Posted inଖେଳ

ଏହି ଭାରତୀୟ କ୍ରିକେଟର୍‌ ରଚିଲେ ଇତିହାସ

ମେଲବୋର୍ନ,୨୯।୧୨: ମେଲବୋର୍ନରେ ଖେଳାଯାଇଥିବା ଭାରତ ଏବଂ ଅଷ୍ଟ୍ରେଲିଆ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆର ବିଜୟରେ ରବିନ୍ଦ୍ର ଜାଡେଜା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ପ୍ରଥମ ଇନିଂସରେ ୫୭ ରନ ସଂଗ୍ରହ କରିଥିବା ଜାଡେଜା ମଧ୍ୟ ଏହି ମ୍ୟାଚରେ ୩ଟି ଉଇକେଟ ନେଇଥିଲେ। ଭାରତର ପ୍ରଥମ ଇନିଂସରେ ସେ ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ସହ ୧୨୧ ରନର ଭାଗିଦାରୀ ଖେଳିଥିଲେ, ଯାହା ଟିମ ଇଣ୍ଡିଆକୁ ଆଗେଇ ନେବାରେ ସାହାଯ୍ୟ କରିଥିଲା। ଏହା ଜାଡେଜାଙ୍କ ୫୦ତମ ଟେଷ୍ଟ ମ୍ୟାଚ ଥିଲା। ଏହି ମ୍ୟାଚ୍‌ରେ ଭାରତୀୟ ଦଳ ସ୍ମରଣୀୟ ବିଜୟ ହାସଲ କରିଛ। ଅଲରାଉଣ୍ଡର ଜାଡେଜା ପରେ ବିରାଟ କୋହଲି ଏବଂ ମହେନ୍ଦ୍ର ସିଂ ଧୋନୀ କ୍ରିକେଟର ୩ଟି ଫର୍ମାଟରେ ୫୦ କିମ୍ବା ଅଧିକ ମ୍ୟାଚ ଖେଳିଥିବା ତୃତୀୟ ଭାରତୀୟ ଖେଳାଳି ହୋଇଛନ୍ତି।ଜାଡେଜା ଟୁଇଟ୍‌ କରି କହିଛନ୍ତି, ମାହି ଭୋଇ ଏବଂ ବିରାଟଙ୍କ କ୍ଲବରେ ସାମିଲ ହେବା ଅତ୍ୟନ୍ତ ଗୌରବର ବିଷୟ, ଭାରତ ପାଇଁ ୩ଟି ଫର୍ମାଟରେ ୫୦ରୁ ଅଧିକ ମ୍ୟାଚ ଖେଳିଛନ୍ତି। ମୋ ବିଶ୍ୱାସ ଏବଂ ସମର୍ଥନ ଜଣାଇବା ପାଇଁ ବିସିସିଆଇ, ମୋର ସାଥୀ ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍‌ଙ୍କୁ ଧନ୍ୟବାଦ। ଆଶା କରୁଛି ଏହା ଆହୁରି ଆଗକୁ ମଧ୍ୟ ଚାଲିବ। ଜୟ ହିନ୍ଦ।
୨୦୦୯ରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିବା ଜାଡେଜା ଏପର୍ଯ୍ୟନ୍ତ ୫୦ଟି ଟେଷ୍ଟ, ୫୦ ଟି-୨୦ ମ୍ୟାଚ ଏବଂ ୧୬୮ଟି ଏକଦିବସୀୟ ମ୍ୟାଚ୍‌ ଖେଳିଛନ୍ତି। ସେ ଟେଷ୍ଟରେ ୨୧୬ ଉଇକେଟ, ଏକଦିବସୀୟରେ ୧୮୮ ଉଇକେଟ ଏବଂ ଟି-୨୦ରେ ୩୯ ଉଇକେଟ ନେଇଛନ୍ତି। ଟେଷ୍ଟରେ ୧୯୨୬, ଏକଦିବସୀୟରେ ୨୪୧୧ ଏବଂ ଟି-୨୦ରେ ୨୦୧୬ ସ୍କୋର କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: PNG କନେକ୍ସନ ନେଲେ ବି ମିଳିବ LPG, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏବେ ଲୋକଙ୍କୁ PNG (Pipe Natural Gas) କନେକ୍ସନ ନେବାକୁ ହେବ। ଅନ୍ୟପଟେ ଯେଉଁମାନେ PNG କନେକ୍ସନ ନେବେ, ସେମାନଙ୍କୁ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ ଲିକ୍‌ ଘଟଣାରେ ଶୁକ୍ରବାର ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ…

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

ମାଛଧରା ଟ୍ରଲରରେ ଲାଗିଲା ନିଆଁ: ହୁ ହୁ ହୋଇ ଜଳିଗଲା…

ଭଦ୍ରକ, ୨୬। ୬(ସନାତନ ରାଉତ) : ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତରଗତ ଧାମରା ମଧ୍ୟ ପୋତାଶ୍ରୟ ମଧ୍ୟରେ ଏକ ମାଛଧରା ଟ୍ରଲର ନିଆଁ ଲାଗି ଜଳିଯାଇଛି।…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri