‘କଶ୍ମୀର ଫାଇଲ୍ସ’ ଫିଲ୍ମ ଦେଖି ସଲମାନ କହିଲେ…

ମାର୍ଚ୍ଚ ୧୧ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିବା ଫିଲ୍ମ ‘କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ସୁପରହିଟ୍‌ ହୋଇଛି। ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ୧୯୯୦ରେ କଶ୍ମୀରୀ ପଣ୍ଡିତଙ୍କ ଅସହାୟ ଯନ୍ତ୍ରଣା ଉପରେ ଆଧାରିତ। ଫିଲ୍ମର କାହାଣୀ ଦର୍ଶକଙ୍କ ହୃଦୟକୁ ଛୁଇଁଛି। ଏହି ଫିଲ୍ମଟି ୨୦୦ କୋଟି ଟଙ୍କା ରୋଜଗାର କରିଛି। ଏହି ଫିଲ୍ମକୁ ନେଇ ରାଜନେତାଙ୍କଠାରୁ ଆରମ୍ଭ କରି ଅଭିନେତା ସମସ୍ତେ ନିଜର ମତ ଦେଉଛନ୍ତି। ବଲିଉଡ ଇଣ୍ଡଷ୍ଟ୍ରିର କେବଳ କିଛି ତାରକା ‘କାଶ୍ମୀର ଫାଇଲ୍ସ’କୁ ନିଜର ପ୍ରତିକ୍ରିୟା ଦେଇଛନ୍ତି। ନିକଟରେ ସଲମାନଙ୍କ ପ୍ରତିକ୍ରିୟା ମଧ୍ୟ ଆସିଛି। ସଲମାନ ଫିଲ୍ମ ଦେଖସାରିବା ପରେ ‘କାଶ୍ମୀର ଫାଇଲ୍ସ’ରେ ଅଭିନୟ କରଇତତ୍ବା ଅନୁପମ ଖେରଙ୍କୁ ଫୋନ କରି ଶୁଭେଚ୍ଛା ଜଣାଇଥିଲେ। ତାଙ୍କୁ ଏହି ଫିଲ୍ମ ପସନ୍ଦ ଆସିଥିବା ଅନୁପମ କହିଛନ୍ତି। ଅନୁପମ ଖେର ଏବଂ ସଲମାନ ଖାନ ‘ହମ ଆପକେ ହୈ କୌନ’ ଏବଂ ’ପ୍ରେମ ରତନ ଧନ ପାୟୋ’ ସମେତ ଅନେକ ଫିଲ୍ମରେ ଏକାଠି କାମ କରିଛନ୍ତି।
ଏହି ସମୟରେ ଅନୁପମ ଏହା ମଧ୍ୟ କହିଛନ୍ତି ଯେ ଫିଲ୍ମ ଜଗତର ତାରକାମାନେ ‘କାଶ୍ମୀର ଫାଇଲ୍ସ’କୁ ନେଇ କାହିଁକି ଚୁପ ରହିଛନ୍ତି? ଫିଲ୍ମର ସଫଳତା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ହିନ୍ଦୀ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଲୋକମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଯେତେବେଳେ ଫିଲ୍ମ ‘ଶୋଲେ’ ରିଲିଜ ହୋଇଥିଲା, ସେତେବେଳେ ନିର୍ଦ୍ଦେଶକ ରମେଶ ସିପି ନିଜେ କହିଥିଲେ ଯେ ଏହି ଫିଲ୍ମ ପ୍ରଥମ ତିନି ସପ୍ତାହ ପର୍ଯ୍ୟନ୍ତ ଚାଲି ନ ଥିଲା। ଏହି ଚଳଚ୍ଚିତ୍ରଟି ପ୍ରଥମେ ଫ୍ଲପ ଭାବରେ ବିବେଚନା କରାଯାଉଥିଲା। କିନ୍ତୁ ତିନି ସପ୍ତାହ ପରେ ଫିଲ୍ମଟି ଏକ ଜବରଦସ୍ତ ପ୍ରତିକ୍ରିୟା ପାଇଲା। ସମସ୍ତେ ଏହା ଜାଣନ୍ତି। କଶ୍ମୀର ପାଇଲ୍‌କୁ ମଧ୍ୟ ସେମିତି ପ୍ରତିକ୍ରିୟା ମିଳିଛି।
‘କାଶ୍ମୀର ଫାଇଲ୍ସ’ର ରିଲିଜ ହେବାର ୧୬ ଦିନ ବିତିଗଲାଣି। ଫିଲ୍ମଟି ଭଲ ଆୟ କରୁଛି। ଏହି ଫିଲ୍ମଟି ମାତ୍ର ୧୫ ରୁ ୨୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଥିଲା, କିନ୍ତୁ ଆଜି ଏହି ଫିଲ୍ମ ୨୦୦ କୋଟି କ୍ଲବରେ ଯୋଗ ଦେଇଛି। ଏହି ଫିଲ୍ମଟି ଏପର୍ଯ୍ୟନ୍ତ ୨୧୯ କୋଟି ଟଙ୍କା ଆୟ କଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?