ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ବିନା ମାଟି ଅର୍ଥାତ୍‌ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି। ଟିଭି ଶୋ’ ଦେଖି ସେ ଷ୍ଟ୍ରବେରି ଚାଷ ଆରମ୍ଭ କରିଥିଲେ। ଧୀରଜ ବିଜ୍ଞାନରେ ସ୍ନାତକ ଡିଗ୍ରୀ ହାସଲ କରିଛନ୍ତି। ସେ ଷ୍ଟ୍ରବେରି ଚାଷ କରିବା ପୂର୍ବରୁ ୧୩ ବର୍ଷ ଧରି ୧୦ ଏକର ଜମିରେ ଶସ୍ୟ ଓ ପନିପରିବା ଚାଷ କରୁଥିଲେ। କିନ୍ତୁ ତାହା ଲାଭଜନକ ନ ହେବାରୁ ଟିଭିରେ ଇସ୍ରାଏଲର ଷ୍ଟ୍ରବେରି ଚାଷ ପଦ୍ଧତିକୁ ଦେଖି ତାହା କରିବାକୁ ନିଷ୍ପତ୍ତି ନେଇଥିଲେ। ମଧ୍ୟପ୍ରଦେଶରୁ ଏହି ଚାଷ ସମ୍ପର୍କରେ ପ୍ରଶିକ୍ଷଣ ନେଇ ତାଙ୍କ ଗାଁ ବାରାବାଙ୍କିର ମୀନାପୁରରେ ୩,୫୦୦ ବର୍ଗଫୁଟରେ ହାଇଡ୍ରୋପୋନିକ୍ସ ଚାଷ ପାଇଁ ଆବଶ୍ୟକ ଉପକରଣ ଲଗାଇଛନ୍ତି। ହାଇଡ୍ରୋପୋନିକ୍ସ ପଦ୍ଧତି ସମ୍ପୂର୍ଣ୍ଣ କରିବା ପାଇଁ ସେ ୧୨ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି ଏବଂ ଏଥିପାଇଁ ଦେଢ଼ବର୍ଷ ସମୟ ଲାଗିଥିଲା। ସେ ୯,୦୦୦ ଷ୍ଟ୍ରବେରି ଚାରାଗଛ ଲଗାଇଛନ୍ତି। ଏଥିରୁ ପ୍ରଥମେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନକରି ୩ ଲକ୍ଷ ଟଙ୍କା ଲାଭ ପାଇଛନ୍ତି ଏବଂ ଆସନ୍ତା ବର୍ଷ ୧୦ ଲକ୍ଷ ଟଙ୍କା ଲାଭ କରିବେ ବୋଲି କହନ୍ତି ଧୀରଜ। ସେ ମଧ୍ୟ ହାଇଡ୍ରୋପୋନିକ୍ସ ପଦ୍ଧତିରେ ଲାଲ ଓ ହଳଦିଆ କ୍ୟାପ୍ସିକମ୍‌ ଚାଷ କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri