ଏହା ଯୁଦ୍ଧର ଯୁଗ ନୁହେଁ

ସମରକନ୍ଦ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିଲ୍କ ରୋଡ୍‌ ସିଟି ସମରକନ୍ଦରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ଆଲୋଚନା କରିଛନ୍ତି। ମୋଦି ପୁଟିନ୍‌ଙ୍କୁ କହିଛନ୍ତି, ବର୍ତ୍ତମାନ ଯୁଦ୍ଧର ଯୁଗ ନୁହେଁ। ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ପରିପ୍ରେକ୍ଷୀରେ ଉପୁଜିଥିବା ବୈଶ୍ୱିକ ଖାଦ୍ୟ ଓ ଶକ୍ତି ସଙ୍କଟର ସମାଧାନ ପାଇଁ ଉପାୟ ବାହାର କରାଯିବା ଆବଶ୍ୟକ। ପୁଟିନ୍‌ଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ବେଳେ ମୋଦି ଗଣତନ୍ତ୍ର, ଆଲୋଚନା ଓ କୂଟନୀତି ଉପରେ ଗୁରୁତ୍ୱାରୋପ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ସାରା ବିଶ୍ୱ ବିଶେଷକରି ବିକଶିତ ରାଷ୍ଟ୍ରଗୁଡ଼ିକ ଆଗରେ ଖାଦ୍ୟ ନିରାପତ୍ତା, ଇନ୍ଧନ ନିରାପତ୍ତା ଓ ସାର ଯୋଗାଣ ସବୁଠୁ ବଡ଼ ଚିନ୍ତାର ବିଷୟ ପାଲଟିଛି। ଆମକୁ ଏହି ସମସ୍ୟାର ସମାଧାନ ବାହାର କରିବାକୁ ପଡ଼ିବ। ଆପଣଙ୍କୁ ମଧ୍ୟ ଏହା ଉପରେ ବିଚାର କରିବାକୁ ପଡ଼ିବ। ପୁଟିନ୍‌ ନିଜ ବକ୍ତବ୍ୟ ରଖି କହିଥିଲେ, ୟୁକ୍ରେନ୍‌ ସଂଘର୍ଷକୁ ନେଇ ଭାରତର ଚିନ୍ତା ଉପରେ ସେ ସଚେତନ ଅଛନ୍ତି। ରୁଷିଆ ଏହାର ଅନ୍ତ ଘଟାଇବା ପାଇଁ ଯଥାଶୀଘ୍ର ସମ୍ଭବ ସବୁକିଛି କରିବ। ୟୁକ୍ରେନ୍‌ ଆଲୋଚନାରୁ ମୁହଁ ଫେରାଇ ନେଇଛି ଏବଂ ଯୁଦ୍ଧଭୂମିରେ ସାମରିକ ଉପାୟରେ ନିଜ ଲକ୍ଷ୍ୟ ହାସଲ ପାଇଁ ଉଦ୍ୟମ ଚଳାଇଛି। ସେଠାରେ ଯାହାକିଛି ଚାଲିଛି, ସେସବୁ ଉପରେ ଆମେ ଆପଣଙ୍କୁ ଅବଗତ କରାଇବୁ ବୋଲି ପୁଟିନ୍‌ ମୋଦିଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri