Posted inଖେଳ

ପ୍ରଥମ ରୋଜଗାରକୁ ଏହିଭଳି ଭାବେ ଖର୍ଚ୍ଚ କରିଥିଲେ ଭୁବନେଶ୍ୱର

ନୂଆଦିଲ୍ଲୀ, ୧୩।୭: ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ସିରିଜ ସହ ଅନ୍ତର୍ଜାତୀୟ କ୍ରିକେଟ୍‌ ପଡ଼ିଆକୁ ପ୍ରତ୍ୟାବର୍ତ୍ତନ କରିଥିଲେ ମଧ୍ୟ ଭାରତରେ ଖେଳ ପରିସ୍ଥିତି ଏବେ ମଧ୍ୟ ଆରମ୍ଭ ହେବାଭଳି ସ୍ଥିତିରେ ନାହିଁ। ବିଶ୍ୱରେ କରୋନା ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଥିବା ଦେଶ ତାଲିକାରେ ଭାରତ ୩ୟ ସ୍ଥାନରେ ରହିଛି। କରୋନା ଲାଗି ଅଧିକାଂଶ ଖେଳାଳି ଘରେ ପରିବାର ଗହଣରେ ସମୟ ଅତିବାହିତ କରୁଥିବାବେଳେ କିଛି କ୍ରିକେଟର୍‌ ମଧ୍ୟ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହିଛନ୍ତି। ସୋସିଆଲ ମିଡିଆରେ ଖେଳାଳିମାନେ ପ୍ରଶଂସକଙ୍କ ସହ ବାର୍ତ୍ତାଳପ କରୁଥିବାର ଦେଖିବାକୁ ମିଳିଛି। ଭାରତୀୟ ଦଳର ଦ୍ରୁତ ବୋଲର ଭୁବନେଶ୍ୱର କୁମାର ନିକଟରେ ଟୁଇଟର୍‌ରେ ‘ସଓ୍ବାଲ-ଜବାବ’ ନାମକ ଏକ ସେସନ ରଖିଥିଲେ। ଯେଉଁଥିରେ ପ୍ରଶଂସକଙ୍କ ଦ୍ୱାରା ପଚରା ଯାଉଥିବା ବିଭିନ୍ନ ପ୍ରଶ୍ନର ଉତ୍ତର ଭୁବନେଶ୍ୱର ଦେଉଥିଲେ। ଏହି ଅବସରରେ ଜଣେ ପ୍ରଶଂସକ ଭୁବନେଶ୍ୱରଙ୍କୁ ତାଙ୍କ ପ୍ରଥମ ରୋଜଗାର କେତେ ଥିଲା ଏବଂ ଏହାକୁ କିପରି ଖର୍ଚ୍ଚ କରିଥିଲେ ବୋଲି ପଚାରିଥିଲେ। ଏହାର ଉତ୍ତର ରଖି ୩୦ ବର୍ଷୀୟ ଭୁବନେଶ୍ୱର କହିଥିଲେ, ତାଙ୍କର ପ୍ରଥମ ରୋଜଗାର ୩ ହଜାର ଟଙ୍କା ଥିଲା। ଏହି ଅର୍ଥରେ କିଛି ଶପିଂ କରିବା ସହ ବଳକା ଟଙ୍କା ସଞ୍ଚତ୍ତ କରି ରଖିଥିଲି।’ ଏଠାରେ ଉଲ୍ଲେଖଯୋଗ୍ୟ, ମିରଟ ଜନ୍ମିତ ଏହି ଡାହାଣହାତୀ ଦ୍ରୁତ ବୋଲର ଭାରତୀୟ ଦଳ ପକ୍ଷରୁ ୨୧ ଟେଷ୍ଟ, ୧୧୪ ଏକଦିବସୀୟ ଓ ୪୩ ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ଯେଉଁଥିରେ ସେ ଯଥାକ୍ରମେ ୬୩, ୧୩୨ ଓ ୪୩ ଉଇକେଟ୍‌ ଅକ୍ତିଆର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri