Posted inଜାତୀୟ

ଦାୟିତ୍ୱବୋଧ ନୁହେଁ କଭର୍‌-ଅପ୍‌ କରିବା; CBSE ଚେୟାରମ୍ୟାନ-ସଚିବଙ୍କ ବଦଳିକୁ ନେଇ ରାହୁଲଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ, ୨।୬: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ର ଅନ୍‌ଲାଇନ୍ ମୂଲ୍ୟାୟନ ପ୍ରଣାଳୀରେ ହୋଇଥିବା ବିବାଦ ମଧ୍ୟରେ ବୋର୍ଡର ଚେୟାରମ୍ୟାନ୍ ଏବଂ ସଚିବଙ୍କ ବଦଳିକୁ ନେଇ ରାଜନୀତି ଗରମ ହୋଇଛି। ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏହି ବଦଳିକୁ ଘଣ୍ଟ ଘୋଡ଼ାଇବା ବୋଲି ଆଖ୍ୟା ଦେଇଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ଅଧିକାରୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, କିନ୍ତୁ ଅସଲ ଦାୟିତ୍ୱରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସୁରକ୍ଷିତ ଭାବେ ବଞ୍ଚାଇ ଦିଆଯାଇଛି। ଶିକ୍ଷା ମନ୍ତ୍ରୀଙ୍କୁ ତୁରନ୍ତ ବହିଷ୍କାର କରି ଏକ ସ୍ୱତନ୍ତ୍ର ନ୍ୟାୟିକ ତଦନ୍ତ କରିବାକୁ ରାହୁଲ ଦାବି କରିଛନ୍ତି।

ସୂଚନାଯୋଗ୍ୟ, ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ପରୀକ୍ଷାଖାତାର ଡିଜିଟାଲ୍ ମୂଲ୍ୟାୟନରେ କିଛି ଅନିୟମିତତା ହୋଇଥିବା ନେଇ ଛାତ୍ରଛାତ୍ରୀ ଏବଂ ଅଭିଭାବକମାନେ ଅଭିଯୋଗ କରିଥିଲେ। ଏହାପରେ କେନ୍ଦ୍ର ସରକାର ସିବିଏସ୍‌ଇ ଚେୟାରମ୍ୟାନ୍ ରାହୁଲ ସିଂ ଏବଂ ସଚିବ ହିମାଂଶୁ ଗୁପ୍ତଙ୍କୁ ବଦଳି କରିଦେଇଛନ୍ତି। ଏହା ସହିତ ଏହି ପ୍ରକ୍ରିୟାର ତଦନ୍ତ ପାଇଁ ଏସ. ରାଧା ଚୌହାନଙ୍କ ଅଧ୍ୟକ୍ଷତାରେ ଏକ ଜଣିକିଆ ଉଚ୍ଚସ୍ତରୀୟ ସମିତି ଗଠନ କରାଯାଇଛି, ଯିଏକି ଏକ ମାସ ମଧ୍ୟରେ ରିପୋର୍ଟ ଦାଖଲ କରିବେ।

ରାହୁଲ ଗାନ୍ଧୀ ନିଜ ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ରେ ଲେଖିଛନ୍ତି ଯେ, “ଯଦି ପ୍ରଧାନମନ୍ତ୍ରୀଙ୍କର ଦ୍ୱାଦଶ ବୋର୍ଡ ପରୀକ୍ଷା ଦେଇଥିବା ପ୍ରାୟ ୧୮.୫ ଲକ୍ଷ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରକୃତରେ ଚିନ୍ତା ଥାଆନ୍ତା, ତେବେ ଶିକ୍ଷା ମନ୍ତ୍ରୀଙ୍କୁ ବହୁ ପୂର୍ବରୁ ପଦରୁ ହଟାଇ ଦିଆଯାଇଥାନ୍ତା। ସିବିଏସ୍‌ଇ ଚେୟାରମ୍ୟାନ୍ ବଦଳି, ସିବିଏସ୍‌ଇ ସଚିବ ବଦଳି, ଜଣିକିଆ ତଦନ୍ତ କମିଟି ଗଠନ — ହେଲେ ଅସଲ ଦାୟିତ୍ୱରେ ଥିବା ଧର୍ମେନ୍ଦ୍ର ପ୍ରଧାନ ସୁରକ୍ଷିତ। ଅଧିକାରୀମାନଙ୍କୁ ହଟାଇ ମନ୍ତ୍ରୀଙ୍କୁ ବଞ୍ଚାଇ ଦିଆଗଲା। ଏହା କୌଣସି ଜବାବଦେହିତା ନୁହେଁ, ବରଂ ନିଜ ଦୋଷ ଲୁଚାଇବା ପାଇଁ ଏକ ଚାଲ୍। ରାହୁଲ ଆହୁରି ମଧ୍ୟ କହିଛନ୍ତି ଯେ ଏହା କୌଣସି ଏଭଳି ଭିତରୁଆ ମାମଲା ନୁହେଁ ଯାହାକୁ ମାସେ ଭିତରେ ଚାପି ଦିଆଯିବ। ଏଥିପାଇଁ ଏକ ନିରପେକ୍ଷ ନ୍ୟାୟିକ ତଦନ୍ତର ଆବଶ୍ୟକତା ରହିଛି।’


Enter your email to get our daily news in your inbox.

All Right Reserved By Dharitri.Com

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

୨୦୨୯ରେ ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ! ବିଧାୟିକାଙ୍କ ବଡ଼ ଦାବିକୁ ନେଇ ରାଜନୀତିରେ ହଇଚଇ

ଚେନ୍ନାଇ,୨।୯: ତାମିଲନାଡୁର ରାଜନୀତିରେ ଏବେ ଥଲାପତି ବିଜୟଙ୍କୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ସତ୍ତାରୂଢ଼ ଟିଭିକେ (TVK)ର ନେତା ଓ ମନ୍ତ୍ରୀମାନେ ବିଜୟଙ୍କୁ ୨୦୨୯ରେ ପ୍ରଧାନମନ୍ତ୍ରୀ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri