Posted inଖେଳ

ବାପା ହେଲେ ଏହି ଭାରତୀୟ କ୍ରିକେଟର୍‌

ଗୁଣ୍ଟୁର, ୧୩।୭- ନିଜର ଦମ୍‌ଦାର ବ୍ୟାଟିଂ ବଳରେ ଭାରତକୁ ଅନେକ ମ୍ୟାଚ୍‌ରେ ବିଜୟୀ କରାଇଥିବା ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡ଼ୁଙ୍କ ପାଇଁ ଖୁସି ଖବର। ରାୟୁଡ଼ୁ ପିତୃତ୍ୱ ଲାଭ କରିଛନ୍ତି। ତାଙ୍କ ସ୍ତ୍ରୀ ଚେନ୍ନୁପଲ୍ଲୀ ବିଦ୍ୟା ରବିବାର ଏକ କନ୍ୟା ସନ୍ତାନ ପ୍ରସବ କରିଛନ୍ତି। ରାୟଡ଼ୁ ଇନ୍‌ଷ୍ଟାଗ୍ରାମରେ ସ୍ତ୍ରୀ ଓ ନବଜାତ କନ୍ୟାର ଏକ ଫଟୋ ଶେୟାର କରି ଏହି ଖୁସି ଖବର ପ୍ରଶଂସକଙ୍କୁ ଜଣାଇଛନ୍ତି। ୩୪ ବର୍ଷୀୟ ରାୟୁଡୁ ତାଙ୍କ କଲେଜ ବାନ୍ଧବୀ ବିଦ୍ୟାଙ୍କୁ ୨୦୦୯ରେ ବିବାହ କରିଥିଲେ। ଏହି ଅବସରରେ ସୋସିଆଲ ମିଡିଆରେ ରାୟୁଡୁଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଭାରତୀୟ କ୍ରିକେଟର୍‌ ସୁରେଶ ରାଇନା, ଆର୍‌.ପି. ସିଂ, ରବିନ୍ଦ୍ର ଉଥପ୍ପାଙ୍କ ସମେତ ରାୟୁଡୁଙ୍କ ଆଇପିଏଲ୍‌ ଟିମ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ପକ୍ଷରୁ ମଧ୍ୟ ଶୁଭେଚ୍ଛା ପ୍ରଦାନ କରାଯାଇଛି। ଏଠାରେ ଉଲ୍ଲେଖଯୋଗ୍ୟ, ଗୁଣ୍ଟୁର ଜନ୍ମିତ ରାୟୁଡୁ ୨୦୧୩ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ସେ ଭାରତ ପକ୍ଷରୁ ୫୫ ଦିନିକିଆ ଓ ୬ ଟି୨୦ ମ୍ୟାଚ୍‌ ଖେଳି ଯଥାକ୍ରମେ ୧୬୯୪ ଓ ୪୨ ରନ ସଂଗ୍ରହ କରିଛନ୍ତି। ଦିନିକିଆରେ ସେ ୩ ଶତକ ସହ ୪୭ରୁ ଊର୍ଦ୍ଧ୍ୱ ଆଭରେଜରେ ବ୍ୟାଟିଂ କରିଥିଲେ। ଏକଦା ଭାରତୀୟ ଦିନିକିଆ ଦଳରେ ୪ର୍ଥ ନମ୍ବର ସ୍ଥାନ ପାଇଁ ତାଙ୍କୁ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରାଯାଉଥିଲା। କିନ୍ତୁ ୨୦୧୯ ବିଶ୍ୱକପ୍‌ରେ ତାଙ୍କୁ ଭାରତୀୟ ଦଳରେ ସ୍ଥାନ ନ ମିଳି ନ ଥିଲା। ୪ ନମ୍ବର ପାଇଁ ବିଜୟ ଶଙ୍କରଙ୍କୁ ଚୟନ କରାଯିବା ପରେ ରାୟୁଡୁ କ୍ଷୋଭ ପ୍ରକାଶ କରି ଗତ ବର୍ଷ ଜୁଲାଇରେ କ୍ରିକେଟ୍‌ରୁ ସନ୍ନ୍ୟାସ ନେଇଥିଲେ। କିନ୍ତୁ ଏହାର ଗୋଟିଏ ମାସ ପରେ ବହୁ ସିନିୟର ଖେଳାଳି ତାଙ୍କୁ ବୁଝାଇ କ୍ରିକେଟ୍‌କୁ ପ୍ରତ୍ୟାବର୍ତ୍ତନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri