Posted inଜାତୀୟ

ପିଆଜ ଦର ବୃଦ୍ଧି କେନ୍ଦ୍ର କୃଷି ନିୟମର ପ୍ରଥମ ପ୍ରଭାବ: କେରଳ ସରକାର

ଥିରୁଭାନନ୍ତପୁରମ,୨୪ ।୧୦: ସାରା ଦେଶରେ ପିଆଜର ଦର ଏବେ ଅହେତୁକ ଭାବେ ବଢି ଚାଲିଛି । ଏହାକୁ ନେଇ କେରଳର କୃଷି ମନ୍ତ୍ରୀ ଭିଏସ୍ ସୁନିଲ କୁମାର କହିଛନ୍ତି କେନ୍ଦ୍ରର ମୋଦି ସରକାରଙ୍କ ଦ୍ୱାରା ମଞ୍ଜୁରୀ ପାଇଥିବା କୃଷି ନିୟମର ଏହା ପ୍ରଥମ ପ୍ରଭାବ । ଏବେ ପାର୍ବଣ ଋତୁ ହୋଇଥିବା ବେଳେ କେରଳରେ ପିଆଜ ଦର କିଲୋପ୍ରତି ୮୦-୯୦ଟଙ୍କାରେ ପହଞ୍ଚିଥିବା ବେଳେ କେଉଁଠି କେଉଁଠି ଏହା ୧୨୦ଟଙ୍କା ଛୁଇଁଲାଣି । ଏହାକୁ ଦେଖି କେରଳ କୃଷିମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଏହି ଆକାଶ ଛୁଆଁ ଦର କେବଳ ପିଆଜରେ ସୀମତ ହୋଇ ରହିବ ନାହିଁ ଆଗାମୀ ଦିନରେ ଏହାର ପ୍ରଭାବ ଡାଲି, ଚାଉଳ ଉପରେ ବି ଦେଖିବାକୁ ମିଳିବ । ହେଲେ ଏହାର ୧ଟଙ୍କା ବି କୃଷକ ପାଖକୁ ଯିବନାହିଁ । ସୂଚନାଯୋଗ୍ୟ, ରାଜ୍ୟରେ ପିଆଜର ଦର ବୃଦ୍ଧିକୁ ଦେଖି ଏବେ ରାଜ୍ୟ ସରକାର ନାଫେଡ(ରାଷ୍ଟ୍ରୀୟ କୃଷି ସହକାରୀ ବିପଣନ ମହାସଂଘ)ଠାରୁ ପାଖାପାଖି ୧୦୦ ଟନ ପିଆଜ କ୍ରୟ କରିବାକୁ ଯୋଜନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri