Posted inଖେଳ

ବାପା ହେଲେ ଏହି ଭାରତୀୟ କ୍ରିକେଟର୍‌

ଗୁଣ୍ଟୁର, ୧୩।୭- ନିଜର ଦମ୍‌ଦାର ବ୍ୟାଟିଂ ବଳରେ ଭାରତକୁ ଅନେକ ମ୍ୟାଚ୍‌ରେ ବିଜୟୀ କରାଇଥିବା ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡ଼ୁଙ୍କ ପାଇଁ ଖୁସି ଖବର। ରାୟୁଡ଼ୁ ପିତୃତ୍ୱ ଲାଭ କରିଛନ୍ତି। ତାଙ୍କ ସ୍ତ୍ରୀ ଚେନ୍ନୁପଲ୍ଲୀ ବିଦ୍ୟା ରବିବାର ଏକ କନ୍ୟା ସନ୍ତାନ ପ୍ରସବ କରିଛନ୍ତି। ରାୟଡ଼ୁ ଇନ୍‌ଷ୍ଟାଗ୍ରାମରେ ସ୍ତ୍ରୀ ଓ ନବଜାତ କନ୍ୟାର ଏକ ଫଟୋ ଶେୟାର କରି ଏହି ଖୁସି ଖବର ପ୍ରଶଂସକଙ୍କୁ ଜଣାଇଛନ୍ତି। ୩୪ ବର୍ଷୀୟ ରାୟୁଡୁ ତାଙ୍କ କଲେଜ ବାନ୍ଧବୀ ବିଦ୍ୟାଙ୍କୁ ୨୦୦୯ରେ ବିବାହ କରିଥିଲେ। ଏହି ଅବସରରେ ସୋସିଆଲ ମିଡିଆରେ ରାୟୁଡୁଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଭାରତୀୟ କ୍ରିକେଟର୍‌ ସୁରେଶ ରାଇନା, ଆର୍‌.ପି. ସିଂ, ରବିନ୍ଦ୍ର ଉଥପ୍ପାଙ୍କ ସମେତ ରାୟୁଡୁଙ୍କ ଆଇପିଏଲ୍‌ ଟିମ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ପକ୍ଷରୁ ମଧ୍ୟ ଶୁଭେଚ୍ଛା ପ୍ରଦାନ କରାଯାଇଛି। ଏଠାରେ ଉଲ୍ଲେଖଯୋଗ୍ୟ, ଗୁଣ୍ଟୁର ଜନ୍ମିତ ରାୟୁଡୁ ୨୦୧୩ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ସେ ଭାରତ ପକ୍ଷରୁ ୫୫ ଦିନିକିଆ ଓ ୬ ଟି୨୦ ମ୍ୟାଚ୍‌ ଖେଳି ଯଥାକ୍ରମେ ୧୬୯୪ ଓ ୪୨ ରନ ସଂଗ୍ରହ କରିଛନ୍ତି। ଦିନିକିଆରେ ସେ ୩ ଶତକ ସହ ୪୭ରୁ ଊର୍ଦ୍ଧ୍ୱ ଆଭରେଜରେ ବ୍ୟାଟିଂ କରିଥିଲେ। ଏକଦା ଭାରତୀୟ ଦିନିକିଆ ଦଳରେ ୪ର୍ଥ ନମ୍ବର ସ୍ଥାନ ପାଇଁ ତାଙ୍କୁ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରାଯାଉଥିଲା। କିନ୍ତୁ ୨୦୧୯ ବିଶ୍ୱକପ୍‌ରେ ତାଙ୍କୁ ଭାରତୀୟ ଦଳରେ ସ୍ଥାନ ନ ମିଳି ନ ଥିଲା। ୪ ନମ୍ବର ପାଇଁ ବିଜୟ ଶଙ୍କରଙ୍କୁ ଚୟନ କରାଯିବା ପରେ ରାୟୁଡୁ କ୍ଷୋଭ ପ୍ରକାଶ କରି ଗତ ବର୍ଷ ଜୁଲାଇରେ କ୍ରିକେଟ୍‌ରୁ ସନ୍ନ୍ୟାସ ନେଇଥିଲେ। କିନ୍ତୁ ଏହାର ଗୋଟିଏ ମାସ ପରେ ବହୁ ସିନିୟର ଖେଳାଳି ତାଙ୍କୁ ବୁଝାଇ କ୍ରିକେଟ୍‌କୁ ପ୍ରତ୍ୟାବର୍ତ୍ତନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri