ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା ପ୍ରତିରକ୍ଷା ସଚିବ ପିଟ୍‌ ହେଗ୍‌ସେଥ କଂଗ୍ରେସ (ସଂସଦ)ର ସାଂସଦମାନଙ୍କ ଆଗରେ ଏହି ତଥ୍ୟ ରଖିବା ସହ ଯୁଦ୍ଧ ପରିଚାଳନା ପାଇଁ ଅଧିକ ବଜେଟ ମଞ୍ଜୁର କରିବାକୁ ଅନୁରୋଧ କରିଛନ୍ତି। ଆସନ୍ତା ନଭେମ୍ବରରେ ଆମେରିକାରେ ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏହି ଯୁଦ୍ଧ ଓ ଏହାର ବର୍ଦ୍ଧିତ ଆର୍ଥିକ ବୋଝକୁ ନେଇ ଆମେରିକା ସାଂସଦମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ସଂସଦୀୟ ଶୁଣାଣି ସମୟରେ ହେଗ୍‌ସେଥ୍‌ ଜଣାଇଛନ୍ତି ଯେ, ଏହି ୩୭.୫ ବିଲିୟନ ଡଲାର ମଧ୍ୟରେ ଯୁଦ୍ଧର ବର୍ତ୍ତମାନର ଖର୍ଚ୍ଚ ସହ ଆସନ୍ତା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ହେବାକୁ ଥିବା ଆନୁମାନିକ ବ୍ୟୟ ମଧ୍ୟ ସାମିଲ ରହିଛି। ଗତ ମାସରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଇରାନ୍‌ ସଂଘର୍ଷ ପାଇଁ ଅତିରିକ୍ତ ୯୦ ବିଲିୟନ ଡଲାରର ବଜେଟ ଦାବି କରିଥିଲେ। ଅନ୍ୟପକ୍ଷରେ ୨୦୨୭ ପାଇଁ ପେଣ୍ଟାଗନ ମୋଟ ୧.୫ ଟ୍ରିଲିୟନ ଡଲାର ବଜେଟ ମଞ୍ଜୁର କରିବାକୁ ସଂସଦକୁ ନିବେଦନ କରିଛି।
ଗତ ଫେବୃଆରୀ ୨୮ରୁ ଆମେରିକା ଓ ଇସ୍ରାଏଲ ଦ୍ୱାରା ଇରାନ୍‌ ଉପରେ ବୋମାବର୍ଷଣ ଆରମ୍ଭ ହେବା ଦିନଠାରୁ ଟ୍ରମ୍ପ୍‌ ସରକାର ଯୁଦ୍ଧ ନୀତି ସମ୍ପର୍କରେ ସଂସଦକୁ ଅବଗତ କରାଉନାହାନ୍ତି ବୋଲି ଉଭୟ ରିପବ୍ଲିକାନ ଓ ଡେମୋକ୍ରାଟିକ ସାଂସଦମାନେ ଅଭିଯୋଗ କରିଛନ୍ତି। ଆପ୍ରୋପ୍ରିଏସନ୍ସ କମିଟିର ବରିଷ୍ଠ ଡେମୋକ୍ରାଟ୍‌ ସାଂସଦ ପାଟି ମୁରେ ପ୍ରଶ୍ନ ଉଠାଇଛନ୍ତି ଯେ, ରାଷ୍ଟ୍ରପତି ଟ୍ରମ୍ପ୍‌ କ୍ରମାଗତ ଭାବେ ଯୁଦ୍ଧକୁ ଆହୁରି ଭୟାନକ ରୂପ ଦେବା ସହ ସାଧାରଣ ନାଗରିକଙ୍କ ଆବଶ୍ୟକ ଭିତ୍ତିଭୂମି ଉପରେ ଆକ୍ରମଣର ଧମକ ଦେଉଛନ୍ତି, ଯାହା ଏକ ଯୁଦ୍ଧ ଅପରାଧ ସହ ସମାନ।
କଂଗ୍ରେସର ପ୍ରତିନିଧି ସଭା (ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସ) ଏବଂ ସିନେଟ୍‌ରେ ରିପବ୍ଲିକାନ ପାର୍ଟିର ସାମାନ୍ୟ ବହୁମତ ଥିବାରୁ ଏହି ନୂତନ ବଜେଟ ବିଲ୍‌ ପାସ୍‌ କରିବା ପାଇଁ ସରକାରଙ୍କୁ ଡେମୋକ୍ରାଟିକ୍‌ ସାଂସଦମାନଙ୍କ ସମର୍ଥନ ଆବଶ୍ୟକ। ସାଂସଦ କିର୍ଷ୍ଟେନ ଗିଲିବ୍ରାଣ୍ଡ ପ୍ରଶ୍ନ କରିଛନ୍ତି ଯେ, ଯୁଦ୍ଧ ଶେଷ ହେବା ନେଇ ପ୍ରଶାସନ ପକ୍ଷରୁ ଦିଆଯାଉଥିବା ବକ୍ତବ୍ୟ ଓ ବାସ୍ତବ ସ୍ଥିତି ମଧ୍ୟରେ କୌଣସି ତାଳମେଳ ରହୁନାହିଁ, ଯାହା ନାଗରିକଙ୍କ ମଧ୍ୟରେ ବ୍ୟାପକ ଅସନ୍ତୋଷ ସୃଷ୍ଟି କରୁଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri