Posted inଜାତୀୟ

୧୯୫୧ ପରେ ଏଥର ଲମ୍ବା ନିର୍ବାଚନ

ନୂଆଦିଲ୍ଲୀ,୧୦ା୪:୧୯୫୧ରେ ହୋଇଥିବା ସାଧାରଣ ନିର୍ବାଚନ ୪ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିଲା। ୨୦୨୪ର ଲୋକ ସଭା ନିର୍ବାଚନ ପ୍ରକ୍ରିୟାର ଅବଧି ହେଉଛି ୮୨ ଦିନ। ଗତ ମାର୍ଚ୍ଚ ୧୬ରେ ନିର୍ବାଚନ ତାରିଖ ଘୋଷଣା ଦିନଠାରୁ ଫଳାଫଳ ଆସିବା ପର୍ଯ୍ୟନ୍ତ ୮୨ ଦିନ ହେଉଥିବାରୁ ଏହା ହେଉଛି ଦେଶର ଦ୍ୱିତୀୟ ଲମ୍ବା ନିର୍ବାଚନ।
ଚଳିତ ଲୋକ ସଭା ନିର୍ବାଚନ ୭ ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଥିବାବେଳେ ଜୁନ୍‌ ୪ରେ ଭୋଟ ଗଣତି କରାଯିବ। କାର୍ଯ୍ୟସୂଚୀ ଅନୁଯାୟୀ ଦେଶର ବିଭିନ୍ନ ଭାଗରେ ଏପ୍ରିଲ ୧୯, ୨୬, ମେ’ ୭, ୧୩, ୨୦, ୨୫ ଏବଂ ଜୁନ୍‌ ୧ରେ ଭୋଟ ଗ୍ରହଣ କରାଯିବ ବୋଲି ଗତ ୧୬ ତାରିଖରେ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଘୋଷଣା କରିଥିଲେ। ତେବେ ପ୍ରଥମ ପର୍ଯ୍ୟାୟରୁ ସପ୍ତମ ପର୍ଯ୍ୟାୟ ପର୍ଯ୍ୟନ୍ତ ଭୋଟଗ୍ରହଣକୁ ଦେଖିଲେ ମତଦାନ ଅବଧି ୪୪ ଦିନ ହେଉଛି। ସ୍ବାଧୀନତା ପରେ ୧୯୫୧-୫୨ରେ ୪ ମାସରୁ ଊର୍ଦ୍ଧ୍ୱ ସମୟ ଧରି ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ୧୯୮୦ରେ ମାତ୍ର ୪ ଦିନରେ ସାରା ଦେଶରେ ନିର୍ବାଚନ ସମ୍ପୂର୍ଣ୍ଣ ହୋଇଥିଲା। ୨୦୦୪ରେ ଏପ୍ରିଲ ୨୦ରୁ ମେ’ ୧୦ ମଧ୍ୟରେ ୪ ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ହୋଇଥିଲା। ୨୦୦୯ରେ ଏପ୍ରିଲ ୧୬ରୁ ମେ ୧୩ ଭିତରେ ୫ ପର୍ଯ୍ୟାୟରେ ଦେଶର ଭୋଟରମାନେ ନିଜ ରାଜନୈତିକ ମତାଧିକାର ସାବ୍ୟସ୍ତ କରିଥିଲେ। ଏହା ପରେ ୨୦୧୪ରେ ଅନୁଷ୍ଠିତ ସାଧାରଣ ନିର୍ବାଚନ ଏପ୍ରିଲ ୭ରୁ ମେ’ ୧୨ ପର୍ଯ୍ୟନ୍ତ ସର୍ବାଧିକ ୯ ପର୍ଯ୍ୟାୟରେ ହୋଇଥିଲା। ୨୦୧୯ ସାଧାରଣ ନିର୍ବାଚନ ବେଳେ ଏପ୍ରିଲ ୧୧ରୁ ମେ’ ୧୯ ପର୍ଯ୍ୟନ୍ତ ୭ ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯାଇଥିଲା। କେନ୍ଦ୍ର ସରକାର ନିର୍ବାଚନୀ ଖର୍ଚ୍ଚ କାଟ୍‌ ଓ ପ୍ରଶାସନିକ ବୋଝ ହ୍ରାସ ପାଇଁ ସାରା ଦେଶରେ ଏକକାଳୀନ ନିର୍ବାଚନ କରାଇବା ଉପରେ ଗୁରୁତ୍ୱ ଦେଉଛନ୍ତି। ‘ଏକ ଦେଶ ଗୋଟିଏ ନିର୍ବାଚନ’ ପାଇଁ ଅନୁଧ୍ୟାନ କରିବା ଲାଗି ସରକାର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଏକ କମିଟି ମଧ୍ୟ ଗଠନ କରିଛନ୍ତି। କିନ୍ତୁ ପ୍ରକୃତରେ ଦେଖିବାକୁ ଗଲେ କେନ୍ଦ୍ରରେ ମୋଦି ସରକାର ଆସିବା ପରଠୁ ଦେଶରେ ନିର୍ବାଚନ ଅବଧି ଲମ୍ବି ଚାଲିଛି। ଏହାକୁ ନେଇ ବିରୋଧୀ ଦଳଗୁଡ଼ିକ ପ୍ରଶ୍ନ ଉଠାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri