Posted inଖେଳ

ମେସିଙ୍କ ସହ ଗୋଟିଏ ଫଟୋ ଉଠାଇଲେ ଦେବାକୁ ପଡ଼ିବ ଏତିକି ଟଙ୍କା

କୋଲକାତା,୧୩ା୧୨: ଆର୍ଜେଣ୍ଟିନାର ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ଶନିବାର ଭାରତ ଆସିଛନ୍ତି। କୋଲକାତା ବିମାନ ବନ୍ଦରରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ହେୟାତ ରେଜେନ୍ସିଠାରେ ସକାଳ ୯ଟା ୩୦ରେ ଏକ ମିଟ୍‌ ଆଣ୍ଡ ଗ୍ରୀଟ୍‌ ଇଭେଣ୍ଟରେ ପ୍ରଥମେ ପ୍ରଶଂସକଙ୍କୁ ଭେଟିବେ। ମାତ୍ର ଏହି ଗସ୍ତ ଆୟୋଜନ କରୁଥିବା ‘ଜିଓଏଟି ଇଣ୍ଡିଆ ଟୁର ୨୦୨୫’ ପକ୍ଷରୁ ମେସିଙ୍କ ସହ ଥରେ ହାତ ମିଳାଇବା ଓ ଗୋଟିଏ ଫଟୋ ଉଠାଇବା ପାଇଁ ୧୦ ଲକ୍ଷ ଟଙ୍କାର ପ୍ୟାକେଜ ଘୋଷଣା କରାଯାଇଛି। ତେବେ ତାଙ୍କର ଏହି ଗସ୍ତରେ ମେସି ପ୍ରତିଦ୍ୱନ୍ଦ୍ୱିତାମୂଳକ ଫୁଟବଲ ଖେଳିବେ ନାହିଁ। ୧୪ ବର୍ଷର ବ୍ୟବଧାନ ପରେ ମେସି ଭାରତ ଆସିଛନ୍ତି। ଶେଷ ଥର ୨୦୧୧ରେ ସେ ଭାରତ ଗସ୍ତରେ ଆସି ୮୫ ହଜାର ଦର୍ଶକଙ୍କ ମଧ୍ୟରେ ସଲ୍ଟ ଲେକ ଷ୍ଟାଡିୟମରେ ଆର୍ଜେଣ୍ଟିନା ପାଇଁ ଭେନେଜୁଏଲା ବିପକ୍ଷ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିଥିଲେ।
ଆରମ୍ଭ ହେଉଥିବା ତାଙ୍କର ଗସ୍ତ ସମ୍ପୂର୍ଣ୍ଣ ପ୍ରଚାର ଓ ବ୍ୟବସାୟଭିତ୍ତିକ ହେବ। ସେ ଭାରତରେ ୭୨ ଘଣ୍ଟା ବିତାଇବେ। କିନ୍ତୁ ମୁଖ୍ୟତଃ କୋଲକାତା, ହାଇଦ୍ରାବାଦ, ମୁମ୍ବାଇ ଓ ଦିଲ୍ଲୀ ଆଦି ୪ ମେଟ୍ରୋ ସହରରେ ମୁଖ୍ୟମନ୍ତ୍ରୀ, ପ୍ରତିଷ୍ଠିତ କର୍ପୋରେଟ, ବଲିଉଡ୍‌ ସେଲିବ୍ରିଟି ଏବଂ ଏପରି କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେ ଭର୍ଚୁଆଲ ଜରିଆରେ କୋଲକାତାର ସାଉଥ ଦମ୍‌ ଦମ୍‌ରେ ଲେକ୍‌ ଟାଉନଠାରେ ତାଙ୍କର ୭୦ ଫୁଟ ଉଚ୍ଚତା ବିଶିଷ୍ଟ ଲୁହାର ପ୍ରତିମୂର୍ତ୍ତିକୁ ଉନ୍ମୋଚିତ କରିବେ। ଭାରତର ଟେଷ୍ଟ ଓ ଦିନିକିଆ ଅଧିନାୟକ ଶୁବମନ ଗିଲ ଜଣେ ମେସିଙ୍କର ବଡ଼ ପ୍ରଶଂସକ ଏବଂ ସେ ଆସନ୍ତା ୧୪ ତାରିଖରେ ଧର୍ମଶାଳାରେ ମେସିଙ୍କୁ ଭେଟିବେ ବୋଲି ଆଶା କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?