କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ଏପରି ବୟାନ ଦେଲେ ମୁଖ୍ୟମନ୍ତ୍ରୀ, ସାରା ଓଡ଼ିଶାରେ ଚର୍ଚ୍ଚା

କେନ୍ଦୁଝର,୧୩।୧: ଏହି ସମୟ କେନ୍ଦୁଝର ବିକାଶ ପାଇଁ ଠିକ ସମୟ। ୟହି ସମୟ ହେ, କେନ୍ଦୁଝର ବିକାଶ କେଲିଏ, ବିଲକୁଲ ସହି ସମୟ ହେ। ମଙ୍ଗଳବାର କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟ ପଡିଆ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଇଁ ୧୯୦୦ କୋଟିରୁ ଉର୍ଦ୍ଧ୍ୱ ୭୧ଟି ପ୍ରକଳ୍ପର ଶୁଭଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।

ମଙ୍ଗଳବାର ସମୁଦାୟ ୧୭୦୮ କୋଟି ଟଙ୍କା ମୂଲ୍ୟର ୩୫ ଟି ପ୍ରକଳ୍ପର ଶିଳାନ୍ୟାସ କରାଗଲା ଏବଂ ପ୍ରାୟ ୧୯୪ କୋଟି ଟଙ୍କାର ପ୍ରକଳ୍ପର ଲୋକାର୍ପଣ କରାଯାଇଛି। ଏଥିରେ କେନ୍ଦୁଝରର ସ୍କୁଲ, ହଷ୍ଟେଲ, ଇରିଗେସନ, ପାର୍କିଂ ଜୋନ, ରାସ୍ତା ନିର୍ମାଣ, ପୋଖରୀ ଉନ୍ନତିକରଣ, ପର୍ଯ୍ୟଟନ ପ୍ରକଳ୍ପ, ଲାଇବ୍ରେରୀ, କ୍ୟାରିଅର କାଉନ୍ସେଲିଂ ସେଣ୍ଟର, ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଅଙ୍ଗନବାଡ଼ି ବିଲ୍ଡିଂ ଇତ୍ୟାଦି ରହିଛି।

ପୂର୍ବରୁ ଘୋଷଣା ଅନୁଯାୟୀ କେନ୍ଦୁଝରରେ ଆଞ୍ଚଳିକ ଉଦ୍ଭିଦ ଉତ୍ସ କେନ୍ଦ୍ର ପାଇଁ ୫୦ କୋଟି ଟଙ୍କା ବିନିଯୋଗରେ ଶିଳାନ୍ୟାସ କରାଗଲା ଏବଂ ୩୮ କୋଟି ୨୨ ଲକ୍ଷ ଟଙ୍କାରେ ୧୪୭ଟି ମଡେଲ ଅଙ୍ଗନବାଡ଼ି କେନ୍ଦ୍ର ପ୍ରତିଷ୍ଠା ପାଇଁ ମଧ୍ୟ ଶିଳାନ୍ୟାସ କରାଯାଇଛି। ୧୦୧ କୋଟି ଟଙ୍କା ବିନିଯୋଗରେ ୬ଟି ବ୍ଲକ୍‌ରେ ବ୍ଲକ୍‌ସ୍ତରୀୟ ଷ୍ଟାଡିୟମ ପ୍ରତିଷ୍ଠା ପାଇଁ ମଧ୍ୟ ଶିଳାନ୍ୟାସ କରାଯାଇଛି। କେନ୍ଦୁଝରର ବିଭିନ୍ନ ସ୍ଥାନରେ ୨୧.୫୦ କୋଟି ଟଙ୍କା ବିନିଯୋଗରେ ୧୦୪ଟି ACR, ICT Lab ଓ Boundary Wall ର ଉଦ୍‌ଘାଟନ କରାଯାଇଛି । ଏଥିସହିତ ୧୪ କୋଟି ଟଙ୍କା ବିନିଯୋଗରେ ଚମ୍ପୁଆରେ ନିକଲସନ୍ ଫରେଷ୍ଟ ଟ୍ରେନିଂ ସ୍କୁଲ ମଧ୍ୟ ପ୍ରତିଷ୍ଠା କରାଯାଇଛି । ସେହିପରି ୯.୬୦ କୋଟି ଟଙ୍କାରେ ଖଣି କ୍ଷେତ୍ରରେ ସ୍ଥାନୀୟ ଯୁବକମାନଙ୍କୁ ସ୍କିଲ୍‌ ଟ୍ରେନିଂ ଦେବା ପାଇଁ DMF ଖଣି ଶକ୍ତିର ଉଦ୍‌ଘାଟନ କରାଯାଇଛି ।

ଏହାପରେ ”ଯେବେଠୁ ମାଆ ତାରିଣୀଙ୍କ ପ୍ରକଳ୍ପର ଶିଳାନ୍ୟାସ ହୋଇଛି, ସେବେଠାରୁ କେନ୍ଦୁଝରର ବିକାଶର ଡବଲ ଇଂଜିନ ଗାଡିରେ ରକେଟ୍ ଇଞ୍ଜିନ ଲାଗିଛି ବୋଲି ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ। କେଉଁଝର କେବଳ ଏକ ଜିଲ୍ଲା ନୁହେଁ – ଏହା ଉତ୍କୃଷ୍ଟ ପ୍ରାକୃତିକ ସମ୍ପଦର ଭୂମି। ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ କର୍ମଠ ଲୋକଙ୍କ ଭୂମି। ଏହି ମାଟି ଓଡ଼ିଶାର ଆର୍ଥିକ ଶକ୍ତିରେ ଅପାର ଅବଦାନ ରଖିଛି। ଖଣିଜ ପଦାର୍ଥ ଠାରୁ ଆରମ୍ଭ କରି ଜଙ୍ଗଲ, କୃଷି ଠାରୁ ମାନବ ସମ୍ବଳ ପର୍ଯ୍ୟନ୍ତ, କେନ୍ଦୁଝର ସର୍ବଦା ରାଜ୍ୟର ଅଭିବୃଦ୍ଧିକୁ ଶକ୍ତି ପ୍ରଦାନ କରିଆସିଛି।

କେନ୍ଦୁଝର ଏକ ଇସ୍ପାତ ନଗରୀ ଭାବେ ଓଡ଼ିଶାର ଅର୍ଥନୀତିରେ ଆହୁରି ଅବଦାନ ରଖିବ । କେନ୍ଦୁଝରକୁ ପ୍ରାୟ ଅଧିକାଂଶ ରାସ୍ତା ୬ ଥାକିଆ ବିଶିଷ୍ଟ କରାଯିବ ବଡ଼ବିଲରେ ଏକ ରିଙ୍ଗ ରୋଡ଼ କରାଯିବ। କେନ୍ଦୁଝର-ସେ କହିଥିଲେ, ଆସନ୍ତା ୩-୪ ବର୍ଷ ଭିତରେ କେନ୍ଦୁଝର ରାଜ୍ୟର ଏକ ଶ୍ରେଷ୍ଠ ଜିଲ୍ଲା ଭାବରେ ପ୍ରତିଷ୍ଠା ହାସଲ କରିବ। ସେହି କ୍ରମରେ କେନ୍ଦୁଝର ପାଇଁ ୧୭୦୮ କୋଟି ଟଙ୍କାର ୩୫ ଟି ପ୍ରକଳ୍ପର ଶିଳାନ୍ୟାସ ସହିତ,୧୯୪ କୋଟି ଟଙ୍କାର ୩୬ ଟି ପ୍ରକଳ୍ପ ଉଦ୍ଘାଟିତ ହେଉଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛୋଟ ପିଲା ଖେଳିଲେ ହୋଲି : ପ୍ଲାଷ୍ଟିକ ଡବା ବଜାଇ…

କେସିଙ୍ଗା,୪।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ଗ୍ରାମରେ ପବିତ୍ର ହୋଲି ପର୍ବ ବୁଧବାର ଧୂମଧାମରେ ପାଳନ ହୋଇଛି। କୁନିକୁନି ଛାତ୍ରୀଛାତ୍ର ରଙ୍ଗ ଲଗାଇ ଏହି…

ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି :  ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ

ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ…

ହୋଲି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର…

ବୈଜ୍ଞାନିକଙ୍କ ବଡ଼ ଚେତାବନୀ, ଏହି ସ୍ଥାନରେ ଆକାଶରୁ ହେବ ରକ୍ତ ବର୍ଷା, ପରେ ବିଶ୍ୱରେ ଘଟିବ…

ବୈଜ୍ଞାନିକମାନେ ଏକ ବଡ଼ ଚେତାବନୀ ଦେଇଛନ୍ତି। ସେମାନେ କହିଛନ୍ତି, ଆଗାମୀ ଦିନରେ ପରିସ୍ଥିତି ଗମ୍ଭୀର ହେବାକୁ ଯାଉଛି। କୋପର୍ନିକସ ଆଟମୋସ୍ଫିଅର୍‌ ମନିଟରିଂ ସର୍ଭିସ (CAMS)ର ବିଶେଷଜ୍ଞଙ୍କ ଅନୁଯାୟୀ,…

ସ୍ତ୍ରୀଙ୍କ ରକ୍ତରେ ହୋଲି : ଛୁରି ଭୁସିି

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲିରେ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ସ୍ତ୍ରୀଙ୍କ ରକ୍ତରେ ହୋଲି ଖେଳିଲେ ସ୍ବାମୀ। ହୋଲିରେ ସ୍ତ୍ରୀଙ୍କୁ ଛୁରି ଭୁସିି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଯୁଦ୍ଧ ଯୋଗୁ ହେବନାହିଁ ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ! ଆସିଲା ବଡ଼ ଅପଡେଟ୍‌, କ୍ରିକେଟ୍‌ ପ୍ରେମୀଙ୍କୁ ଝଟକା

ନୂଆଦିଲ୍ଲୀ,୪।୩: ICC ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲକୁ ନେଇ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି। ତଥାପି, ମ୍ୟାଚ ପୂର୍ବରୁ, ସୋସିଆଲ ମିଡିଆରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri