Posted inଜାତୀୟ

ନୂଆ ଆଇନରେ ରୁଜୁ ହେଲା ପ୍ରଥମ ମାମଲା

ନୂଆଦିଲ୍ଲୀ,୧ା୭: ଆଜିଠୁ ଦେଶରେ ଲାଗୁ ହୋଇଛି ୩ ନୂଆ ଆଇନ। ତେବେ ଏହି ଆଇନ ଲାଗୁ ହେବା ପରେ ଭାରତୀୟ ନ୍ୟାୟ ସଂହିତାରେ ପ୍ରଥମ ଏଫ୍‌ଆଇର ବା ମାମଲା ଦିଲ୍ଲୀରେ ରୁଜୁ ହୋଇଛି। ଦିଲ୍ଲୀ କମଳା ମାର୍କେଟ୍‌ ଥାନାରେ ଜଣେ ଭେଣ୍ଡରଙ୍କ ନାମରେ ମାମଲା ରୁଜୁ ହୋଇଛି। ଏକ ଫୁଟ୍‌ ଓଭରବ୍ରିଜ ଅବରୋଧକୁ ନେଇ ଏହି ମାମଲା ରୁଜୁ ହୋଇଛି।

ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ପୋଲିସ ଟିମ୍‌ ଜଣେ ବ୍ୟକ୍ତି ନୂଆଦିଲ୍ଲୀ ରେଳ ଷ୍ଟେଶନ ନିକଟରେ ରାସ୍ତା ମଝିରେ ପାଣି ଏବଂ ଗୁଟଖା ବିକ୍ରି କରୁଥିଲେ। ଏହି କାରଣରୁ ଯାତାୟାତରେ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହା ପରେ ପୋଲିସ ବିଏନ୍‌ଏସ ଅଧୀନରେ ଏହି ବ୍ୟକ୍ତିଙ୍କ ବିରୋଧରେ ଏଫ୍‌ଆଇଆର ପଞ୍ଜୀକରଣ କରିଥିଲା।

ପୋଲିସ ତାଙ୍କ ନାମ ଏବଂ ଠିକଣା ପଚାରି ନୂତନ ଆଇନ ବିଏନ୍‌ଏସ୍‌ର ଧାରା ୨୮୫ ଅନୁଯାୟୀ ଏଫ୍‌ଆଇଆର୍‌ ପଞ୍ଜୀକରଣ କରି ତଦନ୍ତ ଆରମ୍ଭ କରିଥିଲା। ଏହି ନିୟମ ଅନୁଯାୟୀ ଏହା ପ୍ରଥମ ଏଫ୍‌ଆଇଆର୍‌।

ବ୍ରିଟିଶ ଅମଳରୁ ଚାଲିଆସିଥିବା ଭାରତୀୟ ଦଣ୍ଡ ସଂହିତା(ଆଇପିସି), ଫୌଜଦାରି ଅପରାଧ ସଂହିତା (ସିଆର୍‌ପିସି) ଏବଂ ଭାରତୀୟ ସାକ୍ଷ୍ୟ ଆଇନ ସ୍ଥାନରେ ଯଥାକ୍ରମେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ କାର୍ଯ୍ୟକାରୀ ହୋଇଛି।

ନୂଆ ଆଇନ ଏକ ଆଧୁନିକ ନ୍ୟାୟିକ ବ୍ୟବସ୍ଥା ଆଣିବ, ଯେଉଁଥିରେ ଜିରୋ ଏଫ୍‌ଆଇଆର୍‌ ଅର୍ଥାତ୍‌ ଯେକୌଣସି ଥାନାରେ ଏତଲା ଦାଏର କରାଯାଇପାରିବ। ଏପରିକି ଅନ୍‌ଲାଇନରେ ପୋଲିସରେ ଅଭିଯୋଗ ଦାଏର କରାଯିବା ସହ ଏସ୍‌ଏମ୍‌ଏସ୍‌ ଭଳି ଅନ୍‌ଲାଇନ ମୋଡ୍‌ରେ ସମନ ଜାରି କରାଯିବ। ସମସ୍ତ ଜଘନ୍ୟ ଅପରାଧ କ୍ରାଇମ୍‌ ସିନ୍‌ର ଭିଡିଓଗ୍ରାଫିକୁ ବାଧ୍ୟତାମୂଳକ କରାଯିବ। ବର୍ତ୍ତମାନର ସମାଜରେ ପ୍ରଚଳିତ ଥିବା କେତେକ ସାମାଜିକ ବାସ୍ତବତା ଏବଂ ଅପରାଧକୁ ରୋକିବାରେ ଏହା ସହାୟକ ହେବା ସହ ନ୍ୟାୟପାଳିକାକୁ ପ୍ରଭାବୀ କରିବାରେ ଉପଯୁକ୍ତ ବ୍ୟବସ୍ଥା ଯୋଗାଇଦେବ। ଗତବର୍ଷ ଡିସେମ୍ବର ୨୧ରେ ୩ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହେବା ପରେ ଡିସେମ୍ବର ୨୬ରେ ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ଆଇନରେ ପରିଣତ ହୋଇଥିଲା। ନୂଆ ଆଇନ ଅନୁଯାୟୀ ଆପରାଧିକ ମାମଲାରେ ଶୁଣାଣି ଶେଷ ହେବାର ୪୫ ଦିନ ମଧ୍ୟରେ ରାୟ ଆସିବ। ପ୍ରଥମ ଶୁଣାଣିର ୬୦ ଦିନ ମଧ୍ୟରେ ଚାର୍ଜଫ୍ରେମ୍‌ ହେବା ବାଧ୍ୟତାମୂଳକ ହେବ। ବଳାତ୍କାର ପୀଡ଼ିତାଙ୍କ ବୟାନ ଜଣେ ମହିଳା ପୋଲିସ ଅଫିସର ରେକର୍ଡ କରିବେ। ଏହି ସମୟରେ ପୀଡ଼ିତାଙ୍କ ଅଭିଭାବକ କିମ୍ବା ସମ୍ପର୍କୀୟ ଉପସ୍ଥିତ ରହିବେ। ଡାକ୍ତରୀ ରିପୋର୍ଟ ୭ ଦିନ ମଧ୍ୟରେ ଦେବାକୁ ହେବ। ନୂଆ ଆଇନରେ ସଂଗଠିତ ଅପରାଧ ଏବଂ ଆତଙ୍କବାଦୀ କାର୍ଯ୍ୟର ସଂଜ୍ଞା ନିରୂପଣ କରାଯାଇଛି। ଏଥିରେ ରାଜଦ୍ରୋହ ସ୍ଥାନରେ ଦେଶଦ୍ରୋହ ଶବ୍ଦ ବ୍ୟବହାର କରାଯାଇଛି ଏବଂ ସମସ୍ତ ତଲାସି ତଥା ଜବତ ଘଟଣାର ଭିଡିଓ ରେକର୍ଡିଂ ବାଧ୍ୟତାମୂଳକ ହୋଇଛି। ନୂଆ ଆଇନରେ ମହିଳା ଏବଂ ଛୋଟ ପିଲାଙ୍କ ପ୍ରତି ଅପରାଧକୁ ଏକ ନୂଆ ଅଧ୍ୟାୟରେ ସାମିଲ କରାଯାଇଛି। ଶିଶୁ କିଣାବିକାକୁ ଏଥିରେ ଜଘନ୍ୟ ଅପରାଧ ଦର୍ଶାଯାଇଛି। ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ମୃତ୍ୟୁଦଣ୍ଡ କିମ୍ବା ଆଜୀବନ ଜେଲଦଣ୍ଡର ବ୍ୟବସ୍ଥା ରହିଛି। ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ, ହତ୍ୟା ଏବଂ ରାଷ୍ଟ୍ର ବିରୋଧୀ ଅପରାଧକୁ ନୂଆ ଆଇନରେ ପ୍ରାଧାନ୍ୟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?