ପାକିସ୍ତାନରେ ପ୍ରଥମଥର ପାଇଁ ଘଟିଲା ଏମିତି: ଜଣେ ମହିଳା ହେଲେ…

ଲାହୋର,୧୧।୭: ପ୍ରଥମ ଥର ପାଇଁ ଜଣେ ମହିଳା ବିଚାରପତି ପାକିସ୍ତାନର ଲାହୋର ହାଇକୋର୍ଟ (ଏଲଏଚସି) ରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଜଷ୍ଟିସ ଆଲିଆ ନୀଲମ ମଧ୍ୟ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଶପଥ ଗ୍ରହଣ କରିବା ପରେ ପଞ୍ଜାବର ରାଜ୍ୟପାଳ ସଲିମ ହାୟଦାର ଖାନ ମଧ୍ୟ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ସମାରୋହରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ମରିୟମ ନୱାଜଙ୍କ ବ୍ୟତୀତ ବିଚାରପତି, ଓକିଲ ଏବଂ ସରକାରୀ ଅଧିକାରୀଙ୍କ ସମେତ ଅନେକ ଅଧିକାରୀ ଉପସ୍ଥିତ ଥିଲେ। ପାକିସ୍ତାନର ଆଇନ ମନ୍ତ୍ରଣାଳୟ ଇସଲାମିକ ରିପବ୍ଲିକ ଅଫ ପାକିସ୍ତାନର ସମ୍ବିଧାନର ଧାରା ୧୯୩ ଅନୁଯାୟୀ, ଲାହୋର ହାଇକୋର୍ଟର ବିଚାରପତି ଭାବରେ ଜଷ୍ଟିସ ଆଲିଆ ନୀଲମଙ୍କ ନିଯୁକ୍ତିକୁ ଅନୁମୋଦନ କରି ଏକ ବିଜ୍ଞପ୍ତି ଜାରି କରିଛି।
ଜଷ୍ଟିସ ନୀଲମ ଏଲଏଚସ ବିଚାରପତିଙ୍କ ବରିଷ୍ଠତା ତାଲିକାରେ ତୃତୀୟ ସ୍ଥାନ ପାଇଛନ୍ତି। ଗୁରୁବାର ରାଜ୍ୟପାଳ ଭବନରେ ତାଙ୍କର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା। ଏହାପୂର୍ବରୁ ୨୦୧୮ରେ ଜଷ୍ଟିସ ସଇଦା ତାହିରା ସଫଦର ମଧ୍ୟ ବାଲୁଚିସ୍ତାନରେ ହାଇକୋର୍ଟର ପ୍ରଧାନ ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ। ୨୦୨୧ରେ ଜଷ୍ଟିସ ଆୟେଶା ମଲିକ ମଧ୍ୟ ପାକିସ୍ତାନର ସର୍ବୋଚ୍ଚ ନ୍ୟାୟାଳୟରେ ନିଯୁକ୍ତ ହୋଇଥିବା ପ୍ରଥମ ମହିଳା ବିଚାରପତି ହୋଇଥିଲେ। ପାକିସ୍ତାନ ଇତିହାସରେ ପ୍ରଥମ ଥର ପାଇଁ ଜଣେ ମହିଳା ଲାହୋର ହାଇକୋର୍ଟରେ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri