କରିଛନ୍ତି। କିନ୍ତୁ ନ୍ୟୁଜିଲାଣ୍ଡ ଏହା କରିବାରେ ପ୍ରଥମ ଦଳ ହୋଇପାରିଛି, ଯାହା ବିରୋଧରେ ଜୋ ରୁଟ ୨୦୨୪ରେ ଶୂନ ସ୍କୋରରେ ଆଉଟ ହୋଇଛନ୍ତି। ୨୦୨୪ରେ ଏପର୍ଯ୍ୟନ୍ତ ରୁଟ ଦ୍ୱାରା ସର୍ବନିମ୍ନ ସ୍କୋର ୨ ରନ ଥିଲା, ଯାହା ସେ ଚଳିତବର୍ଷ ଭାରତ ବିପକ୍ଷରେ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri