କେନ୍ଦ୍ରୀୟ ଡେପୁଟେଶନରେ ଯିବେ ଏହି IAS ସ୍ବାମୀ-ସ୍ତ୍ରୀ: ୩ ସପ୍ତାହ ମଧ୍ୟରେ ରିଲିଭ୍‌ ହେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩୦।୯(ସୁନିତ୍‌ ମିଶ୍ର):ରାଜ୍ୟରୁ ଓଡ଼ିଶା କ୍ୟାଡରର ଆଉ ଦୁଇ ଜଣ ଆଇଏଏସ୍‌ ଅଫିସର୍‌ କେନ୍ଦ୍ରୀୟ ଡେପୁଟେଶନରେ ଯିବେ। ୨୦୧୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସମର୍ଥ ବର୍ମା ଏବଂ ୨୦୧୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସ୍ବାଧାଦେବ ସିଂ କେନ୍ଦ୍ରୀୟ ଡେପୁଟେଶନରେ ଯିବେ। ସ୍ବାଧା ହେଉଛନ୍ତି ସମର୍ଥଙ୍କ ସ୍ତ୍ରୀ। ଉଭୟଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଥିବା ବେଳେ ସେମାନଙ୍କୁ ୩ ସପ୍ତାହ ଭିତରେ ରିଲିଭ କରିବା ଲାଗି କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଚିଠି ଲେଖିଛି। ସମର୍ଥ ଏବଂ ସ୍ବାଧାଙ୍କୁ ୩ ଦିନ ବ୍ୟବଧାନରେ କେନ୍ଦ୍ରରେ ନିଯୁକ୍ତି ମିଳିଛି। ସମର୍ଥ ବର୍ମା ଏବେ ରାଜ୍ୟ ସରକାରରେ ମାଇନର ମିନେରାଲ୍ସ ନିର୍ଦ୍ଦେଶକ ଓ ଅତିରିକ୍ତ ଭାବେ ଓଡ଼ିଶା ବନ ଉନ୍ନୟନ ନିଗମର ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଉଛନ୍ତି। ସମର୍ଥ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟରେ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ସେ ଦାୟିତ୍ୱ ନେବା ଦିନଠାରୁ ୫ ବର୍ଷ ପର୍ଯ୍ୟନ୍ତ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ଦିଆ ନ ଯିବା ଯାଏ ପାଇଥିବା ଦାୟିତ୍ୱ ତୁଲାଇବେ। ସେହିପରି ସ୍ବାଧାଦେବ ସିଂ ଏବେ ରାଜ୍ୟ ସରକାରଙ୍କ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ଓ ରାଜ୍ୟ ଉଠା ଜଳସେଚନ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କୁ ଗତ ୨୬ ତାରିଖରେ ନୂଆଦିଲ୍ଲୀ ସ୍ଥିତ ଭାରତର ରେଜିଷ୍ଟ୍ରାର ଜେନେରାଲଙ୍କ କାର୍ଯ୍ୟାଳୟରେ ଜନଗଣନା ନିର୍ଦ୍ଦେଶକ/ନାଗରିକ ପଞ୍ଜୀକରଣ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ସେ ଏହି ପଦରେ ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟ କରିବେ। ଏହାପରେ କେନ୍ଦ୍ରୀୟ ଷ୍ଟାଫିଂ ସ୍କିମ୍‌ ଅଧୀନରେ ଅନୁମୋଦିତ ତାଙ୍କର କାର୍ଯ୍ୟକାଳକୁ ବୃଦ୍ଧି କରାଯାଇପାରିବ ବୋଲି ଉଲ୍ଲେଖ ରହିଛି। ସୂଚନାଯୋଗ୍ୟ, ରାଜ୍ୟରୁ କିଛିମାସ ମଧ୍ୟରେ କେତେଜଣ ଆଇଏଏସ୍‌ ଏବଂ ଆଇପିଏସ୍‌ ଅଫିସର୍‌ କେନ୍ଦ୍ରୀୟ ଡେପୁଟେଶନରେ ଯାଇଛନ୍ତି। କିଛିଦିନ ତଳେ ରାଜ୍ୟ ସରକାରଙ୍କ ବରିଷ୍ଠ ଆଇଏଏସ୍‌ ଅଫିସର ଶାଳିନୀ ପଣ୍ଡିତ କେନ୍ଦ୍ରୀୟ ଡେପୁଟେଶନରେ ଯିବା ନେଇ କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri