‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ

ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି କରୁଥିବା ବେପାରୀଙ୍କୁ କିଛି ବ୍ୟକ୍ତି ଦୁର୍ବ୍ୟବହାର ଏବଂ ହଇରାଣ କରିଥିବା ଅଭିଯୋଗ ହୋଇଛି। ଏହି ସମ୍ପର୍କିତ ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି।

ଭାଇରାଲ ଭିଡିଓରେ ଦେଖିବାକୁ ମିଳିଛି ଯେ, ଏକ ସଫେଦ ରଙ୍ଗର କାର୍‌ରୁ କିଛି ବ୍ୟକ୍ତି ଓହ୍ଲାଇ ରାସ୍ତା କଡ଼ରେ ଟୋପି ବିକ୍ରି କରୁଥିବା ବେପାରୀଙ୍କ ଉପରେ ଚିଲାଉଛନ୍ତି। ଖ୍ରୀଷ୍ଟମାସ ସାମଗ୍ରୀ ବିକ୍ରିକୁ ସେମାନେ ତୀବ୍ର ବିରୋଧ କରିବା ସହ ତୁରନ୍ତ ସେଠାରୁ ଚାଲିଯିବାକୁ ଧମକ ଦେଇଥିଲେ।

ସମ୍ପୃକ୍ତ ବ୍ୟକ୍ତିମାନେ ଓଡ଼ିଶାକୁ ଏକ ‘ହିନ୍ଦୁ ରାଷ୍ଟ୍ର’ ବୋଲି ଦର୍ଶାଇ ଏଠାରେ ଅନ୍ୟ ଧର୍ମର ସାମଗ୍ରୀ ବିକ୍ରି କରାଯାଇପାରିବ ନାହିଁ ବୋଲି କହିଥିଲେ। ହିନ୍ଦୀ ଏବଂ ଓଡ଼ିଆ ଭାଷାରେ ଗାଳିଗୁଲଜ କରିବା ସହ “ଯଦି ଗରିବ, ତେବେ ମହାପ୍ରଭୁ ଜଗନ୍ନାଥଙ୍କ ସାମଗ୍ରୀ ବିକ୍ରି କର, ଖ୍ରୀଷ୍ଟମାସ ସାମଗ୍ରୀ କାହିଁକି?” ବୋଲି ପ୍ରଶ୍ନ କରିଥିଲେ।

ହଇରାଣର ଶିକାର ହୋଇଥିବା ବେପାରୀମାନେ ନିଜକୁ ରାଜସ୍ଥାନର ବୋଲି ପରିଚୟ ଦେବା ସହ ସେମାନେ ହିନ୍ଦୁ ଏବଂ କେବଳ ପେଟ ପୋଷିବା ପାଇଁ ଏହି ସବୁ ବିକ୍ରି କରୁଥିବା କହିଥିଲେ। ଏହି ଘଟଣା ସମୟରେ ଜଣେ ମହିଳା ବେପାରୀ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ସମ୍ପୃକ୍ତ ଯୁବକମାନେ ବେପାରୀଙ୍କୁ ଏଭଳି ସାମଗ୍ରୀ ବିକ୍ରି ପାଇଁ ପ୍ରଶାସନର ଅନୁମତି ନେବାକୁ କହିଥିଲେ। ଏହି ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଲଜ୍ଜା: ପ୍ରେମିକକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri