ଏମିତି କାମ କରୁଥିଲେ ବରିଷ୍ଠ ସହାୟକ, ଅଚାନକ ପହଞ୍ଚିଗଲେ ଜିଲାପାଳ, ଆଉ ତା’ପରେ…

ସୋନପୁର,୧୬।୧୦(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ମୃତ୍ତିକା ସଂରକ୍ଷଣ ବିଭାଗର ଉପନିର୍ଦ୍ଦେଶକ ତଥା ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟର ବରିଷ୍ଠ ସହାୟକ କାଲୁ ମିର୍ଦ୍ଧାଙ୍କୁ ଜିଲାପାଳ ଡ. ନୃପରାଜ ସାହୁ ଗୁରୁବାର ନିଲମ୍ବନ କରିଛନ୍ତି। ସରକାରୀ କାର୍ଯ୍ୟରେ ଅବହେଳା ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବନ ସମୟରେ ସେ ଜିଲାପାଳଙ୍କ କାର୍ଯ୍ୟାଳୟର ସଂସ୍ଥାପନା ଶାଖାରେ ନିୟମିତ ଅଫିସ ସମୟରେ ଉପସ୍ଥିତ ରହିବେ ବୋଲି ନିର୍ଦ୍ଦେଶ ରହିଛି। ସୂଚନା ଅନୁଯାୟୀ ପୂର୍ବାହ୍ନରେ ଜିଲାପାଳ ଡ. ସାହୁ ଅଚାନକ ଜଳ ବିଭାଜିକା ପିଡିଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଅଫିସ ବୁଲିବା ସମୟରେ ବରିଷ୍ଠ କିରାଣୀ ମିର୍ଦ୍ଧା ଟେବୁଲ ଉପରେ ଦୁଇ ଗୋଡ ରଖି ଚୌକିରେ ବସିଥିବା ଦେଖିବାକୁ ପାଇଥିଲେ। ଏହାପରେ ଜିଲାପାଳ ତତ୍‌କ୍ଷଣାତ ତାଙ୍କୁ ନିଲମ୍ବନ ଆଦେଶ ପ୍ରଦାନ କରିଥିଲେ। ମିର୍ଦ୍ଧାଙ୍କ ନାମରେ ପୂର୍ବରୁ ଅନେକ ଅଭିଯୋଗ ଥିଲା। ସେ ନିଜର ଦାୟିତ୍ୱ ଠିକ୍‌ ଭାବେ ନିର୍ବାହ କରୁ ନ ଥିଲେ। କାର୍ଯ୍ୟାନୁଷ୍ଠାନ ପରେ ସରକାରୀ କାର୍ଯ୍ୟରେ ଅବହେଳା କରୁଥିବା ଜିଲାର ଅନ୍ୟ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। ଜିଲାପାଳଙ୍କ ଏହି କାର୍ଯ୍ୟାନୁଷ୍ଠାନକୁ ସାଧାରଣରେ ସ୍ବାଗତ କରାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ

ହାଇଦ୍ରାବାଦ୍‌,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଅଭିଷେକଙ୍କୁ ‘ସାର୍‌’ ବୋଲି ଡାକିଲେ ଯୁବରାଜ, ଥରେ କହିଥିଲେ ଚପଲରେ ମାରିବା ବିଷୟରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୪: ଅଭିଷେକ ଶର୍ମା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୩୫ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ, ଯାହା ପରେ ତାଙ୍କ ପରାମର୍ଶଦାତା ଏବଂ ଗୁରୁ ଯୁବରାଜ ସିଂହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri