‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ

ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି କରୁଥିବା ବେପାରୀଙ୍କୁ କିଛି ବ୍ୟକ୍ତି ଦୁର୍ବ୍ୟବହାର ଏବଂ ହଇରାଣ କରିଥିବା ଅଭିଯୋଗ ହୋଇଛି। ଏହି ସମ୍ପର୍କିତ ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି।

ଭାଇରାଲ ଭିଡିଓରେ ଦେଖିବାକୁ ମିଳିଛି ଯେ, ଏକ ସଫେଦ ରଙ୍ଗର କାର୍‌ରୁ କିଛି ବ୍ୟକ୍ତି ଓହ୍ଲାଇ ରାସ୍ତା କଡ଼ରେ ଟୋପି ବିକ୍ରି କରୁଥିବା ବେପାରୀଙ୍କ ଉପରେ ଚିଲାଉଛନ୍ତି। ଖ୍ରୀଷ୍ଟମାସ ସାମଗ୍ରୀ ବିକ୍ରିକୁ ସେମାନେ ତୀବ୍ର ବିରୋଧ କରିବା ସହ ତୁରନ୍ତ ସେଠାରୁ ଚାଲିଯିବାକୁ ଧମକ ଦେଇଥିଲେ।

ସମ୍ପୃକ୍ତ ବ୍ୟକ୍ତିମାନେ ଓଡ଼ିଶାକୁ ଏକ ‘ହିନ୍ଦୁ ରାଷ୍ଟ୍ର’ ବୋଲି ଦର୍ଶାଇ ଏଠାରେ ଅନ୍ୟ ଧର୍ମର ସାମଗ୍ରୀ ବିକ୍ରି କରାଯାଇପାରିବ ନାହିଁ ବୋଲି କହିଥିଲେ। ହିନ୍ଦୀ ଏବଂ ଓଡ଼ିଆ ଭାଷାରେ ଗାଳିଗୁଲଜ କରିବା ସହ “ଯଦି ଗରିବ, ତେବେ ମହାପ୍ରଭୁ ଜଗନ୍ନାଥଙ୍କ ସାମଗ୍ରୀ ବିକ୍ରି କର, ଖ୍ରୀଷ୍ଟମାସ ସାମଗ୍ରୀ କାହିଁକି?” ବୋଲି ପ୍ରଶ୍ନ କରିଥିଲେ।

ହଇରାଣର ଶିକାର ହୋଇଥିବା ବେପାରୀମାନେ ନିଜକୁ ରାଜସ୍ଥାନର ବୋଲି ପରିଚୟ ଦେବା ସହ ସେମାନେ ହିନ୍ଦୁ ଏବଂ କେବଳ ପେଟ ପୋଷିବା ପାଇଁ ଏହି ସବୁ ବିକ୍ରି କରୁଥିବା କହିଥିଲେ। ଏହି ଘଟଣା ସମୟରେ ଜଣେ ମହିଳା ବେପାରୀ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ସମ୍ପୃକ୍ତ ଯୁବକମାନେ ବେପାରୀଙ୍କୁ ଏଭଳି ସାମଗ୍ରୀ ବିକ୍ରି ପାଇଁ ପ୍ରଶାସନର ଅନୁମତି ନେବାକୁ କହିଥିଲେ। ଏହି ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri